ମର୍ଯ୍ୟାଦା ପୁରୁଷୋତ୍ତମ ଶ୍ରୀରାମ, ରାମନବମୀର ରହିଛି ବିଶେଷ ମହତ୍ତ୍ବ….

The Sakala Picture
Published On

ବିଶ୍ବାସ ଏବଂ ଧାର୍ମିକ ଦୃଷ୍ଟିକୋଣରୁ ହିନ୍ଦୁଧର୍ମରେ ରାମନବମୀର ରହିଛି ବିଶେଷ ମହତ୍ତ୍ବ। ଚୈତ୍ର ଶୁକ୍ଳ ନବମୀକୁ ରାମନବମୀ ଭାବରେ ପାଳନ କରାଯାଏ। ଏହା ମର୍ଯ୍ୟାଦା ପୁରୁଷୋତ୍ତମ ପ୍ରଭୁ ରାମଚନ୍ଦ୍ରଙ୍କ ଜନ୍ମୋତ୍ସବ। ଏହିଦିନ ପୁନର୍ବସୁ ନକ୍ଷତ୍ର ଏବଂ କର୍କଟ ଲଗ୍ନରେ ଭଗବାନ ଶ୍ରୀରାମଙ୍କର ଜନ୍ମ ହୋଇଥିଲା। ପ୍ରଭୁ ଶ୍ରୀରାମଚନ୍ଦ୍ର ଜଣେ ପିତୃଭକ୍ତ, ଭ୍ରାତୃବତ୍ସଳ, ପରାକ୍ରମୀ, ଦିବ୍ୟରୂପକାନ୍ତି ସମ୍ପନ୍ନ ପୁରୁଷ। ହିନ୍ଦୁ ଧର୍ମଶାସ୍ତ୍ର ଅନୁଯାୟୀ, ତ୍ରେତୟା ଯୁଗରେ ଅଯୋଧ୍ୟାର ରାଜା ଥିଲେ ଦଶରଥ । ତାଙ୍କର ତିନିରାଣୀ କୌଶଲ୍ୟା, କୈକେୟୀ […]

ବିଶ୍ବାସ ଏବଂ ଧାର୍ମିକ ଦୃଷ୍ଟିକୋଣରୁ ହିନ୍ଦୁଧର୍ମରେ ରାମନବମୀର ରହିଛି ବିଶେଷ ମହତ୍ତ୍ବ। ଚୈତ୍ର ଶୁକ୍ଳ ନବମୀକୁ ରାମନବମୀ ଭାବରେ ପାଳନ କରାଯାଏ। ଏହା ମର୍ଯ୍ୟାଦା ପୁରୁଷୋତ୍ତମ ପ୍ରଭୁ ରାମଚନ୍ଦ୍ରଙ୍କ ଜନ୍ମୋତ୍ସବ। ଏହିଦିନ ପୁନର୍ବସୁ ନକ୍ଷତ୍ର ଏବଂ କର୍କଟ ଲଗ୍ନରେ ଭଗବାନ ଶ୍ରୀରାମଙ୍କର ଜନ୍ମ ହୋଇଥିଲା। ପ୍ରଭୁ ଶ୍ରୀରାମଚନ୍ଦ୍ର ଜଣେ ପିତୃଭକ୍ତ, ଭ୍ରାତୃବତ୍ସଳ, ପରାକ୍ରମୀ, ଦିବ୍ୟରୂପକାନ୍ତି ସମ୍ପନ୍ନ ପୁରୁଷ। ହିନ୍ଦୁ ଧର୍ମଶାସ୍ତ୍ର ଅନୁଯାୟୀ, ତ୍ରେତୟା ଯୁଗରେ ଅଯୋଧ୍ୟାର ରାଜା ଥିଲେ ଦଶରଥ ।

ଆହୁରି ପଢ଼ନ୍ତୁ: ଏଥର ସଅଳ ଆସିପାରେ ମୌସୁମୀ: ମେ’ ୨୫ ସୁଦ୍ଧା କେରଳ ଛୁଇଁବା ନେଇ ପୂର୍ବାନୁମାନ

ତାଙ୍କର ତିନିରାଣୀ କୌଶଲ୍ୟା, କୈକେୟୀ ଓ ସୁମିତ୍ରା। ରାଜାଙ୍କର ବଡ଼ଦୁଃଖ ଥିଲା ଯେ, ତାଙ୍କର କୌଣସି ସନ୍ତାନ ନ ଥିଲେ। କୁଳଗୁରୁ ବଶିଷ୍ଠ ବାଞ୍ଛିତ ସନ୍ତାନ ପ୍ରାପ୍ତି ନିମନ୍ତେ ଋଷ୍ୟଶୃଙ୍ଗଙ୍କ ଦ୍ୱାରା ପୁତ୍ରେଷ୍ଟି ଯଜ୍ଞ କରିବାକୁ ଦଶରଥଙ୍କୁ ଉପଦେଶ ଦେଲେ । ରାଜା କୁଳଗୁରୁଙ୍କ ଉପଦେଶ ଅନୁସାରେ ମହାନ୍ ଋଷି ଋଷ୍ୟଶୃଙ୍ଗଙ୍କୁ ଅଯୋଧ୍ୟାରେ ଯଜ୍ଞ କରିବାକୁ ତାଙ୍କ ଆଶ୍ରମକୁ ଯାଇ ପ୍ରାର୍ଥନା କଲେ। ବଶିଷ୍ଠ ଓ ଋଷ୍ୟଶୃଙ୍ଗଦ୍ୱାରା ପୁତ୍ରେଷ୍ଟି ଯଜ୍ଞ ସମାପନ ପରେ ଯଜ୍ଞେଶ୍ୱର ଯଜ୍ଞକୁଣ୍ଡରୁ ଆବିର୍ଭୂତ ହୋଇ ଦଶରଥଙ୍କୁ ଏକ ଚରୁ ପାତ୍ର ପ୍ରଦାନ କରି ରାଣୀମାନଙ୍କୁ ସେବନ କରିବାକୁ କହିଲେ। ଦଶରଥ ଅଧା ଚରୁଅନ୍ନ କୌଶଲ୍ୟାଙ୍କୁ ଓ ଅନ୍ୟ ଅଧା ଭାଗକୁ କୈକେୟୀଙ୍କୁ ପ୍ରଦାନ କଲେ। କୌଶଲ୍ୟା ଓ କୈକେୟୀ ନିଜ ନିଜର ଚରୁଅନ୍ନର ଅଧାଭାଗରୁ କନିଷ୍ଠା ରାଣୀ ସୁମିତ୍ରାଙ୍କୁ ସେବନ କରିବାକୁ ଦେଲେ। ଏହାର କିଛିଦିନ ପରେ ତିନିରାଣୀ ଅନ୍ତଃସତ୍ତ୍ୱା ହେଲେ। ପବିତ୍ର ଚୈତ୍ର ନବମୀ ଦିନ ଦ୍ୱିପ୍ରହରରେ କୌଶଲ୍ୟା ପ୍ରଭୁ ରାମଚନ୍ଦ୍ରଙ୍କୁ, କୈକେୟୀ ଭରତଙ୍କୁ ଓ ସୁମିତ୍ରା ଯମଜ ସନ୍ତାନ ଲକ୍ଷ୍ମଣ ଓ ଶତ୍ରୁଘ୍ନଙ୍କୁ ଜନ୍ମ ଦେଲେ । ଭଗବାନ ବିଷ୍ଣୁଙ୍କ ସପ୍ତମ ଅବତାର ପ୍ରଭୁ ରାମଚନ୍ଦ୍ର ସ୍ୱଇଚ୍ଛାରେ ଅଧର୍ମର ବିଲୋପ ଓ ରାବଣ ଆଦି ରାକ୍ଷସମାନଙ୍କୁ ସଂହାର କରିବାକୁ ପୃଥିବୀପୃଷ୍ଠରେ ଅବତରଣ କରିଥିଲେ । ବୟଃପ୍ରାପ୍ତ ହେବାପରେ ପ୍ରଭୁ ରାମଚନ୍ଦ୍ର ରାଜା ଜନକଙ୍କ କନ୍ୟା ଦେବୀ ସୀତାଙ୍କୁ ବିବାହ କରିଥିଲେ। ଘଟଣାକ୍ରମରେ ରାମଚନ୍ଦ୍ରଙ୍କ ରାଜ୍ୟ ଅଭିଷେକର ଗୋଟିଏ ଦିନ ପୂର୍ବରୁ ଦାସୀ ମନ୍ଥରାର ପ୍ରରୋଚନାରେ ପଡ଼ି କୈକେୟୀ ଦଶରଥଙ୍କୁ ପୂର୍ବରୁ ଥିବା ଦୁଇଟି ବର ମାଗିଥିଲେ। ପ୍ରଥମଟି ଥିଲା ରାମଚନ୍ଦ୍ରଙ୍କର ଚଉଦବର୍ଷ ବନବାସ ଓ ଦ୍ବିତୀୟଟି ଭରତଙ୍କୁ ଅଯୋଦ୍ଧାର ରାଜସିଂହାସନରେ ବସାଇବା।

ପିତୃସତ୍ୟ ପାଳନ କରିବା ପାଇଁ ପ୍ରଭୁ ରାମଚନ୍ଦ୍ର ଦେବୀସୀତା ଓ ଅନୁଜ ଲକ୍ଷ୍ମଣଙ୍କୁ ସାଙ୍ଗରେ ଧରି ଚଉଦବର୍ଷ ବନବାସ ଯାଇଥିଲେ। ଦଣ୍ଡକାରଣ୍ୟରେ ଅବସ୍ଥାନ କାଳରେ ଶ୍ରୀରାମ ଓ ଅନୁଜ ଲକ୍ଷ୍ମଣଙ୍କ ଅନୁପସ୍ଥିତିରେ ଦୁରାଚାରୀ ରାବଣ ମାତା ସୀତାଙ୍କୁ ଏକାକିନୀ ଦେଖି ଅପହରଣ କରିନେଲା । ଏହାପରେ ପ୍ରଭୁ ଶ୍ରୀରାମ ଲଙ୍କାପତି ରାବଣକୁ ବଧ କରି ସୀତାଙ୍କୁ ଉଦ୍ଧାର କରି ଅଯୋଧ୍ୟା ପ୍ରତ୍ୟାବର୍ତ୍ତନ କରି ଅଯୋଦ୍ଧା ରାଜସିଂହାସନରେ ବସି ସୁଶାସନ କରିଥିଲେ । ଶ୍ରୀରାମ ତାଙ୍କ ଅବତାରରେ ସଂପୂର୍ଣ୍ଣ ମାନବ ଜୀବନଯାପନ କରିଥିଲେ । ଧର୍ମ ପ୍ରତିଷ୍ଠା କରିବା ପାଇଁ ଭଗବାନ ଶ୍ରୀରାମ ତାଙ୍କ ଜୀବନସାରା ବହୁ କଷ୍ଟ ସହିଥିଲେ ଏବଂ ନିଜକୁ ଜଣେ ଆଦର୍ଶ ପୁରୁଷ ଭାବେ ପ୍ରତିଷ୍ଠିତ କରିଥିଲେ। ସବୁଠାରୁ କଠିନ ପରିସ୍ଥିତିରେ, ଶ୍ରୀରାମ ରାଜଧର୍ମ ତ୍ୟାଗ କରି ନ ଥିଲେ । ଏହି ସମସ୍ତ ଗୁଣ ହେତୁ ସେ ଶ୍ରେଷ୍ଠ ବ୍ୟକ୍ତିଙ୍କ ନାମ ପାଇଲେ ଏବଂ ତାଙ୍କୁ ମର୍ଯ୍ୟାଦା ପୁରୁଷୋତ୍ତମ କୁହାଗଲା। ରାମନବମୀ ଉପଲକ୍ଷେ ନଅଦିନ ବ୍ୟାପୀ ଭଜନ କୀର୍ତ୍ତନ, ଅଖଣ୍ଡ ପାଠ ଚାଲିଥାଏ। ବିଶେଷ ଭାବରେ ରାମଚରିତ ମାନସ ପାଠ କରାଯାଏ। ଶ୍ରୀରାମଙ୍କ ଜନ୍ମଭୂମି ଅଯୋଦ୍ଧା ସମେତ ସାରା ଦେଶରେ ବଡ଼ ଧୁମ୍‌ଧାମ୍‌ ଜାକଜମକରେ ପାଳିତ ହୋଇଥାଏ ରାମନବମୀ। ଏହି ଅବସରରେ ପୁରୀ ଶ୍ରୀମନ୍ଦିରରେ ଶ୍ରୀରାମଙ୍କ ଜନ୍ମନୀତି ଅନୁଷ୍ଠିତ ହୋଇଥାଏ। ରାମ ନବମୀଠାରୁ ପୁରୀର ପାରମ୍ପରିକ ସାହିଯାତ ଆରମ୍ଭ ହୋଇଥାଏ। ଏହି ଯାତରେ ରାମଙ୍କ ଜନ୍ମଠାରୁ ରାମାଭିଷେକ ପର୍ଯ୍ୟନ୍ତ ବିଭିନ୍ନ ଲୀଳାକୁ ପାରମ୍ପରିକ ଢଙ୍ଗରେ ପରିବେଷଣ କରାଯାଏ। କଳାକାରମାନେ ବିଭିନ୍ନ ସାହି ବୁଲିଥାନ୍ତି। ସେହିପରି ରାମନବମୀ ଦିନ ବ୍ରତଧାରୀମାନେ ଉପବାସ କରନ୍ତି। ସୂର୍ଯ୍ୟାସ୍ତ ପରେ ବ୍ରତ ସମାପନ କରିଥାଆନ୍ତି। ଏହି ଦିନ ପ୍ରସାଦ ରୂପେ ଭଗବାନଙ୍କ ନିକଟରେ ପଞ୍ଚାମୃତ, ଶ୍ରୀଖଣ୍ଡ, ଖିରି ଓ ହାଲୁଆ ଭୋଗ ଅର୍ପଣ କରାଯାଇଥାଏ।

17 Apr 2024 By The Sakala

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp