ଆଜି ପବିତ୍ର ଗୁରୁଦିବସ: ଗୁରୁ ହିଁ ପଥ ପ୍ରଦର୍ଶକ ….

The Sakala Picture
Published On

ଗୁରୁ ହେଉଛନ୍ତି ସାକ୍ଷାତ ପରମ୍‌ବ୍ରହ୍ମ। ଭାରତୀୟ ପରମ୍ପରାରେ ଗୁରୁ ପୂଜା କାହିଁ କେଉଁ କାଳରୁ ପ୍ରଚଳିତ। ‘ଗୁ’ ଅର୍ଥ ଅନ୍ଧାର। ‘ରୁ’ ଅର୍ଥ ଦୂରେଇବା। ଅଜ୍ଞାନ ରୂପକ ଅନ୍ଧକାରରୁ ଯିଏ ଆଲୋକ ଦେଖାନ୍ତି ସେ ହିଁ ଗୁରୁ। ବାପାମା’ଙ୍କ ପରେ ଗୁରୁ ହିଁ ଜୀବନରେ ଆଗକୁ ବଢ଼ିବା ପାଇଁ ସଠିକ୍ ମାର୍ଗ ଦେଖାଇଥାନ୍ତି। ଶିକ୍ଷା ପ୍ରଦାନ ସହ ଜୀବନକୁ ମାର୍ଜିତ, ଶୃଙ୍ଖଳିତ କରିବାରେ ତାଙ୍କ ଅବଦାନ ଥାଏ ଖୁବ୍ ଗୁରୁତ୍ବପୂର୍ଣ୍ଣ। ଆମ ଦେଶରେ ପ୍ରତିବର୍ଷ ସେପ୍ଟେମ୍ବର ୫ […]

ଗୁରୁ ହେଉଛନ୍ତି ସାକ୍ଷାତ ପରମ୍‌ବ୍ରହ୍ମ। ଭାରତୀୟ ପରମ୍ପରାରେ ଗୁରୁ ପୂଜା କାହିଁ କେଉଁ କାଳରୁ ପ୍ରଚଳିତ। ‘ଗୁ’ ଅର୍ଥ ଅନ୍ଧାର। ‘ରୁ’ ଅର୍ଥ ଦୂରେଇବା। ଅଜ୍ଞାନ ରୂପକ ଅନ୍ଧକାରରୁ ଯିଏ ଆଲୋକ ଦେଖାନ୍ତି ସେ ହିଁ ଗୁରୁ। ବାପାମା’ଙ୍କ ପରେ ଗୁରୁ ହିଁ ଜୀବନରେ ଆଗକୁ ବଢ଼ିବା ପାଇଁ ସଠିକ୍ ମାର୍ଗ ଦେଖାଇଥାନ୍ତି। ଶିକ୍ଷା ପ୍ରଦାନ ସହ ଜୀବନକୁ ମାର୍ଜିତ, ଶୃଙ୍ଖଳିତ କରିବାରେ ତାଙ୍କ ଅବଦାନ ଥାଏ ଖୁବ୍ ଗୁରୁତ୍ବପୂର୍ଣ୍ଣ। ଆମ ଦେଶରେ ପ୍ରତିବର୍ଷ ସେପ୍ଟେମ୍ବର ୫ ତାରିଖକୁ ଗୁରୁଦିବସ ଭାବେ ପାଳନ କରାଯାଏ।

ଆହୁରି ପଢ଼ନ୍ତୁ: ସାରା ରାଜ୍ୟରେ ଉତ୍ସାହର ସହ ପାଳିତ ହେଉଛି ପବିତ୍ର ବିଜୟା ଦଶମୀ ଓ ଦଶହରା

ଏହାହେଉଛି ଭାରତର ପୂର୍ବତନ ରାଷ୍ଟ୍ରପତି ଡ.ସର୍ବପଲ୍ଲୀ ରାଧାକୃଷ୍ଣନଙ୍କ ଜନ୍ମ ଦିବସ। ୧୮୮୮ ମସିହା ଆଜିର ଦିନରେ ତାମିଲନାଡୁର ତିରୁତାନି ଗ୍ରାମରେ ସେ ଜନ୍ମ ଗ୍ରହଣ କରିଥିଲେ। ସେ ଥିଲେ ଏକାଧାରରେ ଜଣେ ଶିକ୍ଷକ, ଦାର୍ଶନିକ ଓ କୂଟନୀତିଜ୍ଞ। ଶିକ୍ଷା ପ୍ରତି ଥିବା ତାଙ୍କ ଅବଦାନକୁ ମନେ ରଖିବା ପାଇଁ ଏହାକୁ ପାଳନ କରାଯାଏ। ୧୯୬୨ ମସିହାରେ ସେ ଭାରତର ଦ୍ବିତୀୟ ରାଷ୍ଟ୍ରପତି ହେେଲ। ସେ ରାଷ୍ଟ୍ରପତି ଥିବା ସମୟରେ ବହୁ ଛାତ୍ରଛାତ୍ରୀ ତାଙ୍କର ଜନ୍ମଦିନ ପାଳନ କରିବାକୁ କହିଥିଲେ। ମାତ୍ର ସେ ସେମାନଙ୍କୁ ନିଜ ଜନ୍ମଦିନ ପାଳିବାକୁ ମନା କରିଥିଲେ। ଜନ୍ମଦିନ ପାଳନ କରିବା ଅପେକ୍ଷା ଏହି ଦିନକୁ ଗୁରୁମାନଙ୍କ ଦିବସ ଭାବେ ପାଳନ କରାଗଲେ, ତାହା ତାଙ୍କ ପାଇଁ ବଡ଼ ସମ୍ମାନ ହେବ ବୋଲି କହିଥିଲେ। ସେବେଠୁ ରାଧାକୃଷ୍ଣନଙ୍କ ଜନ୍ମଦିବସକୁ ‘ଗୁରୁଦିବସ’ ଭାବେ ପାଳନ ହୋଇ ଆସୁଛି।

ଆହୁରି ପଢ଼ନ୍ତୁ: ସୋସିଆଲ୍ ମିଡିଆ ପୋଷ୍ଟ ହଟାଇବା ନେଇ ସରକାରୀ ନିର୍ଦ୍ଦେଶର ଗୋପନୀୟତା ଉପରେ ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ

ରାଧାକୃଷ୍ଣନଙ୍କ କ୍ୟାରିୟର ଶିକ୍ଷକତାରୁ ଆରମ୍ଭ ହୋଇଥିଲା। ଶିକ୍ଷାର ମହତ୍ତ୍ବ ଉପରେ ସଚେତନ କରିବା ଥିଲା ତାଙ୍କ ଜୀବନର ଲକ୍ଷ୍ୟ। ତା’ସହ ଦେଶର ସାକ୍ଷରତା ହାର କିଭଳି ଉପରକୁ ଉଠିବ, ତାହା ଥିଲା ତାଙ୍କର ଅନ୍ୟତମ ଲକ୍ଷ୍ୟ। ସେ ଭାରତୀୟ ଦର୍ଶନ, ଧର୍ମ ଦର୍ଶନରେ ଶିକ୍ଷାଦାନ କରିଥିଲେ। ବେଦ ଉପନିଷଦକୁ ସୁନ୍ଦର ଭାବେ ସେ ବ୍ୟାଖ୍ୟା କରୁଥିଲେ। ଶିକ୍ଷା ପ୍ରତି ଥିବା ତାଙ୍କ ଅବଦାନକୁ ସମ୍ମାନ ଜଣାଇବା ଉଦ୍ଦେଶ୍ୟରେ ଏହି ଦିନ ସ୍କୁଲ, କଲେଜ ତଥା ବିଭିନ୍ନ ଅନୁଷ୍ଠାନରେ ଶ୍ରଦ୍ଧା ତଥା ସମ୍ମାନ ପୂର୍ବକ ଗୁରୁଙ୍କୁ ପୂଜା କରାଯାଏ। ଏଥର ଏହି ଦିବସର ବିଷୟବସ୍ତୁ ଅଛି, ‘ଶିକ୍ଷକ: ବଢୁଥିବା ସଙ୍କଟ ମଧ୍ୟରେ ଭବିଷ୍ୟତର ନୂତନ କଳ୍ପନା।’

ଆହୁରି ପଢ଼ନ୍ତୁ: ପୁଅକୁ ଡାକ୍ତର କରିବାକୁ ପଣ: ଋଣ ଶୁଝିବା ଯାଏଁ ଏସ୍‌ଏଚ୍‌ଜି ନିକଟରେ ବାର୍ଦ୍ଧକ୍ୟ କାର୍ଡ ବନ୍ଧକ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp