ଜି-୨୦ ସମ୍ମିଳନୀରେ ଯୋଗଦେବାକୁ ଦିଲ୍ଲୀରେ ପହଞ୍ଚିଲେ ବ୍ରିଟେନ ଓ ଜାପାନର ପ୍ରଧାନମନ୍ତ୍ରୀ

The Sakala Picture
Published On

ନୂଆଦିଲ୍ଲୀ: ୨୦୨୩ ପାଇଁ ଜି-୨୦ର ଅଧ୍ୟକ୍ଷ ଭାରତ ନୂଆଦିଲ୍ଲୀରେ ଏହାର ଶିଖର ସମ୍ମିଳନୀ ଆୟୋଜନ କରୁଛି। ଏଥିପାଇଁ କଡ଼ା ସୁରକ୍ଷା ବ୍ୟବସ୍ଥା ସହ ସବୁ ପ୍ରକାର ପ୍ରସ୍ତୁତି ଶେଷ ହୋଇଛି। ବିଶ୍ୱ ନେତାମାନେ ମଧ୍ୟ ଆସିବା ଆରମ୍ଭ କରିଛନ୍ତି। ବିଦେଶୀ ଅତିଥିମାନଙ୍କ ଯାତାୟାତକୁ ସୁଗମ କରିବା ପାଇଁ କେତେକ କଟକଣା ଲାଗାଯାଇଛି। ଆଜି ଜାପାନର ପ୍ରଧାନମନ୍ତ୍ରୀ ଫୁମିଓ କିଶିଡା ଏବଂ ବ୍ରିଟେନର ପ୍ରଧାନମନ୍ତ୍ରୀ ଋଷି ସୁନକ ଦିଲ୍ଲୀରେ ପହଞ୍ଚିଛନ୍ତି। ପ୍ରଧାନମନ୍ତ୍ରୀ ଭାବେ ଋଷି ସୁନକଙ୍କ ଏହା ପ୍ରଥମ […]

ନୂଆଦିଲ୍ଲୀ: ୨୦୨୩ ପାଇଁ ଜି-୨୦ର ଅଧ୍ୟକ୍ଷ ଭାରତ ନୂଆଦିଲ୍ଲୀରେ ଏହାର ଶିଖର ସମ୍ମିଳନୀ ଆୟୋଜନ କରୁଛି। ଏଥିପାଇଁ କଡ଼ା ସୁରକ୍ଷା ବ୍ୟବସ୍ଥା ସହ ସବୁ ପ୍ରକାର ପ୍ରସ୍ତୁତି ଶେଷ ହୋଇଛି। ବିଶ୍ୱ ନେତାମାନେ ମଧ୍ୟ ଆସିବା ଆରମ୍ଭ କରିଛନ୍ତି। ବିଦେଶୀ ଅତିଥିମାନଙ୍କ ଯାତାୟାତକୁ ସୁଗମ କରିବା ପାଇଁ କେତେକ କଟକଣା ଲାଗାଯାଇଛି। ଆଜି ଜାପାନର ପ୍ରଧାନମନ୍ତ୍ରୀ ଫୁମିଓ କିଶିଡା ଏବଂ ବ୍ରିଟେନର ପ୍ରଧାନମନ୍ତ୍ରୀ ଋଷି ସୁନକ ଦିଲ୍ଲୀରେ ପହଞ୍ଚିଛନ୍ତି। ପ୍ରଧାନମନ୍ତ୍ରୀ ଭାବେ ଋଷି ସୁନକଙ୍କ ଏହା ପ୍ରଥମ ଭାରତ ଗସ୍ତ। ତାଙ୍କ ପୂର୍ବରୁ ବାଂଲାଦେଶ ପ୍ରଧାନମନ୍ତ୍ରୀ ଶେଖ ହସିନା ନୂଆଦିଲ୍ଲୀରେ ପହଞ୍ଚିଥିଲେ।

ଆହୁରି ପଢ଼ନ୍ତୁ: ଦିଲ୍ଲୀରେ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହଙ୍କ ସ୍ମାରକୀ ନିର୍ମାଣ ପାଇଁ ମିଳିଲା ଅନୁମୋଦନ, ରଖାଗଲା ଏହି ସବୁ ସର୍ତ୍ତ

ଏହା ବ୍ୟତୀତ ଇଟାଲୀର ପ୍ରଧାନମନ୍ତ୍ରୀ ଜର୍ଜିଆ ମେଲୋନି ଏବଂ ଆର୍ଜେଣ୍ଟିନାର ରାଷ୍ଟ୍ରପତି ଅଲବର୍ଟୋ ଫର୍ଣ୍ଣାଣ୍ଡିଜ୍ ଦିଲ୍ଲୀରେ ପହଞ୍ଚିଛନ୍ତି। ଏବେ ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ ଓ ଫ୍ରାନ୍ସର ରାଷ୍ଟ୍ରପତି ଇମାନୁଏଲ ମାକ୍ରନଙ୍କ ଆଗମନକୁ ଅପେକ୍ଷା କରାଯାଇଛି।

ଆହୁରି ପଢ଼ନ୍ତୁ: ଏୟାର ଇଣ୍ଡିଆ ବିମାନରେ ଆକସ୍ମିକ ବିପଦ: ନିଶାଗ୍ରସ୍ତ ପାଇଲଟ୍ ବହିଷ୍କୃତ, ସାମ୍ନାକୁ ଆସିଲା ସାଂଘାତିକ ତଥ୍ୟ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶନିବାର ଶିଖର ସମ୍ମିଳନୀ ପାଇଁ ନିରୂପିତ ସ୍ଥାନ ପ୍ରଗତି ମୈଦାନରେ ଥିବା ଭାରତ ମଣ୍ଡପମ୍‌ରେ ବିଶ୍ୱ ନେତାମାନଙ୍କୁ ଜଣଜଣ କରି ସ୍ବାଗତ କରିବେ।

ଆହୁରି ପଢ଼ନ୍ତୁ: କେନ୍ଦ୍ର ସରକାରଙ୍କୁ ସୋନମ ୱାଙ୍ଗଚୁକଙ୍କ ଅଲ୍ଟିମେଟମ୍: 'ଲଦାଖ ବିଲ୍' ପାଇଁ ଦେଲେ ଏକ ବର୍ଷର ମହଲତ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର