ଆସନ୍ତାକାଲି ପବିତ୍ର ଦେବସ୍ନାନ ପୂର୍ଣ୍ଣିମା

The Sakala Picture
Published On

ପୁରୀ: ଆସନ୍ତାକାଲି ପବିତ୍ର ଦେବସ୍ନାନ ପୂର୍ଣ୍ଣିମା। ସ୍ନାନଯାତ୍ରା ପାଇଁ ଶେଷ ପର୍ଯ୍ୟାୟରେ ପହଞ୍ଚିଛି ପ୍ରସ୍ତୁତି। ଜ୍ୟେଷ୍ଠ ମାସ ଶୁକ୍ଳପକ୍ଷ ପୂର୍ଣ୍ଣିମା ତିଥିରେ ଶ୍ରୀକ୍ଷେତ୍ରରେ ପାଳନ କରାଯାଏ। ଏହି ଦିନ ଶ୍ରୀମନ୍ଦିରର ସ୍ନାନ ମଣ୍ଡପରେ ଚତୁର୍ଦ୍ଧା ମୂର୍ତ୍ତିଙ୍କୁ ପାରମ୍ପରିକ ରୀତିରେ ବେଦଧ୍ୱନି ପୂର୍ବକ ୧୦୮ କଳସୀ ଜଳରେ ସ୍ନାନ କରାଯାଏ। ଏହା ପରେ ଦିଅଁମାନଙ୍କୁ ଗଜାନନ ବେଶରେ ସଜ୍ଜିତ କରାଯାଇଥାଏ। ସାଧାରଣତଃ ବର୍ଷରେ ଥରୁଟିଏ ଶ୍ରୀ ଜଗନ୍ନାଥ ଭାଇଭଉଣୀଙ୍କ ସହିତ ଜଳସ୍ନାନ କରନ୍ତି, ଅନ୍ୟ ସମୟରେ ତାଙ୍କୁ ମନ୍ତ୍ରସ୍ନାନ […]

ପୁରୀ: ଆସନ୍ତାକାଲି ପବିତ୍ର ଦେବସ୍ନାନ ପୂର୍ଣ୍ଣିମା। ସ୍ନାନଯାତ୍ରା ପାଇଁ ଶେଷ ପର୍ଯ୍ୟାୟରେ ପହଞ୍ଚିଛି ପ୍ରସ୍ତୁତି। ଜ୍ୟେଷ୍ଠ ମାସ ଶୁକ୍ଳପକ୍ଷ ପୂର୍ଣ୍ଣିମା ତିଥିରେ ଶ୍ରୀକ୍ଷେତ୍ରରେ ପାଳନ କରାଯାଏ। ଏହି ଦିନ ଶ୍ରୀମନ୍ଦିରର ସ୍ନାନ ମଣ୍ଡପରେ ଚତୁର୍ଦ୍ଧା ମୂର୍ତ୍ତିଙ୍କୁ ପାରମ୍ପରିକ ରୀତିରେ ବେଦଧ୍ୱନି ପୂର୍ବକ ୧୦୮ କଳସୀ ଜଳରେ ସ୍ନାନ କରାଯାଏ। ଏହା ପରେ ଦିଅଁମାନଙ୍କୁ ଗଜାନନ ବେଶରେ ସଜ୍ଜିତ କରାଯାଇଥାଏ। ସାଧାରଣତଃ ବର୍ଷରେ ଥରୁଟିଏ ଶ୍ରୀ ଜଗନ୍ନାଥ ଭାଇଭଉଣୀଙ୍କ ସହିତ ଜଳସ୍ନାନ କରନ୍ତି, ଅନ୍ୟ ସମୟରେ ତାଙ୍କୁ ମନ୍ତ୍ରସ୍ନାନ କରାଯାଏ। ଏହି ଦିନକୁ ଜଗନ୍ନାଥଙ୍କର ଜନ୍ମଦିନ ରୂପରେ ମଧ୍ୟ ପାଳନ କରାଯାଇଥାଏ।

ଆହୁରି ପଢ଼ନ୍ତୁ: ଆଜିଠୁ ଶ୍ରୀକ୍ଷେତ୍ରରେ ଚନ୍ଦନ ଯାତ୍ରା: ନରେନ୍ଦ୍ର ପୁଷ୍କରିଣୀରେ ଜଳକ୍ରୀଡ଼ା କରିବେ ମହାପ୍ରଭୁ, ଅପେକ୍ଷାରେ ନନ୍ଦା ଓ ଭଦ୍ରା

ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ ଓ ସୁରକ୍ଷା ଦାୟିତ୍ବରେ ରହିବେ ୭୦ ପ୍ଲାଟୁନ ପୋଲିସ ଫୋର୍ସ। ଏଥିସହ ୨୦ଜଣ ଅତିରିକ୍ତ ଏସପି ରାଙ୍କର ଦକ୍ଷ ଅଧିକାରୀ, ୯୦ ଜଣ ବରିଷ୍ଠ ଅଧିକାରୀ ମଧ୍ୟ ଦାୟିତ୍ୱରେ ରହିବେ। ସ୍ନାନଯାତ୍ରା ପାଇଁ ଶ୍ରୀକ୍ଷେତ୍ରରେ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି। ସୁରକ୍ଷା ବ୍ୟବସ୍ଥାକୁ ୫ ଭାଗରେ ବିଭକ୍ତ କରାଯାଇଥିବା ବେଳେ ମନ୍ଦିର ଭିତରେ ଓ ବାହାରେ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ସେହିପରି ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ ପାଇଁ ମର୍ଚ୍ଚିକୋଟ ଛକଠାରୁ ବ୍ୟାରିକେଡ଼ ବ୍ୟବସ୍ଥା କରାଯିବ ବୋଲି ଏସପି କହିଛନ୍ତି। ସ୍ନାନଯାତ୍ରା ଦିନ ଭକ୍ତଙ୍କ ଅତ୍ୟଧିକ ଭିଡ଼ ହେବାର ସମ୍ଭାବନା ଥିବାରୁ ଏହାକୁ ଦୃଷ୍ଟିରେ ରଖି ପୋଲିସ ପ୍ରଶାସନ ପକ୍ଷରୁ ସମସ୍ତ ବ୍ୟବସ୍ଥା ଗ୍ରହଣ କରାଯାଇଛି।

ଆହୁରି ପଢ଼ନ୍ତୁ: ଚଳଚଞ୍ଚଳ ରଥଖଳା, ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା ଲାଗି ଆରମ୍ଭ ହେଲା ରଥ ନିର୍ମାଣ କାର୍ଯ୍ୟ

03 Jun 2023 By The Sakala

ଆସନ୍ତାକାଲି ପବିତ୍ର ଦେବସ୍ନାନ ପୂର୍ଣ୍ଣିମା

ପୁରୀ: ଆସନ୍ତାକାଲି ପବିତ୍ର ଦେବସ୍ନାନ ପୂର୍ଣ୍ଣିମା। ସ୍ନାନଯାତ୍ରା ପାଇଁ ଶେଷ ପର୍ଯ୍ୟାୟରେ ପହଞ୍ଚିଛି ପ୍ରସ୍ତୁତି। ଜ୍ୟେଷ୍ଠ ମାସ ଶୁକ୍ଳପକ୍ଷ ପୂର୍ଣ୍ଣିମା ତିଥିରେ ଶ୍ରୀକ୍ଷେତ୍ରରେ ପାଳନ କରାଯାଏ। ଏହି ଦିନ ଶ୍ରୀମନ୍ଦିରର ସ୍ନାନ ମଣ୍ଡପରେ ଚତୁର୍ଦ୍ଧା ମୂର୍ତ୍ତିଙ୍କୁ ପାରମ୍ପରିକ ରୀତିରେ ବେଦଧ୍ୱନି ପୂର୍ବକ ୧୦୮ କଳସୀ ଜଳରେ ସ୍ନାନ କରାଯାଏ। ଏହା ପରେ ଦିଅଁମାନଙ୍କୁ ଗଜାନନ ବେଶରେ ସଜ୍ଜିତ କରାଯାଇଥାଏ। ସାଧାରଣତଃ ବର୍ଷରେ ଥରୁଟିଏ ଶ୍ରୀ ଜଗନ୍ନାଥ ଭାଇଭଉଣୀଙ୍କ ସହିତ ଜଳସ୍ନାନ କରନ୍ତି, ଅନ୍ୟ ସମୟରେ ତାଙ୍କୁ ମନ୍ତ୍ରସ୍ନାନ କରାଯାଏ। ଏହି ଦିନକୁ ଜଗନ୍ନାଥଙ୍କର ଜନ୍ମଦିନ ରୂପରେ ମଧ୍ୟ ପାଳନ କରାଯାଇଥାଏ।

ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ ଓ ସୁରକ୍ଷା ଦାୟିତ୍ବରେ ରହିବେ ୭୦ ପ୍ଲାଟୁନ ପୋଲିସ ଫୋର୍ସ। ଏଥିସହ ୨୦ଜଣ ଅତିରିକ୍ତ ଏସପି ରାଙ୍କର ଦକ୍ଷ ଅଧିକାରୀ, ୯୦ ଜଣ ବରିଷ୍ଠ ଅଧିକାରୀ ମଧ୍ୟ ଦାୟିତ୍ୱରେ ରହିବେ। ସ୍ନାନଯାତ୍ରା ପାଇଁ ଶ୍ରୀକ୍ଷେତ୍ରରେ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି। ସୁରକ୍ଷା ବ୍ୟବସ୍ଥାକୁ ୫ ଭାଗରେ ବିଭକ୍ତ କରାଯାଇଥିବା ବେଳେ ମନ୍ଦିର ଭିତରେ ଓ ବାହାରେ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ସେହିପରି ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ ପାଇଁ ମର୍ଚ୍ଚିକୋଟ ଛକଠାରୁ ବ୍ୟାରିକେଡ଼ ବ୍ୟବସ୍ଥା କରାଯିବ ବୋଲି ଏସପି କହିଛନ୍ତି। ସ୍ନାନଯାତ୍ରା ଦିନ ଭକ୍ତଙ୍କ ଅତ୍ୟଧିକ ଭିଡ଼ ହେବାର ସମ୍ଭାବନା ଥିବାରୁ ଏହାକୁ ଦୃଷ୍ଟିରେ ରଖି ପୋଲିସ ପ୍ରଶାସନ ପକ୍ଷରୁ ସମସ୍ତ ବ୍ୟବସ୍ଥା ଗ୍ରହଣ କରାଯାଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp