କେରଳ ୱାଏନାଡରେ ଭୟଙ୍କର ଭୂସ୍ଖଳନ: ୨୪ ଜଣଙ୍କ ମୃତ୍ୟୁ, ମାଟି ତଳେ ଫସି ରହିଛନ୍ତି ଶତାଧିକ

The Sakala Picture
Published On

କେରଳ: କେରଳ ୱାଏନାଡରେ ଭୟଙ୍କର ଭୂସ୍ଖଳନ। ଏହି ଘଟଣାରେ ବର୍ତ୍ତମାନ ସୁଦ୍ଧା ୨୪ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଶତାଧିକ ଫସି ରହିଛନ୍ତି। ମୃତ୍ୟୁ ସଂଖ୍ୟା ଆହୁରି ବଢିପାରେ ବୋଲି ଆକଳନ କରାଯାଉଛି। ୱଏନାଡର ମେପାଡ଼ି ପାହାଡ଼ିଆ ଅଞ୍ଚଳରେ ଏହି ଭୂସ୍ଖଳନ ହୋଇଥିବା ଖବର ଆସିଛି। ଉଦ୍ଧାର କାର୍ଯ୍ୟରେ KSDMA ଓ NDRF ନିୟୋଜିତ ଅଛନ୍ତି। ସେହିପରି ଉଦ୍ଧାର କାର୍ଯ୍ୟ ପାଇଁ  MI 17 ଓ ALH ହେଲିକପ୍ଟର ନିୟୋଜିତ କରଯାଇଛି। ସ୍ୱାସ୍ଥ୍ୟ ବିଭାଗ- ଜାତୀୟ ସ୍ୱାସ୍ଥ୍ୟ […]

କେରଳ: କେରଳ ୱାଏନାଡରେ ଭୟଙ୍କର ଭୂସ୍ଖଳନ। ଏହି ଘଟଣାରେ ବର୍ତ୍ତମାନ ସୁଦ୍ଧା ୨୪ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଶତାଧିକ ଫସି ରହିଛନ୍ତି। ମୃତ୍ୟୁ ସଂଖ୍ୟା ଆହୁରି ବଢିପାରେ ବୋଲି ଆକଳନ କରାଯାଉଛି। ୱଏନାଡର ମେପାଡ଼ି ପାହାଡ଼ିଆ ଅଞ୍ଚଳରେ ଏହି ଭୂସ୍ଖଳନ ହୋଇଥିବା ଖବର ଆସିଛି। ଉଦ୍ଧାର କାର୍ଯ୍ୟରେ KSDMA ଓ NDRF ନିୟୋଜିତ ଅଛନ୍ତି। ସେହିପରି ଉଦ୍ଧାର କାର୍ଯ୍ୟ ପାଇଁ  MI 17 ଓ ALH ହେଲିକପ୍ଟର ନିୟୋଜିତ କରଯାଇଛି। ସ୍ୱାସ୍ଥ୍ୟ ବିଭାଗ- ଜାତୀୟ ସ୍ୱାସ୍ଥ୍ୟ ମିଶନ ନିୟନ୍ତ୍ରଣ କକ୍ଷ ଖୋଲିଛି ଏବଂ ଜରୁରୀକାଳୀନ ସହାୟତା ପାଇଁ ହେଲପଲାଇନ ନମ୍ବର ଜାରି କରାଯାଇଛି।

ଆହୁରି ପଢ଼ନ୍ତୁ: ରୁଷ-ୟୁକ୍ରେନ ଯୁଦ୍ଧ ଶେଷ କରିବାରେ ସାହାଯ୍ୟ କରିବାକୁ ଭାରତ ପ୍ରସ୍ତୁତ: କିଭ୍ ଗସ୍ତରେ କହିଲେ ଏସ୍ ଜୟଶଙ୍କର

ସୂଚନା ଅନୁସାରେ, ଆଜି ସକାଳୁ ସକାଳୁ କେରଳ ରାଜ୍ୟର ୱାଏନାଡ ଜିଲ୍ଲାର ମେପ୍ପଡି ନିକଟସ୍ଥ ପାହାଡିଆ ଅଞ୍ଚଳରେ ଭୁସ୍ଖଳନ ହୋଇଛି । କିଛି ସମୟ ବ୍ୟବଧାନରେ ଏକାଧିକ ସ୍ଥାନରେ ଭୁସ୍ଖଳନ ଘଟିଛି । ଏଥିରେ ମାଟି ତଳେ ଅନେକ ଲୋକ ଫସିରହିଥିବା ଆଶଙ୍କା କରାଯାଇଛି । ପ୍ରବଳ ବର୍ଷା ଯୋଗୁଁ ମାଟି ଧସିଯାଇଥିବା ବେଳେ ଉଦ୍ଧାର କାର୍ଯ୍ୟ ଜାରି ରହିଛି ।

ଆହୁରି ପଢ଼ନ୍ତୁ: ନେପାଳକୁ ପ୍ରତି ବିପଦର ଆଗୁଆ ସୂଚନା ଦେବ ଚୀନ୍!

କେରଳ ରାଜ୍ୟ ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷଙ୍କ (KSDMA)ସୂଚନା ଅନୁଯାୟୀ, ଭୂସ୍ଖଳନ ନେଇ ଖବର ପାଇବା ପରେ ତୁରନ୍ତ ଅଗ୍ନିଶମ ବାହିନୀ ଓ ଏନଡିଆରଏଫ ଟିମ ପ୍ରଭାବିତ ଅଞ୍ଚଳରେ ପହଞ୍ଚି ସେଠାରେ ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଛନ୍ତି । ଭୂସ୍ଖଳନରେ ଆହତ ୫୦ ଜଣଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ପ୍ରବଳ ବର୍ଷା ସମୟରେ ଭୋର ପ୍ରାୟ ୧ଟାରେ ମୁଣ୍ଡାକ୍କାଇ ଟାଉନରେ ପ୍ରଥମ ଭୂସ୍ଖଳନ ଘଟିଥିଲା। ମୁଣ୍ଡାକ୍କାଇରେ ଉଦ୍ଧାର କାର୍ଯ୍ୟ ଚାଲିଥିଲା ବେଳେ ସକାଳ ପ୍ରାୟ ୪ଟାରେ ଚୁରଲ ମାଲାର ଏକ ସ୍କୁଲ ନିକଟରେ ଦ୍ୱିତୀୟ ଭୂସ୍ଖଳନ ଘଟିଥିଲା।

ଆହୁରି ପଢ଼ନ୍ତୁ: ସାଉଦି ଆରବର ଆରାମକୋ ରିଫାଇନାରୀ ଉପରେ ହୁଥି ବିଦ୍ରୋହୀଙ୍କ ଆକ୍ରମଣ: ନୂଆ 'ମକ୍କା ଚୁକ୍ତି' ଉପରେ ଉଠିଲା ପ୍ରଶ୍ନ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର