ପଶ୍ଚିମବଙ୍ଗ ପଲିଟିକ୍ସ : ଜଣେ କେନ୍ଦ୍ରମନ୍ତ୍ରୀ ଓ ୪ ଜଣ ସାଂସଦଙ୍କୁ ବିଧାନସଭା ପାଇଁ ପ୍ରାର୍ଥୀ କଲା ବିଜେପି

The Sakala Picture
Published On

କଲକାତା : ପଶ୍ଚିମବଙ୍ଗ ନିର୍ବାଚନ ତାରିଖ ଯେତେ ପାଖେଇ ଆସୁଛି ନିର୍ବାଚନୀ ମାହୋଲ ସେତେ ଗରମ ହେବାରେ ଲାଗିଛି। ଘନ ଘନ ପ୍ରଚାର ଏବଂ ରୋଡ ଶୋ ମଧ୍ୟ ଦେଖିବାକୁ ମିଳୁଛି। ଏହାରି ମଧ୍ୟରେ ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନର ତୃତୀୟ ଓ ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜେପି ରାଷ୍ଟ୍ରୀୟ ମହାସଚିବ ଅରୁଣ ସିଂହ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି। ଏହି ତାଲିକାରେ ୬୩ ଜଣ ପ୍ରାର୍ଥୀ ରହିଛନ୍ତି। ଆଉ ଏହି ୬୩ ଜଣଙ୍କ ମଧ୍ୟରେ ବିଜେପିର […]

କଲକାତା : ପଶ୍ଚିମବଙ୍ଗ ନିର୍ବାଚନ ତାରିଖ ଯେତେ ପାଖେଇ ଆସୁଛି ନିର୍ବାଚନୀ ମାହୋଲ ସେତେ ଗରମ ହେବାରେ ଲାଗିଛି। ଘନ ଘନ ପ୍ରଚାର ଏବଂ ରୋଡ ଶୋ ମଧ୍ୟ ଦେଖିବାକୁ ମିଳୁଛି। ଏହାରି ମଧ୍ୟରେ ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନର ତୃତୀୟ ଓ ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜେପି ରାଷ୍ଟ୍ରୀୟ ମହାସଚିବ ଅରୁଣ ସିଂହ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି। ଏହି ତାଲିକାରେ ୬୩ ଜଣ ପ୍ରାର୍ଥୀ ରହିଛନ୍ତି। ଆଉ ଏହି ୬୩ ଜଣଙ୍କ ମଧ୍ୟରେ ବିଜେପିର ଚାରି ସାଂସଦ, ଜଣେ କେନ୍ଦ୍ରମନ୍ତ୍ରୀ ଓ ଟଲିଉଡର ୪ କଳାକାର ରହିଛନ୍ତି। ଲୋକସଭା ସାଂସଦ ତଥା କେନ୍ଦ୍ରମନ୍ତ୍ରୀ ବାବୁଲ ସୁପ୍ରିୟୋ ଟୋଲାଗଞ୍ଜ ବିଧାନସଭା ଆସନରୁ ନିର୍ବାଚନ ଲଢ଼ିବେ ବୋଲି ଜଣାପଡ଼ିଛି।

ଆହୁରି ପଢ଼ନ୍ତୁ: ଖାଦ୍ୟ ପଦାର୍ଥରେ ଆଉ ବ୍ୟବହାର ହେବନି ଅଶ୍ୱଗନ୍ଧା ପତ୍ର, କେବଳ ଚେର ବ୍ୟବହାର ପାଇଁ ଅନୁମତି

ଜଣାଶୁଣା ଅର୍ଥନୀତିଜ୍ଞ ଅଶୋକ ଲାହିରି ଅଲିପୁରଦ୍ୱାର, ଡୋମଜୁରରୁ ରାଜୀବ ବାନାର୍ଜୀ, ସିଙ୍ଗୁରରୁ ରବୀନ୍ଦ୍ରନାଥ ଭଟ୍ଟାଚାର୍ୟ୍ୟ, ରାଜ୍ୟସଭା ସାଂସଦ ସ୍ୱପ୍ନ ଦାସଗୁପ୍ତା ତାରକେଶ୍ୱରରୁ ପ୍ରାର୍ଥୀ ହେବେ। ସାଂସଦ ନିଶିଥ ପ୍ରମାଣିକ ଦିନହାଟ ବିଧାନସଭା ଆସନରୁ, ତାଲିଗଞ୍ଜରୁ କେନ୍ଦ୍ରମନ୍ତ୍ରୀ ବାବୁଲ ସୁପ୍ରିୟୋ, ଅଭିନେତା ୟଶ ଦାସଗୁପ୍ତ ଚଣ୍ଡିତାଲାରୁ ପ୍ରାର୍ଥୀ ହେବେ। ଅଭିନେତ୍ରୀ ପାୟଲ ସରକାର ବେହାଲା ଇଷ୍ଟରୁ ପ୍ରତିଦ୍ୱନ୍ଦ୍ୱିତା କରିବେ। ଡକ୍ଟର ଇନ୍ଦ୍ରନିଲ ଖାନ କସବାରୁ ପ୍ରତିଦ୍ୱନ୍ଦ୍ୱିତା କରିବେ। ଅଭିନେତ୍ରୀ ତନୁଶ୍ରୀ ଚକ୍ରବର୍ତ୍ତୀ ହାଓ୍ୱାଡାର ଶ୍ୟାମପୁରରୁ ପ୍ରତିଦ୍ୱନ୍ଦ୍ୱିତା କରିବେ। ସାଂସଦ ଲୋକେଟ୍ ଚାଟାର୍ଜୀ ଚୁଞ୍ଚୁଡାରୁ ପ୍ରତିଦ୍ୱନ୍ଦ୍ୱିତା କରିବେ। ସୋନାରପୁର ଦକ୍ଷିଣରୁ ଅଞ୍ଜନା ବସୁ ପ୍ରାର୍ଥୀ ହେବେ। ସେହିପରି ହାଓ୍ୱାଡା ଦକ୍ଷିଣରୁ ରାତିସେନ ଗୁପ୍ତା ପ୍ରାର୍ଥୀ ହୋଇଛନ୍ତି।

ସୂଚନାଯୋଗ୍ୟ ୨୯୪ ଆସନ ବିଶିଷ୍ଟ ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ୮ଟି ପର୍ଯ୍ୟାୟରେ ଅନୁଷ୍ଠିତ ହେବ । ମାର୍ଚ୍ଚ ୨୭ରୁ ଏପ୍ରିଲ୍ ୨୯ ଯାଏ ଭୋଟିଂ ହେବାକୁ ଥିବାବେଳେ ମେ’ ୨ ତାରିଖରେ ପଶ୍ଚିମବଙ୍ଗ ସହ ତାମିଲନାଡ଼ୁ, କେରଳ, ଆସାମ ଏବଂ ପୁଡୁଚେରୀ ବିଧାନସବା ନିର୍ବାଚନ ଫଳାଫଳ ଆସିବ ।

14 Mar 2021 By The Sakala

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର