୯,୦୦୦ ଉପରେ ଦେଶରେ ଦୈନିକ କୋଭିଡ୍‌-୧୯ ସଂକ୍ରମଣ ସଂଖ୍ୟା

The Sakala Picture
Published On

ନୂଆଦିଲ୍ଲୀ: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଦେଶରେ ଦୈନିକ କରୋନା ସଂକ୍ରମଣ ମାମଲା ପୁଣି କମିଛି। ସେହିପରି ସକ୍ରିୟ ମାମଲାରେ ହ୍ରାସ ଦେଖିବାକୁ ମିଳିଛି। ଗତ ୨୪ ଘଣ୍ଟାରେ ସକ୍ରିୟ ମାମଲା ୬୫୭ ହଜାର ଟପିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୯ ହଜାରରୁ ଅଧିକ ରହିଛି। ଗତ ୨୪ ଘଣ୍ଟାରେ ଏହା ୯,୩୩୫ […]

ନୂଆଦିଲ୍ଲୀ: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଦେଶରେ ଦୈନିକ କରୋନା ସଂକ୍ରମଣ ମାମଲା ପୁଣି କମିଛି। ସେହିପରି ସକ୍ରିୟ ମାମଲାରେ ହ୍ରାସ ଦେଖିବାକୁ ମିଳିଛି। ଗତ ୨୪ ଘଣ୍ଟାରେ ସକ୍ରିୟ ମାମଲା ୬୫୭ ହଜାର ଟପିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୯ ହଜାରରୁ ଅଧିକ ରହିଛି। ଗତ ୨୪ ଘଣ୍ଟାରେ ଏହା ୯,୩୩୫ ଛୁଇଁଛି। ଗୋଟିଏ ଦିନ ତଳେ ଏହା ୯,୬୨୯ ଥିଲା।

ଆହୁରି ପଢ଼ନ୍ତୁ: ୩ କୋଟିର ରାସ୍ତା ବର୍ଷାରେ ବେହାଲ୍: ଧସିଲା ୯୦ ଫୁଟ୍‌ର ପିଚ୍ ରାସ୍ତା, ବିଚ୍ଛିନ୍ନ ହେଲା ଯୋଗାଯୋଗ

ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୨୬ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୨୯ ଥିଲା। ଏହି ସମୟରେ ସକ୍ରିୟ ମାମଲା ୫୭ ହଜାର ୪୧୦ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୬୧ ହଜାର ୧୩ ଥିଲା। ସେହିପରି ୨୪ ଘଣ୍ଟାରେ ୧୨,୯୩୨ ଜଣ ସୁସ୍ଥ ହୋଇଛନ୍ତି। ଗୋଟିଏ ଦିନ ତଳେ ଏହା୯,୨୧୩ ଥିଲା। ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୩୧ ହଜାର ୪୨୪ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୪୯ ଲକ୍ଷ ୫ ହଜାର ୮୨୭ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୪୩ ଲକ୍ଷ ୩୫ ହଜାର ୯୭୭ ଜଣ ସୁସ୍ଥ ହୋଇ ସାରିଛନ୍ତି ବୋଲି କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ଆହୁରି ପଢ଼ନ୍ତୁ: ଶ୍ରୀନଗର ବିମାନବନ୍ଦରରେ ଅଘଟଣ: ପାର୍କିଂ ବେଳେ ଖୁଣ୍ଟରେ ପିଟି ହେଲା ଇଣ୍ଡିଗୋ ବିମାନ, ସମସ୍ତ ଯାତ୍ରୀ ସୁରକ୍ଷିତ

ମନ୍ତ୍ରଣାଳୟ ଦ୍ୱାରା ଜାରି ପ୍ରେସ ବିଜ୍ଞପ୍ତି ଅନୁସାରେ ଦେଶରେ ସୁସ୍ଥତା ହାର ବୃଦ୍ଧି ପାଇ ୯୮.୬୯ପ୍ରତିଶତ ରହିଛି। ସେହିପରି ସକ୍ରିୟ ମାମଲା ୪.୪୯ ପ୍ରତିଶତ ରହିଛି। ଦୈନିକ ସଂକ୍ରମଣ ୫.୩୮ ପ୍ରତିଶତ ରହିଛି। ଏବଂ ସାପ୍ତାହିକ ସଂକ୍ରମଣ ୫.୬୧ ପ୍ରତିଶତ ରହିଛି। ଅପରପକ୍ଷରେ ମୃତ୍ୟୁ ହାର କମି ୧.୧୮ ପ୍ରତିଶତରେ ପହଞ୍ଚିଛି।

ଆହୁରି ପଢ଼ନ୍ତୁ: 'ଜଣେ ମାଜିଷ୍ଟ୍ରେଟ୍ ଏପରି ସାହସ କିପରି କଲେ?': ଗ୍ରେଟର ନୋଏଡା ଛାତ୍ରଙ୍କୁ ନୋଟିସ୍ ପ୍ରସଙ୍ଗରେ ବର୍ଷିଲେ ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି ସୂର୍ଯ୍ୟକାନ୍ତ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର