ଯଶୱନ୍ତ ସିହ୍ନା ହେଲେ ମିଳିତ ବିରୋଧୀ ଦଳ ପକ୍ଷରୁ ରାଷ୍ଟ୍ରପତି ପ୍ରାର୍ଥୀ

The Sakala Picture
Published On

ନୂଆଦିଲ୍ଲୀ : ଯଶୱନ୍ତ ସିହ୍ନା ହେବେ ମିଳିତ ବିରୋଧୀ ଦଳ ରାଷ୍ଟ୍ରପତି ପ୍ରାର୍ଥୀ । ମିଳିତ ବିରୋଧୀ ଦଳ ବୈଠକରେ ସିହ୍ନାଙ୍କ ନାଁ ଚୁଡାନ୍ତ ହୋଇଛି। ଏନେଇ ପ୍ରେସମିଟରେ ଯଶୱନ୍ତ ସିହ୍ନାଙ୍କ ନାଁ ଘୋଷଣା କରିଛନ୍ତି ବରିଷ୍ଠ କଂଗ୍ରେସ ନେତା ମଲ୍ଲିକାର୍ଜୁନ ଖଡଗେ।ମଙ୍ଗଳବାର ଏନ୍‌ସିପି ମୁଖ୍ୟ ଶରଦ ପାଓ୍ୱାରଙ୍କ ଦିଲ୍ଲୀ ସ୍ଥିତ ବାସଭବନରେ ବସିଥିବା ବୈଠକରେ ଏହି ନିଷ୍ପତ୍ତି ହୋଇଥିବା ସୂଚନା ମିଳିଛି। ତେବେ ଯଶୱନ୍ତ ସିହ୍ନା ମଙ୍ଗଳବାର ଟୁଇଟ୍ କରି କହିଥିଲେ ଯେ, ଟିଏମସି ତାଙ୍କୁ ସମ୍ମାନ […]

ନୂଆଦିଲ୍ଲୀ : ଯଶୱନ୍ତ ସିହ୍ନା ହେବେ ମିଳିତ ବିରୋଧୀ ଦଳ ରାଷ୍ଟ୍ରପତି ପ୍ରାର୍ଥୀ । ମିଳିତ ବିରୋଧୀ ଦଳ ବୈଠକରେ ସିହ୍ନାଙ୍କ ନାଁ ଚୁଡାନ୍ତ ହୋଇଛି। ଏନେଇ ପ୍ରେସମିଟରେ ଯଶୱନ୍ତ ସିହ୍ନାଙ୍କ ନାଁ ଘୋଷଣା କରିଛନ୍ତି ବରିଷ୍ଠ କଂଗ୍ରେସ ନେତା ମଲ୍ଲିକାର୍ଜୁନ ଖଡଗେ।ମଙ୍ଗଳବାର ଏନ୍‌ସିପି ମୁଖ୍ୟ ଶରଦ ପାଓ୍ୱାରଙ୍କ ଦିଲ୍ଲୀ ସ୍ଥିତ ବାସଭବନରେ ବସିଥିବା ବୈଠକରେ ଏହି ନିଷ୍ପତ୍ତି ହୋଇଥିବା ସୂଚନା ମିଳିଛି।

ଆହୁରି ପଢ଼ନ୍ତୁ: ଦିଶା ସାଲିଆନଙ୍କ ମୃତ୍ୟୁ ମାମଲା: ସିବିଆଇକୁ FIR ରୁଜୁ କରିବାକୁ ବମ୍ବେ ହାଇକୋର୍ଟଙ୍କ ନିର୍ଦ୍ଦେଶ

ତେବେ ଯଶୱନ୍ତ ସିହ୍ନା ମଙ୍ଗଳବାର ଟୁଇଟ୍ କରି କହିଥିଲେ ଯେ, ଟିଏମସି ତାଙ୍କୁ ସମ୍ମାନ ଓ ପ୍ରତିଷ୍ଠା ଦେଇଛି, ସେଥିପାଇଁ ସେ ମମତା ବାନାର୍ଜୀଙ୍କୁ ଧନ୍ୟବାଦ ଦେଇଥିଲେ । ତା ସହିତ ଏକ ବଡ ରାଷ୍ଟ୍ରୀୟ ଉଦ୍ଦେଶ୍ୟ ପାଇଁ ପାର୍ଟିରୁ ବାହାରି ବିରୋଧୀଙ୍କ ଏକତା ପାଇଁ କାମ କରିବାକୁ ସେ ଟୁଇଟରେ କହିଥିଲେ । ଆଉ ଏହାପରେ ସେ ରାଷ୍ଟ୍ରପତି ପ୍ରାର୍ଥୀ ହେବା ଚର୍ଚ୍ଚା ବଢିବାରେ ଲାଗିଥିଲା ।

ଆହୁରି ପଢ଼ନ୍ତୁ: ୩୬,୦୦୦ ଫୁଟ ଉଚ୍ଚରେ ଏୟାର ଇଣ୍ଡିଆ ବିମାନରେ ଯାନ୍ତ୍ରିକ ତ୍ରୁଟି: କିଛି ସେକେଣ୍ଡରେ ଫେଲ୍ ମାରିଲା ସମସ୍ତ ହାଇଡ୍ରୋଲିକ୍ସ, ୨୪ ଆହତ

ଆଜି ଏନସିପି ନେତା ଶରଦ ପାୱାରଙ୍କ ଘରେ ବିରୋଧୀ ଦଳଙ୍କ ବୈଠକ ବସିଥିଲା । ଏଥିରେ ମଲ୍ଲିକାର୍ଜୁନ ଖଡଗେ, ଜୟରାମ ରମେଶ, ଡି. ରାଜା, ପ୍ରଫୁଲ ପଟେଲ ପ୍ରମୁଖ ଉପସ୍ଥିତ ଥିଲେ । ବୈଠକରେ ଟିଏମସି ଯଶୱନ୍ତ ସିହ୍ନାଙ୍କ ନାଁ ପ୍ରସ୍ତାବ ରଖିଥିଲା । ଯାହାକୁ ୧୯ ବିରୋଧୀ ଦଳ ସହମତି ପ୍ରକାଶ କରିଥିଲେ । ପୂର୍ବରୁ ଶରଦ ପାୱାର, ଫାରୁଖ ଅବଦୁଲ୍ଲା ଓ ଗୋପାଳକୃଷ୍ଣ ଗାନ୍ଧୀ ରାଷ୍ଟ୍ରପତି ପ୍ରାର୍ଥୀ ହେବା ପାଇଁ ମନା କରିସାରିଥିଲେ । ପ୍ରଥମେ ଶରଦ ପାୱାର, ଫାରୁଖ ଅବଦୁଲ୍ଲା ପ୍ରାର୍ଥୀ ହେବା ପାଇଁ ମନା କରିଥିଲେ । ପରେ ଗୋପାଳକୃଷ୍ଣ ଗାନ୍ଧୀଙ୍କ ନାଁ ଚର୍ଚ୍ଚା ହେଉଥିଲା । ତେବେ ସେ ଏହି ପ୍ରାର୍ଥୀ ଦୌଡରେ ନାହାନ୍ତି ବୋଲି ସ୍ପଷ୍ଟ କରିଥିଲେ । ଆଉ ଏହାପରେ ଶେଷରେ ବିରୋଧୀ ଯଶୱନ୍ତ ସିହ୍ନାଙ୍କୁ ରାଷ୍ଟ୍ରପତି ନିର୍ବାଚନ ପାଇଁ ପ୍ରାର୍ଥୀ କରିଛନ୍ତି ।

ଆହୁରି ପଢ଼ନ୍ତୁ: କେନ୍ଦ୍ର ସରକାରଙ୍କୁ ସୋନମ ୱାଙ୍ଗଚୁକଙ୍କ ଅଲ୍ଟିମେଟମ୍: 'ଲଦାଖ ବିଲ୍' ପାଇଁ ଦେଲେ ଏକ ବର୍ଷର ମହଲତ

ସୂଚନାଯୋଗ୍ୟ ୟଶବନ୍ତ ସିହ୍ନା ଅଟଳ ବିହାରୀ ବାଜପେୟୀଙ୍କ ନେତୃତ୍ୱ ଏନ୍‌ଡିଏ ସରକାରରେ କେନ୍ଦ୍ରୀୟ ଅର୍ଥମନ୍ତ୍ରୀ ପରେ ବିଦେଶ ମନ୍ତ୍ରୀ ଭାବେ କାର୍ୟ୍ୟଭାର ସମ୍ଭାଳିଛନ୍ତି । ପରେ ୨୦୧୮ରେ ସେ ବିଜେପି ଦଳ ଛାଡିଥିଲେ ଏବଂ ୨୦୨୧ରେ ତୃଣମୂଳ କଂଗ୍ରେସରେ ସାମିଲ ହୋଇଥିଲା । ଗତ ବିଧାନସଭା ନିର୍ବାଚନ ପୂର୍ବରୁ ତାଙ୍କୁ ପାର୍ଟିର ରାଷ୍ଟ୍ରୀୟ ଉପାଧ୍ୟକ୍ଷ ଭାବେ ନିଯୁକ୍ତି ଦିଆଯାଇଥିଲା ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର