ଆନ୍ଦୋଳନକାରୀ ଓକିଲଙ୍କ ବିରୋଧରେ ସୁପ୍ରିମକୋର୍ଟଙ୍କ କଠୋର ଆଭିମୁଖ୍ୟ; ଆନ୍ଦୋଳନରୁ ନ ଓହରିଲେ ଲାଇସେନ୍ସ ବାତିଲ କରିବାକୁ ନିର୍ଦ୍ଦେଶ

The Sakala Picture
Published On

ନୂଆଦିଲ୍ଲୀ: ଓକିଲ ଆନ୍ଦୋଳନକୁ ନେଇ ସୁପ୍ରିମକୋର୍ଟଙ୍କ ସୁପ୍ରିମ ନିର୍ଦ୍ଦେଶ। ରାଜ୍ୟର ବିଭିନ୍ନ ସ୍ଥାନରେ ଚାଲିଥିବା ଓକିଲଙ୍କ ଆନ୍ଦୋଳନ ନେଇ ଦୃଢ଼ ଆଭିମୁଖ୍ୟ ଦେଖାଇଛନ୍ତି ସର୍ବୋଚ୍ଚ କୋର୍ଟ । ତୁରନ୍ତ କାର୍ଯ୍ୟରେ ଯୋଗ ନଦେଲେ ନିଆଯିବ କାର୍ଯ୍ୟାନୁଷ୍ଠାନ । ଆନ୍ଦୋଳନରୁ ନ ଓହରିଲେ ଆନ୍ଦୋଳନକାରୀ ଓକିଲଙ୍କ ଲାଇସେନ୍ସ ବାତିଲ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି କୋର୍ଟ। ଲାଇସେନ୍ସ ବାତିଲ ପାଇଁ ବାର୍ କାଉନସିଲ୍ ଅଫ୍ ଇଣ୍ଡିଆକୁ ନିର୍ଦ୍ଦେଶ ଦେଇଛନ୍ତି କୋର୍ଟ । ଆବଶ୍ୟକସ୍ଥଳେ ଆନ୍ଦୋଳନକାରୀ ଓକିଲଙ୍କୁ ଗିରଫ କରିବାକୁ ମଧ୍ୟ […]

ନୂଆଦିଲ୍ଲୀ: ଓକିଲ ଆନ୍ଦୋଳନକୁ ନେଇ ସୁପ୍ରିମକୋର୍ଟଙ୍କ ସୁପ୍ରିମ ନିର୍ଦ୍ଦେଶ। ରାଜ୍ୟର ବିଭିନ୍ନ ସ୍ଥାନରେ ଚାଲିଥିବା ଓକିଲଙ୍କ ଆନ୍ଦୋଳନ ନେଇ ଦୃଢ଼ ଆଭିମୁଖ୍ୟ ଦେଖାଇଛନ୍ତି ସର୍ବୋଚ୍ଚ କୋର୍ଟ । ତୁରନ୍ତ କାର୍ଯ୍ୟରେ ଯୋଗ ନଦେଲେ ନିଆଯିବ କାର୍ଯ୍ୟାନୁଷ୍ଠାନ । ଆନ୍ଦୋଳନରୁ ନ ଓହରିଲେ ଆନ୍ଦୋଳନକାରୀ ଓକିଲଙ୍କ ଲାଇସେନ୍ସ ବାତିଲ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି କୋର୍ଟ। ଲାଇସେନ୍ସ ବାତିଲ ପାଇଁ ବାର୍ କାଉନସିଲ୍ ଅଫ୍ ଇଣ୍ଡିଆକୁ ନିର୍ଦ୍ଦେଶ ଦେଇଛନ୍ତି କୋର୍ଟ । ଆବଶ୍ୟକସ୍ଥଳେ ଆନ୍ଦୋଳନକାରୀ ଓକିଲଙ୍କୁ ଗିରଫ କରିବାକୁ ମଧ୍ୟ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। କୋର୍ଟ କାର୍ଯ୍ୟ ସ୍ୱାଭାବିକ କରିବାକୁ ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି ।

ଆହୁରି ପଢ଼ନ୍ତୁ: ଇରାନକୁ କାଉଣ୍ଟର କରିବାକୁ ଭାରତ-ମଧ୍ୟପ୍ରାଚ୍ୟ ଅର୍ଥନୈତିକ କରିଡରକୁ ସମର୍ଥନ ଜଣାଇଲେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ

ଜୁଡ଼ିସିଆଲ ଅଧିକାରୀଙ୍କୁ ଆବଶ୍ୟକ ସୁରକ୍ଷା ଯୋଗାଇ ଦେବାକୁ କହିଛନ୍ତି। କୋର୍ଟ ପରିସର ଏବଂ ଅଭିଯୋଗକାରୀଙ୍କୁ ସୁରକ୍ଷା ଦେବାକୁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି। ଡିସେମ୍ବର ୧୨ ତାରିଖରେ ମାମଲାର ପରବର୍ତ୍ତୀ ଶୁଣାଣି ପାଇଁ ତାରିଖ ଧାର୍ଯ୍ୟ କରାଯାଇଛି। ନ୍ୟାୟିକ ଅଧିକାରକୁ ହନନ ନକରିବା ନେଇ ଓକିଲ ଆନ୍ଦୋଳନ ବନ୍ଦ କରିବାକୁ ପୂର୍ବରୁ ନିର୍ଦ୍ଦେଶ ଦେଇଥିଲେ ସର୍ବୋଚ୍ଚ କୋର୍ଟ।

ଆହୁରି ପଢ଼ନ୍ତୁ: ଓଡ଼ିଶା ଡିଜିପି ନିଯୁକ୍ତି ମାମଲା: ସୁପ୍ରିମକୋର୍ଟଙ୍କ ରାଜ୍ୟ ସରକାରଙ୍କୁ ପ୍ରଶ୍ନ- ସିବିଆଇ ଏତଲା ବାବଦରେ ଅବଗତ ଥିଲେ କି?

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର