ଆଜି ଦେଶରେ ଦୈନିକ ସଂକ୍ରମଣ ସଂଖ୍ୟା ୫,୩୦୦ ଉପରେ

The Sakala Picture
Published On

ନୂଆଦିଲ୍ଲୀ: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଦେଶରେ ଦୈନିକ କରୋନା ସଂକ୍ରମଣ ମାମଲା ପୁଣି ବଢ଼ିଛି। ସେହିପରି ସକ୍ରିୟ ମାମଲାରେ ବୃଦ୍ଧି ଦେଖିବାକୁ ମିଳିଛି। ଦୈନିକ ପଜିଟିଭ୍‌ ହାରରେ ବୃଦ୍ଧି ଘଟିଛି। ସେହିପରି ସୁସ୍ଥତା ହାରରେ ମଧ୍ୟ ବୃଦ୍ଧି ହୋଇଛି। ସକ୍ରିୟ ମାମଲା ୨୬ ହଜାର ମୁହାଁ ହୋଇଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ […]

ନୂଆଦିଲ୍ଲୀ: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଦେଶରେ ଦୈନିକ କରୋନା ସଂକ୍ରମଣ ମାମଲା ପୁଣି ବଢ଼ିଛି। ସେହିପରି ସକ୍ରିୟ ମାମଲାରେ ବୃଦ୍ଧି ଦେଖିବାକୁ ମିଳିଛି। ଦୈନିକ ପଜିଟିଭ୍‌ ହାରରେ ବୃଦ୍ଧି ଘଟିଛି। ସେହିପରି ସୁସ୍ଥତା ହାରରେ ମଧ୍ୟ ବୃଦ୍ଧି ହୋଇଛି। ସକ୍ରିୟ ମାମଲା ୨୬ ହଜାର ମୁହାଁ ହୋଇଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୫ ହଜାରରୁ ଅଧିକ ରହିଛି। ଗତ ୨୪ ଘଣ୍ଟାରେ ଏହା ୫,୩୨୮ ଛୁଇଁଛି। ଗୋଟିଏ ଦିନ ତଳେ ଏହା ୪,୪୩୧ ଥିଲା।

ଆହୁରି ପଢ଼ନ୍ତୁ: ହୋଲି ରାତିରେ ଅମ୍ବିକାପୁରରେ ଲୋମହର୍ଷଣକାରୀ ଘଟଣା: ବାପାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲା ପୁଅ, ପାଣି ଟାଙ୍କିରେ ଲୁଚାଇଲା ଶବ

ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୬ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୧୧ ଥିଲା। ଏହି ସମୟରେ ସକ୍ରିୟ ମାମଲା ୨୫ ହଜାର ଟପିଛି। ଏହା ୨୫ ହଜାର ୫୮୭ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୨୩ ହଜାର ୦୯୧ ଥିଲା। ସେହିପରି ୨୪ ଘଣ୍ଟାରେ ୨,୮୨୬ ଜଣ ସୁସ୍ଥ ହୋଇଛନ୍ତି। ଗୋଟିଏ ଦିନ ତଳେ ଏହା ୨,୫୦୮ ଥିଲା। ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୩୦ ହଜାର ୯୨୯ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୪୭ ଲକ୍ଷ ୩୯ ହଜାର ୫୪ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୪୧ ଲକ୍ଷ ୮୨ ହଜାର ୫୩୮ ଜଣ ସୁସ୍ଥ ହୋଇ ସାରିଛନ୍ତି।

ଆହୁରି ପଢ଼ନ୍ତୁ: ଯୌତୁକ ପାଇଁ ନବବିବାହିତାଙ୍କୁ ହତ୍ୟା: ବିବାହର ୪ ମାସ ନ ପୂରୁଣୁ କମ୍ବଳରେ ମୁହଁ ଚାପି ମାରିଦେଲା

06 Apr 2023 By The Sakala

ଆଜି ଦେଶରେ ଦୈନିକ ସଂକ୍ରମଣ ସଂଖ୍ୟା ୫,୩୦୦ ଉପରେ

ନୂଆଦିଲ୍ଲୀ: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଦେଶରେ ଦୈନିକ କରୋନା ସଂକ୍ରମଣ ମାମଲା ପୁଣି ବଢ଼ିଛି। ସେହିପରି ସକ୍ରିୟ ମାମଲାରେ ବୃଦ୍ଧି ଦେଖିବାକୁ ମିଳିଛି। ଦୈନିକ ପଜିଟିଭ୍‌ ହାରରେ ବୃଦ୍ଧି ଘଟିଛି। ସେହିପରି ସୁସ୍ଥତା ହାରରେ ମଧ୍ୟ ବୃଦ୍ଧି ହୋଇଛି। ସକ୍ରିୟ ମାମଲା ୨୬ ହଜାର ମୁହାଁ ହୋଇଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୫ ହଜାରରୁ ଅଧିକ ରହିଛି। ଗତ ୨୪ ଘଣ୍ଟାରେ ଏହା ୫,୩୨୮ ଛୁଇଁଛି। ଗୋଟିଏ ଦିନ ତଳେ ଏହା ୪,୪୩୧ ଥିଲା।

ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୬ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୧୧ ଥିଲା। ଏହି ସମୟରେ ସକ୍ରିୟ ମାମଲା ୨୫ ହଜାର ଟପିଛି। ଏହା ୨୫ ହଜାର ୫୮୭ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୨୩ ହଜାର ୦୯୧ ଥିଲା। ସେହିପରି ୨୪ ଘଣ୍ଟାରେ ୨,୮୨୬ ଜଣ ସୁସ୍ଥ ହୋଇଛନ୍ତି। ଗୋଟିଏ ଦିନ ତଳେ ଏହା ୨,୫୦୮ ଥିଲା। ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୩୦ ହଜାର ୯୨୯ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୪୭ ଲକ୍ଷ ୩୯ ହଜାର ୫୪ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୪୧ ଲକ୍ଷ ୮୨ ହଜାର ୫୩୮ ଜଣ ସୁସ୍ଥ ହୋଇ ସାରିଛନ୍ତି।

https://www.thesakala.in/national-international/today-the-number-of-daily-infections-in-the-country-is-over-5300/article-20493
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର