ତାଲିବାନର ଅଜବ ନିୟମ : ଦାଢି ଓ ଚୁଟି କଟା ଉପରେ ନୂଆ କଟକଣା ଲାଗୁକଲେ ତାଲିବାନ ସରକାର

The Sakala Picture
Published On

କାବୁଲ : ଆଫଗାନିସ୍ତାନ ଦଖଲ କରି ସରକାର ଗଠନ ପରେ ଅଜବ ଅଜବ ନିୟମ ପ୍ରଣୟନ କରୁଛନ୍ତି ତାଲିବାନ ସରକାର। ନିଜକୁ ୨୦ ବର୍ଷ ତଳର ତାଲିବାନ ନୁହେଁ ବୋଲି ଦାବି କରୁଥିବା ତାଲିବାନ ସରକାରର ଅସଲ ଚେହେରା ଧିରେ ଧିରେ ପଦାକୁ ଆସିବାରେ ଲାଗିଛି। ପ୍ରଥମେ ମହିଳା ବିରୋଧୀ ଆଇନ ପ୍ରଣୟନ କରୁଥିବା ତାଲିବାନ ବର୍ତ୍ତମାନ ପୁରୁଷ ମାନଙ୍କ ଉପରେ ଟାର୍ଗେଟ କରିଛନ୍ତି। ତାଲିବାନ ସରକାର ପୁରୁଷମାନଙ୍କ ଦାଢି ଓ ଚୁଟି କଟା ଉପରେ କଟକଣା […]

କାବୁଲ : ଆଫଗାନିସ୍ତାନ ଦଖଲ କରି ସରକାର ଗଠନ ପରେ ଅଜବ ଅଜବ ନିୟମ ପ୍ରଣୟନ କରୁଛନ୍ତି ତାଲିବାନ ସରକାର। ନିଜକୁ ୨୦ ବର୍ଷ ତଳର ତାଲିବାନ ନୁହେଁ ବୋଲି ଦାବି କରୁଥିବା ତାଲିବାନ ସରକାରର ଅସଲ ଚେହେରା ଧିରେ ଧିରେ ପଦାକୁ ଆସିବାରେ ଲାଗିଛି। ପ୍ରଥମେ ମହିଳା ବିରୋଧୀ ଆଇନ ପ୍ରଣୟନ କରୁଥିବା ତାଲିବାନ ବର୍ତ୍ତମାନ ପୁରୁଷ ମାନଙ୍କ ଉପରେ ଟାର୍ଗେଟ କରିଛନ୍ତି। ତାଲିବାନ ସରକାର ପୁରୁଷମାନଙ୍କ ଦାଢି ଓ ଚୁଟି କଟା ଉପରେ କଟକଣା ଲଗାଇଛନ୍ତି।

ଆହୁରି ପଢ଼ନ୍ତୁ: ଜମ୍ମୁ-କାଶ୍ମୀର ବଡ଼ଗାମରେ ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା: ମିଳିତ ଅପରେସନରେ ଜଣେ ଆତଙ୍କବାଦୀ ନିହତ

ଏଣିକି ଆଫଗାନର ପୁରୁଷମାନେ ଚୁଟି କିମ୍ବା ଦାଢି କାଟିପାରିବେ ନାହିଁ ବୋଲି ନିର୍ଦ୍ଦେଶ ଦେଇଛି ତାଲିବାନ ସରକାର । ଆଫଗାନିସ୍ତାନର ଦକ୍ଷିଣ ଉପତ୍ୟକା ଅଞ୍ଚଳ ହେଲମଣ୍ଡରେ ଦେଖିବାକୁ ମିଳିଛି ତାଲିବାନର ଏହି ଅଜବ ଆଇନ । ତାଲିବାନ୍ ସରକାର ଗଠନ ସହ ସରିୟା ନିୟମ ଲାଗୁ ହେବା ପରେ ଏଠିକାର ସେଲୁନ୍ ଓ ପାର୍ଲର ଆଗରେ କଡା ନିୟମ ଲେଖାଥିବା ପୋଷ୍ଟର ଲଗାଯାଇଛି । ଫ୍ରଣ୍ଟିଅର ପୋଷ୍ଟ ରିପୋର୍ଟ ମୁତାବକ, କୌଣସି ଲୋକ ଦାଢି କାଟି ପାରିବେ ନାହିଁ । ଏଥିପାଇଁ ଟ୍ରିମର ବ୍ୟବହାର କରିପାରିବେ ନାହିଁ । କେଶ କାଟିବା ଉପରେ ବି କଟକଣା ରହିଛି। ଯଦି କେଶ କାଟନ୍ତି କୌଣସି ଷ୍ଟାଇଲିସ୍ ହେୟାର କଟ୍ କରିପାରିବେ ନାହିଁ । କେଶ କାଟିବାକୁ ମଧ୍ୟ ଟ୍ରିମର ବ୍ୟବହାର ହୋଇପାରିବ ନାହିଁ । କୌଣସି ସେଲୁନ୍ ଭିତରେ କୌଣସି ପ୍ରକାର ମ୍ୟୁଜିକ ଲାଗିବ ନାହିଁ । ଏସବୁ ଇସ୍ଲାମ ନିୟମର ଉଂଲଘନ କରୁଛି । ତେଣୁ ଏହି ନିୟମକୁ ନମାନିଲେ କଠୋର ଦଣ୍ଡ ଦିଆଯିବ ବୋଲି ନାପିତ(ବାରିକ)ଙ୍କୁ ଧମକ ଦେଇଛନ୍ତି ତାଲିବାନୀ ଅଧିକାରୀ ।

ଆହୁରି ପଢ଼ନ୍ତୁ: 'ଜଣେ ମାଜିଷ୍ଟ୍ରେଟ୍ ଏପରି ସାହସ କିପରି କଲେ?': ଗ୍ରେଟର ନୋଏଡା ଛାତ୍ରଙ୍କୁ ନୋଟିସ୍ ପ୍ରସଙ୍ଗରେ ବର୍ଷିଲେ ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି ସୂର୍ଯ୍ୟକାନ୍ତ

ତାଲିବାନ ଦ୍ୱାରା ଘୋଷଣା କରାଯାଉଥିବା ନୂଆ ନିୟମ ମାନିବାକୁ ମନା କଲେ ମୃତ୍ୟୁଦଣ୍ଡ ହିଁ ଏକମାତ୍ର ବିକଳ୍ପ ରହୁଛି। ଏପରିକି ମହିଳାଙ୍କୁ ସର୍ବସମ୍ମୁଖରେ ବିଚ୍‌ ରାସ୍ତାରେ ପ୍ରହାର କରାଯାଉଥିବା ବେଳେ ନିୟମ ଉଲ୍ଲଘଂନକାରୀଙ୍କୁ ସର୍ବସମ୍ମୁଖରେ ଝୁଲାଇ ଫାଶୀ ଦଣ୍ଡ ଦିଆଯାଉଛି।ତାଲିବାନ ପକ୍ଷରୁ ହଜାରା ସମୁଦାୟ ଲୋକଙ୍କ ଉପରେ ବି ବଳ ପ୍ରୟୋଗ କରାଯାଉଛି। ପିଢି ପିଢି ଧରି ରହି ଆସିଥିବା ସେମାନଙ୍କ ଜମିକୁ ଜୋରଜବରଦସ୍ତି ଭାବେ ଛଡ଼ାଇ ନିଆଯାଉଛି। ଏପରିକି ସେମାନଙ୍କୁ ଭୂମିହୀନ କରାଯିବା ସହ ଘରୁ ମଧ୍ୟ ବାହାର କରି ଦିଆଯାଉଛି। ଏପରିକି ଜମିରେ ହୋଇଥିବା ସେମାନଙ୍କ ଫସଲକୁ ଲୁଟି ନେଉଛନ୍ତି ତାଲିବାନୀ।

ଆହୁରି ପଢ଼ନ୍ତୁ: ମଧ୍ୟପ୍ରାଚ୍ୟରେ ଆମେରିକାର ମିତ୍ର ରାଷ୍ଟ୍ର ଉପରେ ଇରାନର ଆକ୍ରମଣ: ବ୍ୟବହାର ହେଉଛି ଏହିସବୁ ବିପଜ୍ଜନକ ମାରଣାସ୍ତ୍ର

ସୂଚନାଯୋଗ୍ୟ ୧୯୯୬ରୁ ୨୦୦୧ ମଧ୍ୟରେ ତାଲିବାନ୍ ସରକାର ଥିବାବେଳେ ମଧ୍ୟ ଆଫଗାନିସ୍ତାନରେ ଏପରି କଠୋର ନିୟମ ଥିଲା । ସେ ସମୟରେ ପୁରୁଷମାନେ ଦାଢି ଓ କେଶ ବଢାଇବାକୁ ବାଧ୍ୟ ହେଉଥିଲେ । ହେଲେ ୨୦୦୧ ପରେ ତାଲିବାନ୍ ସରକାରର ଅନ୍ତ ଘଟିବା ପରେ କ୍ଲିନ ସେଭ୍ ଲୁକ୍ ଓ ଷ୍ଟାଇଲିସ୍ ହେୟାର ଷ୍ଟାଇଲ ଟ୍ରେଣ୍ଡ ହୋଇଥିଲା । କିନ୍ତୁ ପୁଣିଥରେ ସେ ଅନ୍ଧାରି ଯୁଗ ଫେରିଆସିବା ପରେ ପୁରୁଣା କଠୋର ନିୟମ ବି ଆଫଗାନିସ୍ତାନକୁ ଫେରିଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର