ମୁଖ୍ୟ ସମାଚାର
ଲଘୁଚାପ ପ୍ରଭାବରେ ଲାଗିରହିଛି ପ୍ରବଳ ବର୍ଷା : ୧୮ ଜିଲ୍ଲାପାଳଙ୍କୁ ସତର୍କ କରାଇଲେ ଏସ୍ଆର୍ସି

ଭୁବନେଶ୍ବର : ସ୍ପଷ୍ଟ ଚିହ୍ନିତ ଲଘୁଚାପ କ୍ଷେତ୍ରରେ ପରିଣତ ହେଲା ଲଘୁଚାପ।ଉତ୍ତର ଏବଂ ସଂଲଗ୍ନ କେନ୍ଦ୍ରୀୟ ବଙ୍ଗୋପସାଗରର ମଧ୍ୟଭାଗରେ ଥିବା ଲଘୁଚାପ କ୍ଷେତ୍ର ପଶ୍ଚିମ ଦିଗକୁ ଗତି କରି ଆଜି ୨୬ ସେପ୍ଟେମ୍ବର ସକାଳ ସାଢ଼େ ୫ଟାରେ ଉତ୍ତର-ପଶ୍ଚିମ ଏବଂ ସଂଲଗ୍ନ କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଏକ ସୁଚିନ୍ତିତ ନିମ୍ନ ଚାପ କ୍ଷେତ୍ର ଭାବରେ ଅବସ୍ଥିତ ରହିଛି। ଆହୁରି ପଶ୍ଚିମ ଦିଗକୁ ଗତି କରି, ଏହା ଆଗାମୀ ୨୪ ଘଣ୍ଟା ମଧ୍ୟରେ ଦକ୍ଷିଣ ଓଡ଼ିଶା-ଉତ୍ତର ଆନ୍ଧ୍ର ପ୍ରଦେଶ ଉପକୂଳର […]
ଭୁବନେଶ୍ବର : ସ୍ପଷ୍ଟ ଚିହ୍ନିତ ଲଘୁଚାପ କ୍ଷେତ୍ରରେ ପରିଣତ ହେଲା ଲଘୁଚାପ।ଉତ୍ତର ଏବଂ ସଂଲଗ୍ନ କେନ୍ଦ୍ରୀୟ ବଙ୍ଗୋପସାଗରର ମଧ୍ୟଭାଗରେ ଥିବା ଲଘୁଚାପ କ୍ଷେତ୍ର ପଶ୍ଚିମ ଦିଗକୁ ଗତି କରି ଆଜି ୨୬ ସେପ୍ଟେମ୍ବର ସକାଳ ସାଢ଼େ ୫ଟାରେ ଉତ୍ତର-ପଶ୍ଚିମ ଏବଂ ସଂଲଗ୍ନ କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଏକ ସୁଚିନ୍ତିତ ନିମ୍ନ ଚାପ କ୍ଷେତ୍ର ଭାବରେ ଅବସ୍ଥିତ ରହିଛି। ଆହୁରି ପଶ୍ଚିମ ଦିଗକୁ ଗତି କରି, ଏହା ଆଗାମୀ ୨୪ ଘଣ୍ଟା ମଧ୍ୟରେ ଦକ୍ଷିଣ ଓଡ଼ିଶା-ଉତ୍ତର ଆନ୍ଧ୍ର ପ୍ରଦେଶ ଉପକୂଳର ଉତ୍ତର-ପଶ୍ଚିମ ଏବଂ ସଂଲଗ୍ନ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଏକ ଡିପ୍ରେସନରେ ପରିଣତ ହେବାର ସମ୍ଭାବନା ରହିଛି।
ଏଥି ସହିତ ୨୭ ତାରିଖରେ ଦକ୍ଷିଣ ଓଡିଶା ,ଉତ୍ତର ଆନ୍ଧ୍ର ଉପକୂଳ ଦେଇ ଅତିକ୍ରମ କରିବ ଅଵପାତ । ଏହାର ପ୍ରଭାବରେ ଦକ୍ଷିଣ ଓଡିଶାରେ ପ୍ରବଳ ବର୍ଷାର ଚେତାବନୀ ଦେଇଛି ପାଣିପାଗ ବିଭାଗ। ପରିଣାମରେ କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ଅତିପ୍ରବଳ ବର୍ଷା ସହ ଦକ୍ଷିଣ ଓଡ଼ିଶା ଅନ୍ତର୍ଗତ ଜିଲ୍ଲାଗୁଡ଼ିକରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ପୂର୍ବାନୁମାନ କରାଯାଇଛି । ଏବେ ପରବର୍ତ୍ତୀ ୨ରୁ ୩ ଘଣ୍ଟା ଭିତରେ ରାୟଗଡ଼ା, ନୂଆପଡ଼ା, ବରଗଡ଼, ବଲାଙ୍ଗୀର, କୋରାପୁଟ, ମାଲକାନଗିରି, କଳାହାଣ୍ଡି, ଗଞ୍ଜାମ ଓ ଗଜପତିର କିଛି ଅଞ୍ଚଳରେ ବର୍ଷା ସହ ଘଡ଼ଘଡ଼ି ପାଇଁ ସତର୍କ କରାଯାଇଛି । ଏହାର ପ୍ରଭାବରେ ଦକ୍ଷିଣ ଓଡିଶାରେ ପ୍ରବଳ ବର୍ଷାର ଚେତାବନୀ ଦିଆଯାଇଛି । ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ମାଲକାନଗିରିରେ ଆଜି ସବୁ ସ୍କୁଲକୁ ଛୁଟି ଘୋଷଣା କରାଯାଇଛି । ଏହାସହ ୨ ଅକ୍ଟୋବରରେ ପୁଣି ଏକ ଅବପାତ ସୃଷ୍ଟି ହେବା ସମ୍ଭାବନା ରହିଛି । ସେପେଟ ସକାଳୁ ସକାଳୁ ଉପକୂଳ ଓଡ଼ିଶାରେ ବି ବର୍ଷା ଆରମ୍ଭ ହୋଇ ଯାଇଛି । ଟୁଇନ୍ ସିଟିରେ ବି ଝିପ୍ ଝିପ୍ ବର୍ଷା ଲାଗି ରହିଛି ।
୧୮ ଜିଲ୍ଲାପାଳଙ୍କୁ ସତର୍କ କରାଇଲେ ଏସ୍ଆର୍ସି
ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଥିବା ଲଘୁଚାପ ପ୍ରଭାବରେ ରାଜ୍ୟର ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଦକ୍ଷିଣ ଓଡ଼ିଶାରେ ବର୍ଷା ଓ ତତ୍ଜନିତ ସ୍ଥିତି ମୁକାବିଲା ପାଇଁ ଅଣ୍ଟା ଭିଡ଼ିଛନ୍ତି। ଏହି କ୍ରମରେ ରାଜ୍ୟ ସ୍ୱତନ୍ତ୍ର ରିଲିଫ କମିସନର ଡି.କେ ସିଂ ଦକ୍ଷିଣଓଡ଼ିଶା ସମେତ ବର୍ଷା ଆଶଙ୍କା ଥିବା ୧୮ ଟି ଜିଲ୍ଲାର ଜିଲ୍ଲାପାଳଙ୍କ ସହ ଗତକାଲି ଭିଡିଓ କନଫରେନ୍ସିଂ ମାଧ୍ୟମରେ ଆଲୋଚନା କରି ସ୍ଥିତି ସମୀକ୍ଷା କରିଛନ୍ତି। ଏଥିରେ ନବରଙ୍ଗପୁର, କୋରାପୁଟ, ମାଲକାନଗିରି, ରାୟଗଡ଼ା, ଗଜପତି, କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ, ନୟାଗଡ, ପୁରୀ, ଖୋର୍ଦ୍ଧା, ଜଗତସିଂହପୁର, କଟକ, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, ବାଲେଶ୍ୱର ଏବଂ ନୂଆପଡା ଜିଲ୍ଲାର ଜିଲ୍ଲାପାଳମାନେ ଉପସ୍ଥିତ ରହି ନିଜ ନିଜ ଜିଲ୍ଲାର ସ୍ଥିତି ସମ୍ପର୍କରେ ଏସ୍ଆରସିଙ୍କୁ ଅବଗତ କରାଇଛନ୍ତି। ବୈଠକରେ ଜଳସଂପଦ ବିଭାଗର ସର୍ବୋଚ୍ଚଯନ୍ତ୍ରୀ, ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶିକା, ଓସ୍ଡମାର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ, ତଥା ସ୍ୱତନ୍ତ୍ର ରିଲିଫ୍ କମିଶନରଙ୍କ କାର୍ଯ୍ୟାଳୟର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।
ଏହି ଅବସରରେ ସତର୍କତାମୂଳକ ପଦକ୍ଷେପସ୍ୱରୂପ, ବିଶେଷ ଭାବେ ପ୍ରଭାବିତ ହେବାକୁ ଥିବା କୋରାପୁଟ ଓ ମାଲକାନାଗିରି ସହିତ ଅନ୍ୟାନ୍ୟ ଜିଲ୍ଲାଗୁଡ଼ିକର ଜିଲ୍ଲାପାଳମାନଙ୍କୁ କର୍ମ କ୍ଷେତ୍ରରେ ରହି ପରିସ୍ଥିତିର ମୁକାବିଲା କରିବା ପାଇଁ ସଜାଗ ରହିବାକୁ ଏସ୍ଆରସି ନିର୍ଦ୍ଦେଶ ଦେଇଛନ୍ତି। ଆବଶ୍ୟକସ୍ଥଳେ ଅଗ୍ନିଶମ ସେବା ଏବଂ ଓଡ୍ରାଫ୍ ଦଳଗୁଡ଼ିକୁ ନିୟୋଜିତ କରିବା ସହ ଯେକୌଣସି ବନ୍ୟା ପରିସ୍ଥିତିର ମୁକାବିଲା କରିବା ପାଇଁ ଡ୍ରେନେଜ୍ ଇଞ୍ଜିନିୟର/ଅଧିକାରୀମାନଙ୍କୁ ଲୋକ ଏବଂ ଯନ୍ତ୍ରପାତି ସହିତ ପ୍ରସ୍ତୁତ ରହିବାକୁ ପରାମର୍ଶ ଦେଇଛନ୍ତି। ପରିସ୍ଥିତିର ମୁକାବିଲା ନିମନ୍ତେ ପ୍ରଶାସନ ସଂପୂର୍ଣ ରୂପରେ ପ୍ରସ୍ତୁତ ଅଛନ୍ତି। ରାଜ୍ୟ ସରକାର ପରିସ୍ଥିତି ଉପରେ ତୀକ୍ଷ୍ଣ ନଜର ରଖୁଛନ୍ତି ବୋଲି ଏସ୍ଆରସି କହିଛନ୍ତି। ଏହି ବୈଠକରେ ଜଳ ସଂପଦ ବିଭାଗର ସର୍ବୋଚ୍ଚ ଯନ୍ତ୍ରୀ, ଆଞ୍ଚଳିକ ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶିକା, ଓସ୍ଡମାର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ, ତଥା ସ୍ୱତନ୍ତ୍ର ରିଲିଫ୍ କମିଶନରଙ୍କ କାର୍ଯ୍ୟାଳୟର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।