ଦିଲ୍ଲୀ ମଦ ଦୁର୍ନୀତି ମାମଲା: ମନୀଷ ସିସୋଦିଆଙ୍କୁ ବଡ଼ ଝଟ୍‌କା, ଖାରଜ ହେଲା ବେଲ୍‌ ଆବେଦନ

The Sakala Picture
Published On

ନୂଆଦିଲ୍ଲୀ: ଆମ ଆଦମୀ ପାର୍ଟି ନେତା ମନୀଷ ସିସୋଦିଆଙ୍କୁ ବଡ଼ ଝଟ୍‌କା। ସୁପ୍ରିମକୋର୍ଟ ଆଜି ତାଙ୍କ ବେଲ୍‌ ଆବେଦନ ଖାରଜ କରି ଦେଇଛନ୍ତି। ଦିଲ୍ଲୀ ମଦ ଦୁର୍ନୀତି ମାମଲାରେ ରାଜ୍ୟର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆ ଗତ ୨୪୧ ଦିନ ହେବ ଜେଲରେ ବନ୍ଦ ଅଛନ୍ତି। ଅକ୍ଟୋବର ୧୭ ତାରିଖ ଦିନ ଦୁଇଟି ପୃଥକ୍‌ ଜାମିନ ଆବେଦନର ବିଚାର କରି ବିଚାରପତି ସଞ୍ଜୀବ ଖାନ୍ନା ଓ ଏସ୍‌. ଭି. ଏନ୍‌. ଭଟ୍ଟି ସଂରକ୍ଷିତ ରଖିଥିବା ରାୟ ଆଜି […]

ନୂଆଦିଲ୍ଲୀ: ଆମ ଆଦମୀ ପାର୍ଟି ନେତା ମନୀଷ ସିସୋଦିଆଙ୍କୁ ବଡ଼ ଝଟ୍‌କା। ସୁପ୍ରିମକୋର୍ଟ ଆଜି ତାଙ୍କ ବେଲ୍‌ ଆବେଦନ ଖାରଜ କରି ଦେଇଛନ୍ତି। ଦିଲ୍ଲୀ ମଦ ଦୁର୍ନୀତି ମାମଲାରେ ରାଜ୍ୟର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆ ଗତ ୨୪୧ ଦିନ ହେବ ଜେଲରେ ବନ୍ଦ ଅଛନ୍ତି। ଅକ୍ଟୋବର ୧୭ ତାରିଖ ଦିନ ଦୁଇଟି ପୃଥକ୍‌ ଜାମିନ ଆବେଦନର ବିଚାର କରି ବିଚାରପତି ସଞ୍ଜୀବ ଖାନ୍ନା ଓ ଏସ୍‌. ଭି. ଏନ୍‌. ଭଟ୍ଟି ସଂରକ୍ଷିତ ରଖିଥିବା ରାୟ ଆଜି ଘୋଷଣା କରିଛନ୍ତି।

ଆହୁରି ପଢ଼ନ୍ତୁ: ରୁଷ-ୟୁକ୍ରେନ ଯୁଦ୍ଧ ଶେଷ କରିବାରେ ସାହାଯ୍ୟ କରିବାକୁ ଭାରତ ପ୍ରସ୍ତୁତ: କିଭ୍ ଗସ୍ତରେ କହିଲେ ଏସ୍ ଜୟଶଙ୍କର

ଆଜି ଜଷ୍ଟିସ ସଞ୍ଜିବ ଖନ୍ନା ଓ ଏସ୍‌ ବିଏଲ୍‌ ଭଟ୍ଟିଙ୍କ ଦୁଇ ଜଣିଆ ଖଣ୍ଡପୀଠ ନିଜ ରାୟ ଶୁଣାଇଛନ୍ତି। ସିବିଆଇ ଓ ଇଡି ଉଭୟଙ୍କ ମାମଲାରେ ସିସୋଦିଆଙ୍କ ଜାମିନ ଆବେଦନକୁ ସର୍ବୋଚ୍ଚ ଅଦାଲତ ଖାରଜ କରିଛନ୍ତି। ଏଥିସହ ୬ରୁ ୮ ମାସ ଭିତରେ ଟ୍ରାଏଲ୍‌ ପୂରା କରିବା ପାଇଁ ତନ୍ତକାରୀ ସଂସ୍ଥାକୁ ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଯଦି ଏଥିରେ ବିଳମ୍ବ ହୁଏ ତେବେ ସିସୋଦିଆ ପୁଣି ଥରେ ଜାମିନ ଆବେଦନ କରିପାରନ୍ତି ବୋଲି କୋର୍ଟ କହିଛନ୍ତି।

ଆହୁରି ପଢ଼ନ୍ତୁ: ନେପାଳରେ ଭୟଙ୍କର ବନ୍ୟାର ୯ ଦିନ ପରେ ଜଳବିଦ୍ୟୁତ୍ ପ୍ରକଳ୍ପ ଟନେଲରୁ ଜୀବନ୍ତ ଉଦ୍ଧାର ହେଲେ ଦୁଇ ଶ୍ରମିକ

 

ଆହୁରି ପଢ଼ନ୍ତୁ: ତେଜସ୍ ଫାଇଟର୍ ଜେଟ୍ ଉତ୍ପାଦନକୁ ମିଳିଲା ବୁଷ୍ଟ୍, HAL କୁ ଆମେରିକାରୁ ମିଳିଲା ଆଉ ୩ଟି ନୂଆ ଇଞ୍ଜିନ୍

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର