ହରିୟାଣାର ନୁହ ଜିଲ୍ଲାରେ ଧାର୍ମିକ ଶୋଭାଯାତ୍ରା ବେଳେ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ, ପଥରମାଡ଼ ସହ ପୋଡ଼ାଜଳା

The Sakala Picture
Published On

ଗୁରୁଗ୍ରାମ: ହରିୟାଣାର ଗୁରୁଗ୍ରାମ ସଂଲଗ୍ନ ନୁହ ଜିଲ୍ଲାରେ ସୋମବାର ଏକ ଧାର୍ମିକ ଶୋଭାଯାତ୍ରା ବେଳେ ଦୁଇ ଗୋଷ୍ଠୀ ମଧ୍ୟରେ ପଥରମାଡ଼ ହୋଇଛି । ଦଙ୍ଗାକାରୀମାନେ ଅନେକ ଗାଡିରେ ନିଆଁ ମଧ୍ୟ ଲଗାଇ ଦେଇଛନ୍ତି ‌। ଏହି ଘଟଣାରେ ଜଣେ ହୋମ୍ ଗାର୍ଡଙ୍କ ମୃତ୍ୟୁ ହୋଇଥିବା ବେଳେ ଅନେକ ଲୋକ ଆହତ ହୋଇଥିବା ସୂଚନା ମିଳିଛି । ଦୁଇ ଗୋଷ୍ଠୀ ମଧ୍ୟରେ ପଥରମାଡ଼ ବେଳେ ପୋଲିସ ଭିଡ଼ ହଟାଇବାକୁ ଯାଇ ଲୁହବୁହା ଗ୍ୟାସ୍ ପ୍ରୟୋଗ କରିଥିଲା । ଉତ୍ତେଜନାପୂର୍ଣ୍ଣ […]

ଗୁରୁଗ୍ରାମ: ହରିୟାଣାର ଗୁରୁଗ୍ରାମ ସଂଲଗ୍ନ ନୁହ ଜିଲ୍ଲାରେ ସୋମବାର ଏକ ଧାର୍ମିକ ଶୋଭାଯାତ୍ରା ବେଳେ ଦୁଇ ଗୋଷ୍ଠୀ ମଧ୍ୟରେ ପଥରମାଡ଼ ହୋଇଛି । ଦଙ୍ଗାକାରୀମାନେ ଅନେକ ଗାଡିରେ ନିଆଁ ମଧ୍ୟ ଲଗାଇ ଦେଇଛନ୍ତି ‌। ଏହି ଘଟଣାରେ ଜଣେ ହୋମ୍ ଗାର୍ଡଙ୍କ ମୃତ୍ୟୁ ହୋଇଥିବା ବେଳେ ଅନେକ ଲୋକ ଆହତ ହୋଇଥିବା ସୂଚନା ମିଳିଛି ।

ଆହୁରି ପଢ଼ନ୍ତୁ: ନେପାଳରେ ବନ୍ୟାର ତାଣ୍ଡବ: ୭୫୦୦ରୁ ଅଧିକ ଘର ଧ୍ୱଂସ, ରାସ୍ତା ଓ ପୋଲ ଭାଙ୍ଗିବା ଯୋଗୁଁ ବିପୁଳ କ୍ଷତି

ଦୁଇ ଗୋଷ୍ଠୀ ମଧ୍ୟରେ ପଥରମାଡ଼ ବେଳେ ପୋଲିସ ଭିଡ଼ ହଟାଇବାକୁ ଯାଇ ଲୁହବୁହା ଗ୍ୟାସ୍ ପ୍ରୟୋଗ କରିଥିଲା । ଉତ୍ତେଜନାପୂର୍ଣ୍ଣ ପରିସ୍ଥିତି ଦୃଷ୍ଟିରୁ ଏହି ଅଞ୍ଚଳରେ ଇଣ୍ଟରନେଟ୍ ସେବା ବନ୍ଦ କରାଯାଇଛି । ପରିସ୍ଥିତିକୁ ସମ୍ଭାଳିବା ପାଇଁ ଅନ୍ୟ ଅଞ୍ଚଳରୁ ପୋଲିସ ଫୋର୍ସ ମଧ୍ୟ ଡକାଯାଇଛି।

ଆହୁରି ପଢ଼ନ୍ତୁ: ମହାରାଷ୍ଟ୍ରର ରଘୁବୀର ଘାଟରେ ପୁଣି ଭୂସ୍ଖଳନ: ରତ୍ନଗିରି-ସାତାରା ରାସ୍ତା ବନ୍ଦ, ଫସିଲା ଯାତ୍ରୀବାହୀ ବସ୍

ପୋଲିସର ସୂଚନାନୁସାରେ, ବିଶ୍ବ ହିନ୍ଦୁ ପରିଷଦର ବ୍ରଜ ମଣ୍ଡଳ ଜଳାଭିଷେକ ଶୋଭାଯାତ୍ରାକୁ ନୁହର ଖେଡଲା ମୋର୍ ନିକଟରେ କିଛି ଯୁବକ ଅଟକାଇ ପଥରମାଡ଼ କରିଥିଲେ। ସେମାନେ ଏହି ଶୋଭାଯାତ୍ରାରେ ସାମିଲ ଦୁଇଟି କାରକୁ ମଧ୍ୟ ନିଆଁ ଜାଳି ଦେଇଥିଲେ। ଖବର ମୁତାବକ, ଏହି ଶୋଭାଯାତ୍ରାରେ ସାମିଲ ଲୋକମାନେ ସେମାନଙ୍କୁ ଅଟକାଇ ଥିବା ଯୁବକମାନଙ୍କ ଉପରେ ପାଲଟା ପଥରମାଡ଼ କରିଥିଲେ ।

ଆହୁରି ପଢ଼ନ୍ତୁ: ଆମେରିକୀୟ ସେନା ଦ୍ୱାରା ଫୋନ୍ ଏବଂ କମ୍ପ୍ୟୁଟରରେ ବିଜ୍ଞାପନ ଟ୍ରାକର୍ ବନ୍ଦ: ମଧ୍ୟପ୍ରାଚ୍ୟରେ ସୈନିକଙ୍କ ସୁରକ୍ଷା ପାଇଁ ପଦକ୍ଷେପ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର