ଆଜି G20 ସମ୍ମିଳନୀର ଦ୍ବିତୀୟ ଦିନ: ରାଜଘାଟ ସ୍ଥିତ ମହାତ୍ମା ଗାନ୍ଧୀଙ୍କ ସମାଧି ସ୍ଥଳରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିବେ ବିଶ୍ୱନେତା

The Sakala Picture
Published On

ନୂଆଦିଲ୍ଲୀ: ରାଜଘାଟରେ ରାଷ୍ଟ୍ରମୁଖ୍ୟ । ଆଜି G20 ସମ୍ମିଳନୀର ଦ୍ବିତୀୟ ଦିନରେ ରାଜଘାଟ ସ୍ଥିତ ମହାତ୍ମା ଗାନ୍ଧୀଙ୍କ ସମାଧି ସ୍ଥଳରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିବେ ବିଶ୍ୱ ନେତା । ରାଜଘାଟରେ ପହଁଚୁଥିବା ବିଶ୍ୱ ନେତାଙ୍କୁ ସ୍ୱାଗତ କରୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଖଦୀରେ ପ୍ରସ୍ତୁତ ଉପଢୌକନ ଦେଇ ସ୍ୱାଗତ କରୁଛନ୍ତି ମୋଦି । ଗାନ୍ଧୀଙ୍କ ସ୍ମୃତିସ୍ଥଳରେ ଶ୍ରଦ୍ଧାଞ୍ଜଳି ଜଣାଇବେ ବିଶ୍ୱ ନେତା । ଗାନ୍ଧୀଙ୍କ ସମାଧିସ୍ଥଳ ପରିଦର୍ଶନ କରୁଛନ୍ତି G20 ଅତିଥି । ୧୦ଟାରେ ଭାରତ […]

ନୂଆଦିଲ୍ଲୀ: ରାଜଘାଟରେ ରାଷ୍ଟ୍ରମୁଖ୍ୟ । ଆଜି G20 ସମ୍ମିଳନୀର ଦ୍ବିତୀୟ ଦିନରେ ରାଜଘାଟ ସ୍ଥିତ ମହାତ୍ମା ଗାନ୍ଧୀଙ୍କ ସମାଧି ସ୍ଥଳରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିବେ ବିଶ୍ୱ ନେତା । ରାଜଘାଟରେ ପହଁଚୁଥିବା ବିଶ୍ୱ ନେତାଙ୍କୁ ସ୍ୱାଗତ କରୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଖଦୀରେ ପ୍ରସ୍ତୁତ ଉପଢୌକନ ଦେଇ ସ୍ୱାଗତ କରୁଛନ୍ତି ମୋଦି । ଗାନ୍ଧୀଙ୍କ ସ୍ମୃତିସ୍ଥଳରେ ଶ୍ରଦ୍ଧାଞ୍ଜଳି ଜଣାଇବେ ବିଶ୍ୱ ନେତା । ଗାନ୍ଧୀଙ୍କ ସମାଧିସ୍ଥଳ ପରିଦର୍ଶନ କରୁଛନ୍ତି G20 ଅତିଥି ।

ଆହୁରି ପଢ଼ନ୍ତୁ: ଭୟଙ୍କର ଭୂକମ୍ପ ଝଟକାରେ ଥରିଲା ଜାପାନ: ୭.୫ ତୀବ୍ରତା ରେକର୍ଡ, ସୁନାମି ଆଲର୍ଟ ଜାରି

୧୦ଟାରେ ଭାରତ ମଣ୍ଡପମ୍ ର ସାଉଥ ପ୍ଲାଜାରେ ବୃକ୍ଷରୋପଣ ସମାରୋହ ଆୟୋଜନ କରାଯିବ । ଏହାପରେ ଶିଖର ସମ୍ମିଳନୀର ତୃତୀୟ ଅଧିବେଶନ ଆରମ୍ଭ ହେବ । ବୈଠକରେ ସାମିଲ ହେବେ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ, ବ୍ରିଟେନ ପ୍ରଧାନମନ୍ତ୍ରୀ ରିଷି ସୁନକ, ସାଉଦି କ୍ରାଉନ ପ୍ରିନ୍ସ ମହମ୍ମଦ ବିନ୍ ସଲମାନ, କାନାଡା ପ୍ରଧାନମନ୍ତ୍ରୀ ଜଷ୍ଟିନ ଟ୍ରୁଡୋ, ଜାପାନା ପ୍ରଧାନମନ୍ତ୍ରୀ ପ୍ରମୁଖ ।

ଆହୁରି ପଢ଼ନ୍ତୁ: "ଏଠାରୁ ଟ୍ରାଫିକ୍ ହଟାଅ": ରାଲି ଯୋଗୁଁ ରାସ୍ତା ଜାମ୍ ହେବାରୁ ମନ୍ତ୍ରୀ ଗିରୀଶ ମହାଜନଙ୍କ ଉପରେ ବର୍ଷିଲେ ମୁମ୍ବାଇର ମହିଳା

ସେପଟେ ଗତକାଲି ଜି-୨୦ ସମ୍ମଳିନୀର ପ୍ରଥମ ଦିନରେ ଅନେକ ପ୍ରସ୍ତାବ ଉପରେ ବିଶ୍ବନେତା ନିଜର ସହମତି ପ୍ରକାଶ କରିଛନ୍ତି । ନୂଆଦିଲ୍ଲୀ ଘୋଷଣାନାମାରେ ୟୁକ୍ରେନରେ ଏକ ବ୍ୟାପକ, ନ୍ୟାୟପୂର୍ଣ୍ଣ ଏବଂ ସ୍ଥାୟୀ ଶାନ୍ତି ପ୍ରତିଷ୍ଠା ପାଇଁ ଆହ୍ଵାନ ଦିଆଯାଇଛି । ସଦସ୍ୟ ରାଷ୍ଟ୍ରମାନଙ୍କୁ ମଧ୍ୟ ଅନ୍ୟ ରାଷ୍ଟ୍ରର ସୀମାକୁ ବଳପୂର୍ବକ ଅକ୍ତିଆର କରିବା ଭଳି କାର୍ଯ୍ୟରୁ ଦୂରେଇ ରହିବାକୁ କୁହାଯାଇଛି । କୌଣସି ରାଷ୍ଟ୍ରର ଅଖଣ୍ଡତାକୁ କ୍ଷୁଣ୍ଣ କରିବା ଭଳି କାର୍ଯ୍ୟକଳାପରେ ଲିପ୍ତ ରହିବା କାର୍ଯ୍ୟରୁ ଦୂରେଇ ରହିବାକୁ ଅନୁରୋଧ କରାଯାଇଛି। ଆଣବିକ ଅସ୍ତ୍ରଶସ୍ତ୍ରର ବ୍ୟବହାର କିମ୍ବା ଧମକକୁ ଅଗ୍ରହଣୀୟ ବୋଲି ମଧ୍ୟ ଘୋଷଣାନାମାରେ ସ୍ପଷ୍ଟ କରାଯାଇଛି ।

ଆହୁରି ପଢ଼ନ୍ତୁ: ଆମ୍ ଆଦମୀ ପାର୍ଟିକୁ ଶକ୍ତ ଝଟକା: ବିଜେପିରେ ସାମିଲ ହେଲେ ଆପ୍‌ର ୭ ରାଜ୍ୟସଭା ସାଂସଦ

ଆଜିର ସମୟ, ଯୁଦ୍ଧର ସମୟ ନୁହେଁ ବୋଲି ଘୋଷଣାନାମାରେ ଦର୍ଶାଯାଇଛି । ୟୁକ୍ରେନ୍ ଆକ୍ରମଣ ପ୍ରସଙ୍ଗରେ ରୁଷ ବିରୋଧରେ କୌଣସି ସିଧାସଳଖ ମନ୍ତବ୍ୟ ରଖା ନଯାଇ ଏଭଳି ସଂକଳ୍ପ ନିଆଯାଇଛି । ଦିଲ୍ଲୀରେ ଅନୁଷ୍ଠିତ ଜି-୨୦ ଶିଖର ସମ୍ମିଳନୀରେ ‘ବିଶ୍ୱରେ ବିଶ୍ୱାସର ଅଭାବ’ ଦୂର କରିବା, ଆମେରିକା, ଭାରତ, ସାଉଦି ଆରବ ଏବଂ ଉପସାଗରୀୟ ଏବଂ ଆରବ ରାଷ୍ଟ୍ରକୁ ସଂଯୋଗ କରୁଥିବା ରେଳ ଏବଂ ଜାହାଜ ଚଳାଚଳ ଯୋଗାଯୋଗ ନେଟୱାର୍କର ଶୁଭାରମ୍ଭ ଏବଂ ବିଶ୍ୱ ଜୈବ ଇନ୍ଧନ ‘ଆଲାଏନ୍ସ’ର ଶୁଭାରମ୍ଭ ପାଇଁ ଆହ୍ଵାନ ଦିଆଯାଇଛି । ଏହା ବ୍ୟତୀତ ବୈଠକରେ ବହୁ ରାଷ୍ଟ୍ର ମଧ୍ୟରେ ଦ୍ବିପାକ୍ଷିକ ବୈଠକ ଅନୁଷ୍ଠିତ ହୋଇଛି ।

10 Sep 2023 By The Sakala

ଆଜି G20 ସମ୍ମିଳନୀର ଦ୍ବିତୀୟ ଦିନ: ରାଜଘାଟ ସ୍ଥିତ ମହାତ୍ମା ଗାନ୍ଧୀଙ୍କ ସମାଧି ସ୍ଥଳରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିବେ ବିଶ୍ୱନେତା

ନୂଆଦିଲ୍ଲୀ: ରାଜଘାଟରେ ରାଷ୍ଟ୍ରମୁଖ୍ୟ । ଆଜି G20 ସମ୍ମିଳନୀର ଦ୍ବିତୀୟ ଦିନରେ ରାଜଘାଟ ସ୍ଥିତ ମହାତ୍ମା ଗାନ୍ଧୀଙ୍କ ସମାଧି ସ୍ଥଳରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିବେ ବିଶ୍ୱ ନେତା । ରାଜଘାଟରେ ପହଁଚୁଥିବା ବିଶ୍ୱ ନେତାଙ୍କୁ ସ୍ୱାଗତ କରୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଖଦୀରେ ପ୍ରସ୍ତୁତ ଉପଢୌକନ ଦେଇ ସ୍ୱାଗତ କରୁଛନ୍ତି ମୋଦି । ଗାନ୍ଧୀଙ୍କ ସ୍ମୃତିସ୍ଥଳରେ ଶ୍ରଦ୍ଧାଞ୍ଜଳି ଜଣାଇବେ ବିଶ୍ୱ ନେତା । ଗାନ୍ଧୀଙ୍କ ସମାଧିସ୍ଥଳ ପରିଦର୍ଶନ କରୁଛନ୍ତି G20 ଅତିଥି ।

୧୦ଟାରେ ଭାରତ ମଣ୍ଡପମ୍ ର ସାଉଥ ପ୍ଲାଜାରେ ବୃକ୍ଷରୋପଣ ସମାରୋହ ଆୟୋଜନ କରାଯିବ । ଏହାପରେ ଶିଖର ସମ୍ମିଳନୀର ତୃତୀୟ ଅଧିବେଶନ ଆରମ୍ଭ ହେବ । ବୈଠକରେ ସାମିଲ ହେବେ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ, ବ୍ରିଟେନ ପ୍ରଧାନମନ୍ତ୍ରୀ ରିଷି ସୁନକ, ସାଉଦି କ୍ରାଉନ ପ୍ରିନ୍ସ ମହମ୍ମଦ ବିନ୍ ସଲମାନ, କାନାଡା ପ୍ରଧାନମନ୍ତ୍ରୀ ଜଷ୍ଟିନ ଟ୍ରୁଡୋ, ଜାପାନା ପ୍ରଧାନମନ୍ତ୍ରୀ ପ୍ରମୁଖ ।

ସେପଟେ ଗତକାଲି ଜି-୨୦ ସମ୍ମଳିନୀର ପ୍ରଥମ ଦିନରେ ଅନେକ ପ୍ରସ୍ତାବ ଉପରେ ବିଶ୍ବନେତା ନିଜର ସହମତି ପ୍ରକାଶ କରିଛନ୍ତି । ନୂଆଦିଲ୍ଲୀ ଘୋଷଣାନାମାରେ ୟୁକ୍ରେନରେ ଏକ ବ୍ୟାପକ, ନ୍ୟାୟପୂର୍ଣ୍ଣ ଏବଂ ସ୍ଥାୟୀ ଶାନ୍ତି ପ୍ରତିଷ୍ଠା ପାଇଁ ଆହ୍ଵାନ ଦିଆଯାଇଛି । ସଦସ୍ୟ ରାଷ୍ଟ୍ରମାନଙ୍କୁ ମଧ୍ୟ ଅନ୍ୟ ରାଷ୍ଟ୍ରର ସୀମାକୁ ବଳପୂର୍ବକ ଅକ୍ତିଆର କରିବା ଭଳି କାର୍ଯ୍ୟରୁ ଦୂରେଇ ରହିବାକୁ କୁହାଯାଇଛି । କୌଣସି ରାଷ୍ଟ୍ରର ଅଖଣ୍ଡତାକୁ କ୍ଷୁଣ୍ଣ କରିବା ଭଳି କାର୍ଯ୍ୟକଳାପରେ ଲିପ୍ତ ରହିବା କାର୍ଯ୍ୟରୁ ଦୂରେଇ ରହିବାକୁ ଅନୁରୋଧ କରାଯାଇଛି। ଆଣବିକ ଅସ୍ତ୍ରଶସ୍ତ୍ରର ବ୍ୟବହାର କିମ୍ବା ଧମକକୁ ଅଗ୍ରହଣୀୟ ବୋଲି ମଧ୍ୟ ଘୋଷଣାନାମାରେ ସ୍ପଷ୍ଟ କରାଯାଇଛି ।

ଆଜିର ସମୟ, ଯୁଦ୍ଧର ସମୟ ନୁହେଁ ବୋଲି ଘୋଷଣାନାମାରେ ଦର୍ଶାଯାଇଛି । ୟୁକ୍ରେନ୍ ଆକ୍ରମଣ ପ୍ରସଙ୍ଗରେ ରୁଷ ବିରୋଧରେ କୌଣସି ସିଧାସଳଖ ମନ୍ତବ୍ୟ ରଖା ନଯାଇ ଏଭଳି ସଂକଳ୍ପ ନିଆଯାଇଛି । ଦିଲ୍ଲୀରେ ଅନୁଷ୍ଠିତ ଜି-୨୦ ଶିଖର ସମ୍ମିଳନୀରେ ‘ବିଶ୍ୱରେ ବିଶ୍ୱାସର ଅଭାବ’ ଦୂର କରିବା, ଆମେରିକା, ଭାରତ, ସାଉଦି ଆରବ ଏବଂ ଉପସାଗରୀୟ ଏବଂ ଆରବ ରାଷ୍ଟ୍ରକୁ ସଂଯୋଗ କରୁଥିବା ରେଳ ଏବଂ ଜାହାଜ ଚଳାଚଳ ଯୋଗାଯୋଗ ନେଟୱାର୍କର ଶୁଭାରମ୍ଭ ଏବଂ ବିଶ୍ୱ ଜୈବ ଇନ୍ଧନ ‘ଆଲାଏନ୍ସ’ର ଶୁଭାରମ୍ଭ ପାଇଁ ଆହ୍ଵାନ ଦିଆଯାଇଛି । ଏହା ବ୍ୟତୀତ ବୈଠକରେ ବହୁ ରାଷ୍ଟ୍ର ମଧ୍ୟରେ ଦ୍ବିପାକ୍ଷିକ ବୈଠକ ଅନୁଷ୍ଠିତ ହୋଇଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର