ଏୟାର ସୋ’ ବେଳେ ମଝି ଆକାଶରେ ଧକ୍କା ହେଲା ୨ ସାମରିକ ବିମାନ, ୬ ମୃତ

The Sakala Picture
Published On

ୱାଶିଂଟନ: ଏୟାର ସୋ’ ଚାଲିଥିବାବେଳେ ମଝି ଆକାଶରେ ଧକ୍କା ହେଲା ଦୁଇ ବିମାନ। ଆମେରିକା ଟେକ୍ସାସର ଡାଲାସ୍‌ ଏକଜିକ୍ୟୁଟିଭ୍‌ ଏୟାରପୋର୍ଟରେ ଏହି ଦୁର୍ଘଟଣା ଘଟିଛି । ଗୋଟିଏ ବୋଇଂ B-17 ଏୟାରକ୍ରାଫ୍ଟ ସହ ଛୋଟ ବିମାନର ମୁହାଁମୁହିଁ ଧକ୍କା ହୋଇଥିଲା । ଦ୍ୱିତୀୟ ବିଶ୍ୱଯୁଦ୍ଧ ସମୟର ଏହି ଦୁଇ ସାମରିକ ବିମାନ ମଧ୍ୟରେ ଧକ୍କା ହେବା ଫଳରେ ୬ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ଦୁଇ ବିମାନ ପରସ୍ପର ସହିତ ଧକ୍କା ଖାଇ ଖଣ୍ଡବିଖଣ୍ଡ […]

ୱାଶିଂଟନ: ଏୟାର ସୋ’ ଚାଲିଥିବାବେଳେ ମଝି ଆକାଶରେ ଧକ୍କା ହେଲା ଦୁଇ ବିମାନ। ଆମେରିକା ଟେକ୍ସାସର ଡାଲାସ୍‌ ଏକଜିକ୍ୟୁଟିଭ୍‌ ଏୟାରପୋର୍ଟରେ ଏହି ଦୁର୍ଘଟଣା ଘଟିଛି । ଗୋଟିଏ ବୋଇଂ B-17 ଏୟାରକ୍ରାଫ୍ଟ ସହ ଛୋଟ ବିମାନର ମୁହାଁମୁହିଁ ଧକ୍କା ହୋଇଥିଲା । ଦ୍ୱିତୀୟ ବିଶ୍ୱଯୁଦ୍ଧ ସମୟର ଏହି ଦୁଇ ସାମରିକ ବିମାନ ମଧ୍ୟରେ ଧକ୍କା ହେବା ଫଳରେ ୬ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ଦୁଇ ବିମାନ ପରସ୍ପର ସହିତ ଧକ୍କା ଖାଇ ଖଣ୍ଡବିଖଣ୍ଡ ହୋଇ ତଳକୁ ଖସି ପୋଡ଼ିଯାଇଥିବା କଥା ଫେଡେରାଲ୍‌ ଅଧିକାରୀମାନେ କହିଛନ୍ତି।

ଆହୁରି ପଢ଼ନ୍ତୁ: ପ୍ରତିରକ୍ଷା ବାହିନୀ ପାଇଁ ୧.୧୦ ଲକ୍ଷ କୋଟି ଟଙ୍କାର ଅସ୍ତ୍ରଶସ୍ତ୍ର ଓ ଉପକରଣ କ୍ରୟ ପ୍ରସ୍ତାବକୁ DACର ମଞ୍ଜୁରୀ

ସୂଚନା ଅନୁସାରେ, ଦ୍ୱିତୀୟ ବିଶ୍ୱଯୁଦ୍ଧ ସ୍ମରଣରେ ଟେକ୍ସାସର ଡାଲ୍ଲାସରେ ଶନିବାର ଏକ ଏୟାର ଶୋର ଆୟୋଜନ କରାଯାଇଥିଲା। ଏହି ସମୟରେ ବୋଇଁ ବୋମା ବର୍ଷକ ବିମାନ ବି-୧୭ ଫ୍ଲାଇଂ ଫୋର୍ଟଟ୍ରେସ୍ ଓ ବେଲ୍ ପି-୬୩ କିଂକୋବ୍ରା ଫାଇଟର ବିମାନ ପରସ୍ପରକୁ ଧକ୍କା ଦେଇଥିଲେ। ମଝି ଆକାଶରେ ବିମାନ କ୍ରାସ ପରେ ତଳେ ପଡି ହୁତୁହୁତୁ ହୋଇ ଜଳିଯାଇଥିଲା । ପରେ ଘଟଣାର ଭିଡିଓ ସାମ୍ନାକୁ ଆସିଛି । ଡେଲାସ ଏକ୍‌ଜିକ୍ୟୁଟିଭ ଏୟାରପୋର୍ଟରେ ଏୟାର ଶୋ’ ଚାଲିଥିବା ବେଳେ ଦିନ ୧.୨୦ ବେଳେ ଏହି ଦୁର୍ଘଟଣା ଘଟିଥିଲା ବୋଲି ଫେଡେରାଲ ଏଭିଏଶନ ଆଡିମିନିଷ୍ଟ୍ରେସନ(FAA) ସୂଚନା ଦେଇଛି। ଦ୍ୱିତୀୟ ବିଶ୍ୱଯୁଦ୍ଧ ବେଳେ ଜର୍ମାନୀ ବିପକ୍ଷରେ B-17 ବିମାନ ବଡ଼ ଭୂମିକା ନିଭାଇଥିଲା ।

ଆହୁରି ପଢ଼ନ୍ତୁ: ସାଉଦି ଆରବର ଆରାମକୋ ରିଫାଇନାରୀ ଉପରେ ହୁଥି ବିଦ୍ରୋହୀଙ୍କ ଆକ୍ରମଣ: ନୂଆ 'ମକ୍କା ଚୁକ୍ତି' ଉପରେ ଉଠିଲା ପ୍ରଶ୍ନ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର