ଜି-୨୦ ସମ୍ମିଳନୀରେ ଯୋଗଦେବାକୁ ଦିଲ୍ଲୀରେ ପହଞ୍ଚିଲେ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ

ନୂଆଦିଲ୍ଲୀ: ୨୦୨୩ ପାଇଁ ଜି-୨୦ର ଅଧ୍ୟକ୍ଷ ଭାରତ ନୂଆଦିଲ୍ଲୀରେ ଏହାର ଶିଖର ସମ୍ମିଳନୀ ଆୟୋଜନ କରୁଛି। ଏଥିପାଇଁ କଡ଼ା ସୁରକ୍ଷା ବ୍ୟବସ୍ଥା ସହ ସବୁ ପ୍ରକାର ପ୍ରସ୍ତୁତି ଶେଷ ହୋଇଛି। ବିଶ୍ୱ ନେତାମାନେ ମଧ୍ୟ ଆସିବା ଆରମ୍ଭ କରିଛନ୍ତି। ବିଦେଶୀ ଅତିଥିମାନଙ୍କ ଯାତାୟାତକୁ ସୁଗମ କରିବା ପାଇଁ କେତେକ କଟକଣା ଲାଗାଯାଇଛି। ଜି ୨୦ ସମ୍ମିଳନୀରେ ସାମିଲ୍‌ ହେବା ପାଇଁ ଦିଲ୍ଲୀରେ ପହଞ୍ଚିଛନ୍ତି ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ। ବେସାମରିକ ବିମାନ ଚଳାଚଳ ରାଷ୍ଟ୍ରମନ୍ତ୍ରୀ ଭିକେ ସିଂ […]

ନୂଆଦିଲ୍ଲୀ: ୨୦୨୩ ପାଇଁ ଜି-୨୦ର ଅଧ୍ୟକ୍ଷ ଭାରତ ନୂଆଦିଲ୍ଲୀରେ ଏହାର ଶିଖର ସମ୍ମିଳନୀ ଆୟୋଜନ କରୁଛି। ଏଥିପାଇଁ କଡ଼ା ସୁରକ୍ଷା ବ୍ୟବସ୍ଥା ସହ ସବୁ ପ୍ରକାର ପ୍ରସ୍ତୁତି ଶେଷ ହୋଇଛି। ବିଶ୍ୱ ନେତାମାନେ ମଧ୍ୟ ଆସିବା ଆରମ୍ଭ କରିଛନ୍ତି। ବିଦେଶୀ ଅତିଥିମାନଙ୍କ ଯାତାୟାତକୁ ସୁଗମ କରିବା ପାଇଁ କେତେକ କଟକଣା ଲାଗାଯାଇଛି। ଜି ୨୦ ସମ୍ମିଳନୀରେ ସାମିଲ୍‌ ହେବା ପାଇଁ ଦିଲ୍ଲୀରେ ପହଞ୍ଚିଛନ୍ତି ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ। ବେସାମରିକ ବିମାନ ଚଳାଚଳ ରାଷ୍ଟ୍ରମନ୍ତ୍ରୀ ଭିକେ ସିଂ ବିମାବନ୍ଦରରେ ପହଞ୍ଚି ବାଇଡେନଙ୍କୁ ସ୍ବାଗତ କରିଥିଲେ।

ଏହାପୂର୍ବରୁ ଆଜି ଜାପାନର ପ୍ରଧାନମନ୍ତ୍ରୀ ଫୁମିଓ କିଶିଡା ଏବଂ ବ୍ରିଟେନର ପ୍ରଧାନମନ୍ତ୍ରୀ ଋଷି ସୁନକ ଦିଲ୍ଲୀରେ ପହଞ୍ଚିଥିଲେ। ପ୍ରଧାନମନ୍ତ୍ରୀ ଭାବେ ଋଷି ସୁନକଙ୍କ ଏହା ପ୍ରଥମ ଭାରତ ଗସ୍ତ। ତାଙ୍କ ପୂର୍ବରୁ ବାଂଲାଦେଶ ପ୍ରଧାନମନ୍ତ୍ରୀ ଶେଖ ହସିନା ନୂଆଦିଲ୍ଲୀରେ ପହଞ୍ଚିଥିଲେ। ଏହା ବ୍ୟତୀତ ଇଟାଲୀର ପ୍ରଧାନମନ୍ତ୍ରୀ ଜର୍ଜିଆ ମେଲୋନି ଏବଂ ଆର୍ଜେଣ୍ଟିନାର ରାଷ୍ଟ୍ରପତି ଅଲବର୍ଟୋ ଫର୍ଣ୍ଣାଣ୍ଡିଜ୍ ଦିଲ୍ଲୀରେ ପହଞ୍ଚିଛନ୍ତି।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶନିବାର ଶିଖର ସମ୍ମିଳନୀ ପାଇଁ ନିରୂପିତ ସ୍ଥାନ ପ୍ରଗତି ମୈଦାନରେ ଥିବା ଭାରତ ମଣ୍ଡପମ୍‌ରେ ବିଶ୍ୱ ନେତାମାନଙ୍କୁ ଜଣଜଣ କରି ସ୍ବାଗତ କରିବେ।

About The Author: The Sakala