ୟୁଜିସିର ବଡ଼ ଚେତାବନୀ ପାକିସ୍ତାନରେ ପଢ଼ିଲେ ଭାରତରେ ମିଳିବନି ଚାକିରି

The Sakala Picture
Published On

ଛାତ୍ରଛାତ୍ରୀଙ୍କୁ ଏକ ବଡ଼ ଚେତାବନୀ ଦେଲା ୟୁଜିସି । ୟୁଜିସି ବା ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ ଏବଂ ଏଆଇସିଟିଇ ଭାରତୀୟ ଛାତ୍ରଛାତ୍ରୀମାନଙ୍କୁ ଏକ ବଡ଼ ଚେତାବନୀ ଦେଇଛନ୍ତି । ଭାରତୀୟ ଛାତ୍ରଛାତ୍ରୀମାନେ ପାକିସ୍ତାନର କୌଣସି କଲେଜ କିମ୍ବା ଶିକ୍ଷାନୁଷ୍ଠାନରେ ଆଡମିଶନ କରନ୍ତୁ ନାହିଁ। ଏହା କଲେ ସେମାନେ ଭାରତରେ ଚାକିରି ସହ ଦେଶରେ ଉଚ୍ଚଶିକ୍ଷା କରିବାକୁ ଯୋଗ୍ୟ ବିବେଚିତ ହେବେ ନାହିଁ। ୟୁଜିସି ଏବଂ ଏଆଇସିଟିଇ ଭାରତୀୟ ଛାତ୍ରଛାତ୍ରୀମାନଙ୍କୁ ଉଚ୍ଚଶିକ୍ଷା ପାଇଁ ପାକିସ୍ତାନ ନ ଯିବାକୁ ପରାମର୍ଶ […]

ଛାତ୍ରଛାତ୍ରୀଙ୍କୁ ଏକ ବଡ଼ ଚେତାବନୀ ଦେଲା ୟୁଜିସି । ୟୁଜିସି ବା ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ ଏବଂ ଏଆଇସିଟିଇ ଭାରତୀୟ ଛାତ୍ରଛାତ୍ରୀମାନଙ୍କୁ ଏକ ବଡ଼ ଚେତାବନୀ ଦେଇଛନ୍ତି । ଭାରତୀୟ ଛାତ୍ରଛାତ୍ରୀମାନେ ପାକିସ୍ତାନର କୌଣସି କଲେଜ କିମ୍ବା ଶିକ୍ଷାନୁଷ୍ଠାନରେ ଆଡମିଶନ କରନ୍ତୁ ନାହିଁ। ଏହା କଲେ ସେମାନେ ଭାରତରେ ଚାକିରି ସହ ଦେଶରେ ଉଚ୍ଚଶିକ୍ଷା କରିବାକୁ ଯୋଗ୍ୟ ବିବେଚିତ ହେବେ ନାହିଁ।

ଆହୁରି ପଢ଼ନ୍ତୁ: ୨୦୧୮ ମାନହାନି ମାମଲା: ୟୁଟ୍ୟୁବର ଧ୍ରୁବ ରାଠୀଙ୍କ ବିରୋଧରେ ଜାମିନଯୋଗ୍ୟ ୱାରେଣ୍ଟ ଜାରି କଲେ ଦିଲ୍ଲୀ କୋର୍ଟ

ୟୁଜିସି ଏବଂ ଏଆଇସିଟିଇ ଭାରତୀୟ ଛାତ୍ରଛାତ୍ରୀମାନଙ୍କୁ ଉଚ୍ଚଶିକ୍ଷା ପାଇଁ ପାକିସ୍ତାନ ନ ଯିବାକୁ ପରାମର୍ଶ ଦେଇଛନ୍ତି । ଭାରତର ଯେ କୌଣସି ନାଗରିକ ଏବଂ ବିଦେଶୀ ନାଗରିକ ଯିଏ ପାକିସ୍ତାନର ଯେ କୌଣସି ଡିଗ୍ରୀ କଲେଜ ଏବଂ ଶିକ୍ଷାନୁଷ୍ଠାନରେ ଆଡମିଶନ କରିବାକୁ ଇଚ୍ଛା କରନ୍ତି, ପାକିସ୍ତାନରେ ପ୍ରାପ୍ତ ଶିକ୍ଷାଗତ ଯୋଗ୍ୟତା ଆଧାରରେ ଭାରତର ଚାକିରୀ କିମ୍ବା ଉଚ୍ଚଶିକ୍ଷା ପାଇବାକୁ ସେମାନେ ଯୋଗ୍ୟ ବିବେଚିତ ହେବେ ନାହିଁ।

ଆହୁରି ପଢ଼ନ୍ତୁ: ସାଉଦି ଆରବର ଦମ୍ମାମ ବିମାନବନ୍ଦରରେ ହୁଥି ଆକ୍ରମଣ: ଜଣେ ଭାରତୀୟଙ୍କ ମୃତ୍ୟୁ, ୨ ଆହତ

ପାକିସ୍ତାନରେ ଉଚ୍ଚଶିକ୍ଷା ହାସଲ କରିଥିବା ତଥା ଭାରତ ଦ୍ୱାରା ନାଗରିକତ୍ୱ ପ୍ରାପ୍ତ ପ୍ରବାସୀ ତଥା ସେମାନଙ୍କ ପିଲାମାନେ ଗୃହ ମନ୍ତ୍ରୀଳୟରୁ ସୁରକ୍ଷା କ୍ଲିୟରାନ୍ସ ପାଇବା ପରେ ଭାରତରେ ଚାକିରୀ ପାଇବାକୁ ଯୋଗ୍ୟ ବିବେଚିତ ହେବେ। ଏନେଇ ୟୁଜିସି ପକ୍ଷରୁ ଏକ ବିଂଜ୍ଞପ୍ତି ପ୍ରକାଶ ପାଇଛି।

ଆହୁରି ପଢ଼ନ୍ତୁ: ନିର୍ବାଚନ ଆୟୋଗରେ ବଡ଼ ବିବାଦ: RTI ରିପୋର୍ଟରୁ ଖୁଲାସା ହେଲା ବରିଷ୍ଠ ଅଧିକାରୀଙ୍କ ଏକପାଖିଆ ନିଷ୍ପତ୍ତି

ଏଠାରେ ଆମେ କହି ରଖିବାକୁ ଚାହୁଁଛୁ ଯେ, କିଛି ଦିନ ତଳେ ଉଭୟ ୟୁଜିସି ଓ ଏଆଇସିଟିଇ ମିଳିତ ଭାବେ ଆଡ଼ଭାଇଜାରୀ ଜାରି କରି କହିଥିଲେ ଯେ, ଭାରତୀୟ ଛାତ୍ରଛାତ୍ରୀମାନେ ଚୀନର ବିଶ୍ୱବିଦ୍ୟାଳୟମାନଙ୍କରେ ଆଡମିଶନ ନିଅନ୍ତୁ ନାହିଁ। କୋଭିଡ -୧୯ ମହାମାରୀ ପରେ ଚୀନ୍ ସରକାରଙ୍କ ଦ୍ୱାରା ଯାତ୍ରା ପ୍ରତିବନ୍ଧକ ଲାଗୁ ହେବା ପରେ ଏହି ଆଡ଼ଭାଇଜାରୀ ଆସିଥିଲା।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର