ଭଞ୍ଜପୁର ପୋଲିସକୁ ବଡ଼ ସଫଳତା; କାର୍ ସହ କୁଇଣ୍ଟାଲରୁ ଊର୍ଦ୍ଧ୍ୱ ଗଞ୍ଜେଇ ଓ ନଗଦ ଲକ୍ଷାଧିକ ଟଙ୍କା ଜବତ, ୩ ଗିରଫ

Madhusudan Das Picture
Published On

ବାରିପଦା: ମୟୂରଭଞ୍ଜ ଜିଲ୍ଲା ଭଞ୍ଜପୁର ଥାନା ପୋଲିସକୁ ମିଳିଛି ଏକ ବଡ଼ ଧରଣର ସଫଳତା। ଲକ୍ଷ୍ମୀପୋଷିସ୍ଥିତ କେବି ବିଦ୍ୟାଳୟ ନିକଟ ସୁବର୍ଣ୍ଣରେଖା କେନାଲ ରାସ୍ତାରେ ଗୋଡାଇ ଗୋଡାଇ ବେଆଇନ ଗଞ୍ଜେଇ ଚାଲାଣ କାର ଉପରେ ଚଢ଼ାଉ କରି ପୁଲିସ ୩ ଜଣ ଆନ୍ତଃରାଜ୍ୟ ଗଞ୍ଜେଇ ମାଫିଆଙ୍କୁ ଗିରଫ କରିବାରେ ସଫଳ ହୋଇଛି। ଏଥିସହ ସେମାନଙ୍କ ନିକଟରୁ ବିପୁଳ ପରିମାଣର ଗଞ୍ଜେଇ, ନଗଦ ଟଙ୍କା ଏବଂ ଚାଲାଣରେ ବ୍ୟବହୃତ ଏକ ଦାମୀ କାର୍ ଜବତ କରାଯାଇଛି।

ଆହୁରି ପଢ଼ନ୍ତୁ: କୋଟିଆ ବିବାଦ ପ୍ରସଙ୍ଗ: ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ଚିଠିର ଉତ୍ତର ଦେଲେ ମୁଖ୍ୟମନ୍ତ୍ରୀ

ମିଳିଥିବା ସୂଚନା ଅନୁଯାୟୀ, ଲକ୍ଷ୍ମୀପୋଷି କେନ୍ଦ୍ରିୟ  ବିଦ୍ୟାଳୟ ନିକଟ ଦେଇ ଏକ କାରରେ ବିପୁଳ ପରିମାଣର ନିଶାଦ୍ରବ୍ୟ ଚାଲାଣ ହେଉଥିବା ନେଇ ଭଞ୍ଜପୁର ପୋଲିସକୁ କୌଣସି ସୂତ୍ରରୁ ଗୁଇନ୍ଦା ସୂଚନା ମିଳିଥିଲା। ଖବର ପାଇ ପୋଲିସ ଟିମ୍ ତୁରନ୍ତ ଘଟଣାସ୍ଥଳରେ ନାକାବନ୍ଦୀ କରି ଯାନବାହନ ଯାଞ୍ଚ ଆରମ୍ଭ କରିଥିଲା। ଏହି ସମୟରେ ଏକ ସନ୍ଦିଗ୍ଧ ପଶ୍ଚିମବଙ୍ଗ ନମ୍ବର ଥିବା ଏକ କାର୍‌କୁ ଅଟକାଇ ତଲାସି କରିବା ପରେ ଗାଡ଼ି ଭିତରୁ ୧ କୁଇଣ୍ଟାଲରୁ ଅଧିକ ଗଞ୍ଜେଇ ମିଳିଥିଲା।

ଆହୁରି ପଢ଼ନ୍ତୁ: ହୋଟେଲକୁ ନେଇ ଯୁବତୀଙ୍କୁ ଦୁଷ୍କର୍ମ ଅଭିଯୋଗ, ଯୁବ ନେତା ଗିରଫ

ପୁଲିସ ତୁରନ୍ତ ଗାଡ଼ିରେ ଥିବା ୩ ଜଣ ଗଞ୍ଜେଇ ଚାଲାଣକାରୀଙ୍କୁ କାବୁ କରିବା ସହ ଘଟଣାସ୍ଥଳରୁ ଉକ୍ତ ଗଞ୍ଜେଇ, ନଗଦ ଲକ୍ଷାଧିକ ଟଙ୍କା ଓ କାର୍‌ଟିକୁ ଜବତ କରିଛି। ଗିରଫ ଅଭିଯୁକ୍ତମାନଙ୍କୁ ଥାନାକୁ ଆଣି ପଚରାଉଚରା ଜାରି ରହିଛି। ଏହି ଗଞ୍ଜେଇ କେଉଁଠାରୁ ଆସି କେଉଁ ସ୍ଥାନକୁ ଚାଲାଣ କରାଯାଉଥିଲା ଏବଂ ଏହି ର‍୍ୟାକେଟ୍ ପଛରେ ଆଉ କେଉଁମାନେ ସମ୍ପୃକ୍ତ ଅଛନ୍ତି, ସେ ନେଇ ପୁଲିସ ପକ୍ଷରୁ ଅଧିକ ତଦନ୍ତ ଚାଲିଥିବା ଜଣାପଡ଼ିଛି।

ଆହୁରି ପଢ଼ନ୍ତୁ: ବାତ୍ୟା ‘ଅର୍ଣ୍ଣବ’ ପ୍ରଳୟ: ରାଜ୍ୟରେ ଭୂସ୍ଖଳନ ଯୋଗୁଁ ୪ ମୃତ ଓ ୧୨ ନିଖୋଜ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର