ମଧ୍ୟପ୍ରଦେଶ ରାଜଗଡ଼ ଜିଲ୍ଲାରେ ଭୟଙ୍କର ସଡ଼କ ଦୁର୍ଘଟଣା: ଟ୍ରାକ୍ଟର ଓଲଟି ୧୩ ମୃତ

ନୂଆଦିଲ୍ଲୀ: ମଧ୍ୟପ୍ରଦେଶ ରାଜଗଡ଼ ଜିଲ୍ଲାରେ ଭୟଙ୍କର ସଡ଼କ ଦୁର୍ଘଟଣା । ଭାରସାମ୍ୟ ହରାଇ ଏକ ଟ୍ରାକ୍ଟର ଓଲଟି ପଡିଛି। ଘଟଣାସ୍ଥଳରେ ୧୩ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ୧୫ରୁ ଅଧିକ ଲୋକ ଆହତ ହୋଇଛନ୍ତି। ଗୁରୁତର ଅବସ୍ଥାରେ ସେମାନଙ୍କୁ ସ୍ଥାନୀୟ ମେଡିକାଲରେ ଭର୍ତ୍ତି କରାଯାଇଛି। ଏମାନେ ଏକ ବିବାହ ଉତ୍ସବରେ ଯୋଗଦେବାକୁ ରାଜଗଡ କୁଲାମପୁରାକୁ ଯାଉଥିଲେ। ଟ୍ରାକ୍ଟରରେ  ପ୍ରାୟ ୪୦ରୁ ୫୦ ଜଣ ଲୋକ ରହିଥିଲେ। ସମସ୍ତ ମୃତାହତ ରାଜସ୍ଥାନ ମୋତିପୁରା ଗାଁର ହୋଇଥିବା ସୂଚନା ମିଳିଛି। ପରେ […]

ନୂଆଦିଲ୍ଲୀ: ମଧ୍ୟପ୍ରଦେଶ ରାଜଗଡ଼ ଜିଲ୍ଲାରେ ଭୟଙ୍କର ସଡ଼କ ଦୁର୍ଘଟଣା । ଭାରସାମ୍ୟ ହରାଇ ଏକ ଟ୍ରାକ୍ଟର ଓଲଟି ପଡିଛି। ଘଟଣାସ୍ଥଳରେ ୧୩ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ୧୫ରୁ ଅଧିକ ଲୋକ ଆହତ ହୋଇଛନ୍ତି। ଗୁରୁତର ଅବସ୍ଥାରେ ସେମାନଙ୍କୁ ସ୍ଥାନୀୟ ମେଡିକାଲରେ ଭର୍ତ୍ତି କରାଯାଇଛି। ଏମାନେ ଏକ ବିବାହ ଉତ୍ସବରେ ଯୋଗଦେବାକୁ ରାଜଗଡ କୁଲାମପୁରାକୁ ଯାଉଥିଲେ। ଟ୍ରାକ୍ଟରରେ  ପ୍ରାୟ ୪୦ରୁ ୫୦ ଜଣ ଲୋକ ରହିଥିଲେ। ସମସ୍ତ ମୃତାହତ ରାଜସ୍ଥାନ ମୋତିପୁରା ଗାଁର ହୋଇଥିବା ସୂଚନା ମିଳିଛି। ପରେ ଖବର ପାଇ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି।

About The Author: The Sakala