ୟୁଜିସିର ବଡ଼ ଚେତାବନୀ ପାକିସ୍ତାନରେ ପଢ଼ିଲେ ଭାରତରେ ମିଳିବନି ଚାକିରି

The Sakala Picture
Published On

ଛାତ୍ରଛାତ୍ରୀଙ୍କୁ ଏକ ବଡ଼ ଚେତାବନୀ ଦେଲା ୟୁଜିସି । ୟୁଜିସି ବା ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ ଏବଂ ଏଆଇସିଟିଇ ଭାରତୀୟ ଛାତ୍ରଛାତ୍ରୀମାନଙ୍କୁ ଏକ ବଡ଼ ଚେତାବନୀ ଦେଇଛନ୍ତି । ଭାରତୀୟ ଛାତ୍ରଛାତ୍ରୀମାନେ ପାକିସ୍ତାନର କୌଣସି କଲେଜ କିମ୍ବା ଶିକ୍ଷାନୁଷ୍ଠାନରେ ଆଡମିଶନ କରନ୍ତୁ ନାହିଁ। ଏହା କଲେ ସେମାନେ ଭାରତରେ ଚାକିରି ସହ ଦେଶରେ ଉଚ୍ଚଶିକ୍ଷା କରିବାକୁ ଯୋଗ୍ୟ ବିବେଚିତ ହେବେ ନାହିଁ। ୟୁଜିସି ଏବଂ ଏଆଇସିଟିଇ ଭାରତୀୟ ଛାତ୍ରଛାତ୍ରୀମାନଙ୍କୁ ଉଚ୍ଚଶିକ୍ଷା ପାଇଁ ପାକିସ୍ତାନ ନ ଯିବାକୁ ପରାମର୍ଶ […]

ଛାତ୍ରଛାତ୍ରୀଙ୍କୁ ଏକ ବଡ଼ ଚେତାବନୀ ଦେଲା ୟୁଜିସି । ୟୁଜିସି ବା ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ ଏବଂ ଏଆଇସିଟିଇ ଭାରତୀୟ ଛାତ୍ରଛାତ୍ରୀମାନଙ୍କୁ ଏକ ବଡ଼ ଚେତାବନୀ ଦେଇଛନ୍ତି । ଭାରତୀୟ ଛାତ୍ରଛାତ୍ରୀମାନେ ପାକିସ୍ତାନର କୌଣସି କଲେଜ କିମ୍ବା ଶିକ୍ଷାନୁଷ୍ଠାନରେ ଆଡମିଶନ କରନ୍ତୁ ନାହିଁ। ଏହା କଲେ ସେମାନେ ଭାରତରେ ଚାକିରି ସହ ଦେଶରେ ଉଚ୍ଚଶିକ୍ଷା କରିବାକୁ ଯୋଗ୍ୟ ବିବେଚିତ ହେବେ ନାହିଁ।

ଆହୁରି ପଢ଼ନ୍ତୁ: ନେପାଳରେ ମାଟି ତଳେ ପୋତି ହୋଇଛି ସୁଡ଼ଙ୍ଗ ଓ ଶ୍ରମିକ, ଉଦ୍ଧାର କାର୍ଯ୍ୟରେ ସାହାଯ୍ୟ କରୁଛି ଇଞ୍ଜିନିୟରଙ୍କ ହ୍ୱାଟ୍ସଆପ୍ ଗ୍ରୁପ୍

ୟୁଜିସି ଏବଂ ଏଆଇସିଟିଇ ଭାରତୀୟ ଛାତ୍ରଛାତ୍ରୀମାନଙ୍କୁ ଉଚ୍ଚଶିକ୍ଷା ପାଇଁ ପାକିସ୍ତାନ ନ ଯିବାକୁ ପରାମର୍ଶ ଦେଇଛନ୍ତି । ଭାରତର ଯେ କୌଣସି ନାଗରିକ ଏବଂ ବିଦେଶୀ ନାଗରିକ ଯିଏ ପାକିସ୍ତାନର ଯେ କୌଣସି ଡିଗ୍ରୀ କଲେଜ ଏବଂ ଶିକ୍ଷାନୁଷ୍ଠାନରେ ଆଡମିଶନ କରିବାକୁ ଇଚ୍ଛା କରନ୍ତି, ପାକିସ୍ତାନରେ ପ୍ରାପ୍ତ ଶିକ୍ଷାଗତ ଯୋଗ୍ୟତା ଆଧାରରେ ଭାରତର ଚାକିରୀ କିମ୍ବା ଉଚ୍ଚଶିକ୍ଷା ପାଇବାକୁ ସେମାନେ ଯୋଗ୍ୟ ବିବେଚିତ ହେବେ ନାହିଁ।

ଆହୁରି ପଢ଼ନ୍ତୁ: ୩୬,୦୦୦ ଫୁଟ ଉଚ୍ଚରେ ଏୟାର ଇଣ୍ଡିଆ ବିମାନରେ ଯାନ୍ତ୍ରିକ ତ୍ରୁଟି: କିଛି ସେକେଣ୍ଡରେ ଫେଲ୍ ମାରିଲା ସମସ୍ତ ହାଇଡ୍ରୋଲିକ୍ସ, ୨୪ ଆହତ

ପାକିସ୍ତାନରେ ଉଚ୍ଚଶିକ୍ଷା ହାସଲ କରିଥିବା ତଥା ଭାରତ ଦ୍ୱାରା ନାଗରିକତ୍ୱ ପ୍ରାପ୍ତ ପ୍ରବାସୀ ତଥା ସେମାନଙ୍କ ପିଲାମାନେ ଗୃହ ମନ୍ତ୍ରୀଳୟରୁ ସୁରକ୍ଷା କ୍ଲିୟରାନ୍ସ ପାଇବା ପରେ ଭାରତରେ ଚାକିରୀ ପାଇବାକୁ ଯୋଗ୍ୟ ବିବେଚିତ ହେବେ। ଏନେଇ ୟୁଜିସି ପକ୍ଷରୁ ଏକ ବିଂଜ୍ଞପ୍ତି ପ୍ରକାଶ ପାଇଛି।

ଆହୁରି ପଢ଼ନ୍ତୁ: ଦିଲ୍ଲୀ ସତ୍ୟ ନିକେତନ କୋଠା ଭୁଶୁଡ଼ିବା ଘଟଣା: ୪ ମହଲାରୁ ଅଧିକ ଥିବା ସମସ୍ତ ବେଆଇନ ନିର୍ମାଣ ସିଲ୍ କରିବାକୁ ଏମସିଡିର ନିର୍ଦ୍ଦେଶ, ମୃତ୍ୟୁସଂଖ୍ୟା ୬କୁ ବୃଦ୍ଧି

ଏଠାରେ ଆମେ କହି ରଖିବାକୁ ଚାହୁଁଛୁ ଯେ, କିଛି ଦିନ ତଳେ ଉଭୟ ୟୁଜିସି ଓ ଏଆଇସିଟିଇ ମିଳିତ ଭାବେ ଆଡ଼ଭାଇଜାରୀ ଜାରି କରି କହିଥିଲେ ଯେ, ଭାରତୀୟ ଛାତ୍ରଛାତ୍ରୀମାନେ ଚୀନର ବିଶ୍ୱବିଦ୍ୟାଳୟମାନଙ୍କରେ ଆଡମିଶନ ନିଅନ୍ତୁ ନାହିଁ। କୋଭିଡ -୧୯ ମହାମାରୀ ପରେ ଚୀନ୍ ସରକାରଙ୍କ ଦ୍ୱାରା ଯାତ୍ରା ପ୍ରତିବନ୍ଧକ ଲାଗୁ ହେବା ପରେ ଏହି ଆଡ଼ଭାଇଜାରୀ ଆସିଥିଲା।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର