ମତଦାନରେ ଭାରତର ବିଶ୍ବ ରେକର୍ଡ: ୬୪୨ ମିଲିୟନ୍ ଭୋଟର୍ କରିଛନ୍ତି ମତଦାନ

The Sakala Picture
Published On

ନୂଆଦିଲ୍ଲୀ : ଦେଶରେ ସାତଟି ପର୍ଯ୍ୟାୟରେ ୧୮ ତମ ଲୋକସଭା ନିର୍ବାଚନ ପ୍ରକ୍ରିୟା ସମାପ୍ତ ହେବା ପରେ ଆସନ୍ତାକାଲି ଅର୍ଥାତ ମଙ୍ଗଳବାର ଦିନ ଫଳାଫଳ ଆସିବାକୁ ଯାଉଛି। ଏହାପୂର୍ବରୁ ଆଜି ନିର୍ବାଚନ ଆୟୋଗ ଏକ ସାମ୍ବାଦିକ ସମ୍ମିଳନୀ କରି  ସାତ ପର୍ଯ୍ୟାୟ ନିର୍ବାଚନ ପ୍ରକ୍ରିୟା ବିଷୟରେ କହିଥିଲେ। ଏହି ସାମ୍ବାଦିକ ସମ୍ମିଳନୀରେ ମୁଖ୍ୟ ନିର୍ବାଚନ କମିଶନର ରାଜୀବ କୁମାର ଚଳିତ ନିର୍ବାଚନ ମତଦାନ ସାରା ବିଶ୍ୱରେ ଐତିହାସିକ ରେକର୍ଡ ସୃଷ୍ଟି କରିଛି । ଏହାଛଡା ସବୁଠୁ ଅଧିକ […]

ନୂଆଦିଲ୍ଲୀ : ଦେଶରେ ସାତଟି ପର୍ଯ୍ୟାୟରେ ୧୮ ତମ ଲୋକସଭା ନିର୍ବାଚନ ପ୍ରକ୍ରିୟା ସମାପ୍ତ ହେବା ପରେ ଆସନ୍ତାକାଲି ଅର୍ଥାତ ମଙ୍ଗଳବାର ଦିନ ଫଳାଫଳ ଆସିବାକୁ ଯାଉଛି। ଏହାପୂର୍ବରୁ ଆଜି ନିର୍ବାଚନ ଆୟୋଗ ଏକ ସାମ୍ବାଦିକ ସମ୍ମିଳନୀ କରି  ସାତ ପର୍ଯ୍ୟାୟ ନିର୍ବାଚନ ପ୍ରକ୍ରିୟା ବିଷୟରେ କହିଥିଲେ। ଏହି ସାମ୍ବାଦିକ ସମ୍ମିଳନୀରେ ମୁଖ୍ୟ ନିର୍ବାଚନ କମିଶନର ରାଜୀବ କୁମାର ଚଳିତ ନିର୍ବାଚନ ମତଦାନ ସାରା ବିଶ୍ୱରେ ଐତିହାସିକ ରେକର୍ଡ ସୃଷ୍ଟି କରିଛି । ଏହାଛଡା ସବୁଠୁ ଅଧିକ ସଂଖ୍ୟକ ଭୋଟର ମତଦାନ ଦେଇଛନ୍ତି । ବିଶେଷ କରି ଜମ୍ମୁ-କାଶ୍ମୀର ଭଳି ସମ୍ବୋଦନଶୀଳ ଅଞ୍ଚଳରେ ଚଳିତ ବର୍ଷ ସର୍ବାଧିକ ଭୋଟର ମତଦାନ କରିଛନ୍ତି । ଏହାସହ ପୂର୍ବ ନିର୍ବାଚନ ଅପେକ୍ଷା ଚଳିତ ବର୍ଷ ନିର୍ବାଚନରେ ସର୍ବାଧିକ ମହିଳା ଭୋଟର ନିଜର ମତସାବ୍ୟସ୍ତ କରିଛନ୍ତି । ଏଥର ୩୧ କୋଟି ମହିଳା ଭୋଟ୍ ଦେଇଛନ୍ତି, ଯାହା କି ପ୍ରଥମ ଥର ପାଇଁ ରେକର୍ଡ ସୃଷ୍ଟି କରିଛି ।

ଆହୁରି ପଢ଼ନ୍ତୁ: ହରିଦ୍ୱାରର ମନସା ଦେବୀ ମନ୍ଦିରରେ ନୂଆ ନିୟମ: ଦାନରେ ସ୍ୱଚ୍ଛତା ଆଣିବା ପାଇଁ ପକେଟ୍‌ବିହୀନ କୁର୍ତ୍ତା ପିନ୍ଧିବେ ପୂଜକ

ଏଥି ସହିତ ମୁଖ୍ୟ ନିର୍ବାଚନ କମିଶନର ରାଜୀବ କୁମାର କହିଛନ୍ତି ଭାରତରେ ୬୪୨ ନିୟୁତ ଭୋଟର ଅଛନ୍ତି। ଏହି ସଂଖ୍ୟା ବିଶ୍ୱରେ ଥିବା ୨୭ଟି ଦେଶର ଭୋଟରଙ୍କ ତୁଳନାରେ ପାଞ୍ଚ ଗୁଣ ଅଧିକ। ଚଳିତ ନିର୍ବାଚନରେ ​​୬୪ କୋଟିରୁ ଅଧିକ ଲୋକ ଭୋଟ୍ ଦେଇଛନ୍ତି। ଏହି ନିର୍ବାଚନରେ ଭାରତ ବିଶ୍ୱ ରେକର୍ଡ ସୃଷ୍ଟି କରିଛି। ଆମେ ବୃଦ୍ଧଙ୍କ ଘରକୁ ଘର ଯାଇ ସେମାନଙ୍କ ଭୋଟ୍ ନେଇଛୁ। ୮୫ରୁ ଅଧିକ ବୟସ୍କ ଭୋଟରମାନେ ଘରୁ ଭୋଟ୍ ଦେଇଛନ୍ତି। ଜମ୍ମୁ-କଶ୍ମୀରରେ ରେକର୍ଡ ମତଦାନ ହୋଇଛି। ଚଳିତ ବର୍ଷ ଗତ ୪ ଦଶନ୍ଧି ମଧ୍ୟରେ ଜମ୍ମୁ କାଶ୍ମୀରରେ ସର୍ବଧିକ ମତଦାନ ହୋଇଛି। ଝାଡ଼ଖଣ୍ଡ, ଛତିଶଗଡ଼ ଓ ଓଡ଼ିଶା ଭଳି ନକ୍ସଲପ୍ରବଣ ଅଞ୍ଚଳରେ ମାଓ ହିଂସା ହୋଇନି। ଚଳିତ ନିର୍ବାଚନ ସୁରୁଖୁରୁରେ ହୋଇଛି ବୋଲି ମୁଖ୍ୟ ନିର୍ବାଚନ କମିଶନ ସୂଚନା ଦେଇଛନ୍ତି।

ଆହୁରି ପଢ଼ନ୍ତୁ: 'ସେ ତାର କର୍ମର ଫଳ ପାଇଛି': ବାରୁଇପୁର ଦୁଷ୍କର୍ମ-ହତ୍ୟା ଅଭିଯୁକ୍ତ ପ୍ରଭାସର ଏନକାଉଣ୍ଟର ପରେ ମାଆଙ୍କ ପ୍ରତିକ୍ରିୟା

ରାଜୀବ କୁମାର ଆହୁରି କହିଛନ୍ତି ଯେ ଏହି ନିର୍ବାଚନରେ ​​୬୪ କୋଟିରୁ ଅଧିକ ଲୋକ ଭୋଟ୍ ଦେଇଛନ୍ତି। ଆମେ ଭାରତର ସମସ୍ତ ଭୋଟରଙ୍କୁ ଧନ୍ୟବାଦ ଜଣାଇଛନ୍ତି। ସେହିପରି ଚଳିତ ଲୋକସଭା ନିର୍ବାଚନରେ ରି-ପୋଲିଂ କମିଛି। ୨୭ ରାଜ୍ୟର କୌଣସି ବି ବୁଥ୍‌ରେ ହୋଇନି ପୁନଃ ମତଦାନ। ୨୦୧୯ ନିର୍ବାଚନରେ ୫୪୦ ସ୍ଥାନରେ ରି-ପୋଲିଂ ହୋଇଥିଲା। ହେଲେ ୨୦୨୪ରେ ମାତ୍ର ୩୯ଟି ବୁଥ୍‌ରେ ସାନି ମତଦାନ ହୋଇଛି। ମଣିପୁର, ଅରୁଣାଚଳ ପ୍ରଦେଶର ସର୍ବାଧିକ ୨୫ଟି ବୁଥ୍‌ରେ ସାନି ମତଦାନ ହୋଇଛି। ବାକି ୧୪ଟି ସାନି ମତଦାନ ଅନ୍ୟ ରାଜ୍ୟର ବୁଥ୍‌ରେ ହୋଇଛି ବୋଲି ମୁଖ୍ୟ ନିର୍ବାଚନ କମିଶନ କହିଛନ୍ତି।

ଆହୁରି ପଢ଼ନ୍ତୁ: ଜାପାନରେ ସାଇବର ଆକ୍ରମଣ: ChatGPT ବ୍ୟବହାର କରି ୪୬ ହଜାରରୁ ଅଧିକ ଆକାଉଣ୍ଟ ଡିଲିଟ୍ କଲା ୧୫ ବର୍ଷର ଛାତ୍ର

03 Jun 2024 By The Sakala

ମତଦାନରେ ଭାରତର ବିଶ୍ବ ରେକର୍ଡ: ୬୪୨ ମିଲିୟନ୍ ଭୋଟର୍ କରିଛନ୍ତି ମତଦାନ

ନୂଆଦିଲ୍ଲୀ : ଦେଶରେ ସାତଟି ପର୍ଯ୍ୟାୟରେ ୧୮ ତମ ଲୋକସଭା ନିର୍ବାଚନ ପ୍ରକ୍ରିୟା ସମାପ୍ତ ହେବା ପରେ ଆସନ୍ତାକାଲି ଅର୍ଥାତ ମଙ୍ଗଳବାର ଦିନ ଫଳାଫଳ ଆସିବାକୁ ଯାଉଛି। ଏହାପୂର୍ବରୁ ଆଜି ନିର୍ବାଚନ ଆୟୋଗ ଏକ ସାମ୍ବାଦିକ ସମ୍ମିଳନୀ କରି  ସାତ ପର୍ଯ୍ୟାୟ ନିର୍ବାଚନ ପ୍ରକ୍ରିୟା ବିଷୟରେ କହିଥିଲେ। ଏହି ସାମ୍ବାଦିକ ସମ୍ମିଳନୀରେ ମୁଖ୍ୟ ନିର୍ବାଚନ କମିଶନର ରାଜୀବ କୁମାର ଚଳିତ ନିର୍ବାଚନ ମତଦାନ ସାରା ବିଶ୍ୱରେ ଐତିହାସିକ ରେକର୍ଡ ସୃଷ୍ଟି କରିଛି । ଏହାଛଡା ସବୁଠୁ ଅଧିକ ସଂଖ୍ୟକ ଭୋଟର ମତଦାନ ଦେଇଛନ୍ତି । ବିଶେଷ କରି ଜମ୍ମୁ-କାଶ୍ମୀର ଭଳି ସମ୍ବୋଦନଶୀଳ ଅଞ୍ଚଳରେ ଚଳିତ ବର୍ଷ ସର୍ବାଧିକ ଭୋଟର ମତଦାନ କରିଛନ୍ତି । ଏହାସହ ପୂର୍ବ ନିର୍ବାଚନ ଅପେକ୍ଷା ଚଳିତ ବର୍ଷ ନିର୍ବାଚନରେ ସର୍ବାଧିକ ମହିଳା ଭୋଟର ନିଜର ମତସାବ୍ୟସ୍ତ କରିଛନ୍ତି । ଏଥର ୩୧ କୋଟି ମହିଳା ଭୋଟ୍ ଦେଇଛନ୍ତି, ଯାହା କି ପ୍ରଥମ ଥର ପାଇଁ ରେକର୍ଡ ସୃଷ୍ଟି କରିଛି ।

ଏଥି ସହିତ ମୁଖ୍ୟ ନିର୍ବାଚନ କମିଶନର ରାଜୀବ କୁମାର କହିଛନ୍ତି ଭାରତରେ ୬୪୨ ନିୟୁତ ଭୋଟର ଅଛନ୍ତି। ଏହି ସଂଖ୍ୟା ବିଶ୍ୱରେ ଥିବା ୨୭ଟି ଦେଶର ଭୋଟରଙ୍କ ତୁଳନାରେ ପାଞ୍ଚ ଗୁଣ ଅଧିକ। ଚଳିତ ନିର୍ବାଚନରେ ​​୬୪ କୋଟିରୁ ଅଧିକ ଲୋକ ଭୋଟ୍ ଦେଇଛନ୍ତି। ଏହି ନିର୍ବାଚନରେ ଭାରତ ବିଶ୍ୱ ରେକର୍ଡ ସୃଷ୍ଟି କରିଛି। ଆମେ ବୃଦ୍ଧଙ୍କ ଘରକୁ ଘର ଯାଇ ସେମାନଙ୍କ ଭୋଟ୍ ନେଇଛୁ। ୮୫ରୁ ଅଧିକ ବୟସ୍କ ଭୋଟରମାନେ ଘରୁ ଭୋଟ୍ ଦେଇଛନ୍ତି। ଜମ୍ମୁ-କଶ୍ମୀରରେ ରେକର୍ଡ ମତଦାନ ହୋଇଛି। ଚଳିତ ବର୍ଷ ଗତ ୪ ଦଶନ୍ଧି ମଧ୍ୟରେ ଜମ୍ମୁ କାଶ୍ମୀରରେ ସର୍ବଧିକ ମତଦାନ ହୋଇଛି। ଝାଡ଼ଖଣ୍ଡ, ଛତିଶଗଡ଼ ଓ ଓଡ଼ିଶା ଭଳି ନକ୍ସଲପ୍ରବଣ ଅଞ୍ଚଳରେ ମାଓ ହିଂସା ହୋଇନି। ଚଳିତ ନିର୍ବାଚନ ସୁରୁଖୁରୁରେ ହୋଇଛି ବୋଲି ମୁଖ୍ୟ ନିର୍ବାଚନ କମିଶନ ସୂଚନା ଦେଇଛନ୍ତି।

ରାଜୀବ କୁମାର ଆହୁରି କହିଛନ୍ତି ଯେ ଏହି ନିର୍ବାଚନରେ ​​୬୪ କୋଟିରୁ ଅଧିକ ଲୋକ ଭୋଟ୍ ଦେଇଛନ୍ତି। ଆମେ ଭାରତର ସମସ୍ତ ଭୋଟରଙ୍କୁ ଧନ୍ୟବାଦ ଜଣାଇଛନ୍ତି। ସେହିପରି ଚଳିତ ଲୋକସଭା ନିର୍ବାଚନରେ ରି-ପୋଲିଂ କମିଛି। ୨୭ ରାଜ୍ୟର କୌଣସି ବି ବୁଥ୍‌ରେ ହୋଇନି ପୁନଃ ମତଦାନ। ୨୦୧୯ ନିର୍ବାଚନରେ ୫୪୦ ସ୍ଥାନରେ ରି-ପୋଲିଂ ହୋଇଥିଲା। ହେଲେ ୨୦୨୪ରେ ମାତ୍ର ୩୯ଟି ବୁଥ୍‌ରେ ସାନି ମତଦାନ ହୋଇଛି। ମଣିପୁର, ଅରୁଣାଚଳ ପ୍ରଦେଶର ସର୍ବାଧିକ ୨୫ଟି ବୁଥ୍‌ରେ ସାନି ମତଦାନ ହୋଇଛି। ବାକି ୧୪ଟି ସାନି ମତଦାନ ଅନ୍ୟ ରାଜ୍ୟର ବୁଥ୍‌ରେ ହୋଇଛି ବୋଲି ମୁଖ୍ୟ ନିର୍ବାଚନ କମିଶନ କହିଛନ୍ତି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର