ଜି-୨୦ ସମ୍ମିଳନୀରେ ଯୋଗଦେବାକୁ ଦିଲ୍ଲୀରେ ପହଞ୍ଚିଲେ ବ୍ରିଟେନ ଓ ଜାପାନର ପ୍ରଧାନମନ୍ତ୍ରୀ

The Sakala Picture
Published On

ନୂଆଦିଲ୍ଲୀ: ୨୦୨୩ ପାଇଁ ଜି-୨୦ର ଅଧ୍ୟକ୍ଷ ଭାରତ ନୂଆଦିଲ୍ଲୀରେ ଏହାର ଶିଖର ସମ୍ମିଳନୀ ଆୟୋଜନ କରୁଛି। ଏଥିପାଇଁ କଡ଼ା ସୁରକ୍ଷା ବ୍ୟବସ୍ଥା ସହ ସବୁ ପ୍ରକାର ପ୍ରସ୍ତୁତି ଶେଷ ହୋଇଛି। ବିଶ୍ୱ ନେତାମାନେ ମଧ୍ୟ ଆସିବା ଆରମ୍ଭ କରିଛନ୍ତି। ବିଦେଶୀ ଅତିଥିମାନଙ୍କ ଯାତାୟାତକୁ ସୁଗମ କରିବା ପାଇଁ କେତେକ କଟକଣା ଲାଗାଯାଇଛି। ଆଜି ଜାପାନର ପ୍ରଧାନମନ୍ତ୍ରୀ ଫୁମିଓ କିଶିଡା ଏବଂ ବ୍ରିଟେନର ପ୍ରଧାନମନ୍ତ୍ରୀ ଋଷି ସୁନକ ଦିଲ୍ଲୀରେ ପହଞ୍ଚିଛନ୍ତି। ପ୍ରଧାନମନ୍ତ୍ରୀ ଭାବେ ଋଷି ସୁନକଙ୍କ ଏହା ପ୍ରଥମ […]

ନୂଆଦିଲ୍ଲୀ: ୨୦୨୩ ପାଇଁ ଜି-୨୦ର ଅଧ୍ୟକ୍ଷ ଭାରତ ନୂଆଦିଲ୍ଲୀରେ ଏହାର ଶିଖର ସମ୍ମିଳନୀ ଆୟୋଜନ କରୁଛି। ଏଥିପାଇଁ କଡ଼ା ସୁରକ୍ଷା ବ୍ୟବସ୍ଥା ସହ ସବୁ ପ୍ରକାର ପ୍ରସ୍ତୁତି ଶେଷ ହୋଇଛି। ବିଶ୍ୱ ନେତାମାନେ ମଧ୍ୟ ଆସିବା ଆରମ୍ଭ କରିଛନ୍ତି। ବିଦେଶୀ ଅତିଥିମାନଙ୍କ ଯାତାୟାତକୁ ସୁଗମ କରିବା ପାଇଁ କେତେକ କଟକଣା ଲାଗାଯାଇଛି। ଆଜି ଜାପାନର ପ୍ରଧାନମନ୍ତ୍ରୀ ଫୁମିଓ କିଶିଡା ଏବଂ ବ୍ରିଟେନର ପ୍ରଧାନମନ୍ତ୍ରୀ ଋଷି ସୁନକ ଦିଲ୍ଲୀରେ ପହଞ୍ଚିଛନ୍ତି। ପ୍ରଧାନମନ୍ତ୍ରୀ ଭାବେ ଋଷି ସୁନକଙ୍କ ଏହା ପ୍ରଥମ ଭାରତ ଗସ୍ତ। ତାଙ୍କ ପୂର୍ବରୁ ବାଂଲାଦେଶ ପ୍ରଧାନମନ୍ତ୍ରୀ ଶେଖ ହସିନା ନୂଆଦିଲ୍ଲୀରେ ପହଞ୍ଚିଥିଲେ।

ଆହୁରି ପଢ଼ନ୍ତୁ: କେନ୍ଦ୍ର ସରକାରଙ୍କ କଡ଼ା ନିର୍ଦ୍ଦେଶ: ଟିଭି ବିତର୍କରେ ଅଶାଳୀନ ମନ୍ତବ୍ୟ ଦେଲେ ତୁରନ୍ତ କାଟନ୍ତୁ ଲାଇଭ୍ ଫିଡ୍

ଏହା ବ୍ୟତୀତ ଇଟାଲୀର ପ୍ରଧାନମନ୍ତ୍ରୀ ଜର୍ଜିଆ ମେଲୋନି ଏବଂ ଆର୍ଜେଣ୍ଟିନାର ରାଷ୍ଟ୍ରପତି ଅଲବର୍ଟୋ ଫର୍ଣ୍ଣାଣ୍ଡିଜ୍ ଦିଲ୍ଲୀରେ ପହଞ୍ଚିଛନ୍ତି। ଏବେ ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ ଓ ଫ୍ରାନ୍ସର ରାଷ୍ଟ୍ରପତି ଇମାନୁଏଲ ମାକ୍ରନଙ୍କ ଆଗମନକୁ ଅପେକ୍ଷା କରାଯାଇଛି।

ଆହୁରି ପଢ଼ନ୍ତୁ: ନିର୍ବାଚନ ଆୟୋଗରେ ବଡ଼ ବିବାଦ: RTI ରିପୋର୍ଟରୁ ଖୁଲାସା ହେଲା ବରିଷ୍ଠ ଅଧିକାରୀଙ୍କ ଏକପାଖିଆ ନିଷ୍ପତ୍ତି

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶନିବାର ଶିଖର ସମ୍ମିଳନୀ ପାଇଁ ନିରୂପିତ ସ୍ଥାନ ପ୍ରଗତି ମୈଦାନରେ ଥିବା ଭାରତ ମଣ୍ଡପମ୍‌ରେ ବିଶ୍ୱ ନେତାମାନଙ୍କୁ ଜଣଜଣ କରି ସ୍ବାଗତ କରିବେ।

ଆହୁରି ପଢ଼ନ୍ତୁ: ଆମେରିକାରେ ଭାରତୀୟ ବଂଶୋଦ୍ଭବ ଲ୍ୟାବ୍ ମାଲିକଙ୍କ ବିରୋଧରେ ୬୬ ନିୟୁତ ଡଲାରର କୋଭିଡ୍ ଟେଷ୍ଟ୍ ଜାଲିଆତି ଅଭିଯୋଗ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର