ରାଜ୍ଯଗୋଷ୍ଠୀ କ୍ରୀଡ଼ା ୨୦୨୨: ଭାରତକୁ ଭାରୋତ୍ତୋଳନରେ ପୁଣି ସଫଳତା, ଅଚିନ୍ତା ଶୁଳି ୭୩ କିଗ୍ରା ବର୍ଗରେ ଜିିତିଲେ ସ୍ବର୍ଣ୍ଣ

The Sakala Picture
Published On

ବର୍ମିଂହାମ: ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଆଉ ଏକ ସ୍ୱର୍ଣ୍ଣପଦକ ହାସଲ କରିଛି ଭାରତ । ଭାରୋତ୍ତଳନରେ ମିଳିଛି ଭାରତକୁ ପୁଣି ଆଉ ଏକ ସଫଳତା। ୭୩ କିଲୋଗ୍ରାମ ବର୍ଗରେ ଅଚିନ୍ତା ଶୁଳି ଏହି ସ୍ବର୍ଣ୍ଣ ପଦକ ହାସଲ କରିଛନ୍ତି । ଏହାସହ ରାଜ୍ୟଗୋଷ୍ଠୀ କ୍ରୀ଼ଡାରେ ଭାରୋତ୍ତୋଳନରେ ସବୁଠାରୁ ଅଧିକ ପଦକ ହାସଲ କରିଥିବା ଦେଶ ମଧ୍ୟରେ ସାମିଲ ହୋଇପାରିଛି ଭାରତ । ଅଚିନ୍ତା ସ୍ନାଚରେ ୧୪୩ କେଜି ଓଜନ ଉଠାଇ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ରେକର୍ଡ କରିଛନ୍ତି । ସେ […]

ବର୍ମିଂହାମ: ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଆଉ ଏକ ସ୍ୱର୍ଣ୍ଣପଦକ ହାସଲ କରିଛି ଭାରତ । ଭାରୋତ୍ତଳନରେ ମିଳିଛି ଭାରତକୁ ପୁଣି ଆଉ ଏକ ସଫଳତା। ୭୩ କିଲୋଗ୍ରାମ ବର୍ଗରେ ଅଚିନ୍ତା ଶୁଳି ଏହି ସ୍ବର୍ଣ୍ଣ ପଦକ ହାସଲ କରିଛନ୍ତି । ଏହାସହ ରାଜ୍ୟଗୋଷ୍ଠୀ କ୍ରୀ଼ଡାରେ ଭାରୋତ୍ତୋଳନରେ ସବୁଠାରୁ ଅଧିକ ପଦକ ହାସଲ କରିଥିବା ଦେଶ ମଧ୍ୟରେ ସାମିଲ ହୋଇପାରିଛି ଭାରତ ।

ଆହୁରି ପଢ଼ନ୍ତୁ: ବିସିସିଆଇର ଅନିଶ୍ଚିତତା ମଧ୍ୟରେ ରୋହିତ ଶର୍ମାଙ୍କୁ ସମର୍ଥନ: ବିଶ୍ୱକପ୍ ପାଇଁ 'ଅମୂଲ୍ୟ ସମ୍ପଦ' କହିଲେ ଜଣ୍ଟି ରୋଡ୍ସ, କୋହଲିଙ୍କୁ ମଧ୍ୟ ପ୍ରଶଂସା

ଅଚିନ୍ତା ସ୍ନାଚରେ ୧୪୩ କେଜି ଓଜନ ଉଠାଇ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ରେକର୍ଡ କରିଛନ୍ତି । ସେ କ୍ଲିନ୍ ଏଣ୍ଡ୍ ଜର୍କର ପ୍ରଥମ ଉଦ୍ୟମରେ ୧୬୬ କେଜି ଓଜନ ଉଠାଇଥିଲେ । ଦ୍ୱିତୀୟ ପ୍ରୟାସରେ ଫେଲ୍ ମାରିଥିଲେ ମଧ୍ୟ ତୃତୀୟ ପ୍ରୟାସରେ ୧୭୦ କେଜି ଉଠାଇବାରେ ସକ୍ଷମ ହୋଇଥିଲେ। ଫଳରେ ମୋଟ ୩୧୩ କେଜି ଓଜନ ଉଠାଇ ଏହି ମେଡାଲ ହାସଲ କରିବାରେ ସଫଳ ହୋଇଛନ୍ତି ଅଚିନ୍ତା ଶୁଳି।

ଆହୁରି ପଢ଼ନ୍ତୁ: ବୟସ ଜାଲିଆତି ପାଇଁ ଫସିଲେ ରୋହିତ ଯାଦବ: ଅଷ୍ଟ୍ରେଲିଆ ସିରିଜ୍ ପୂର୍ବରୁ ଅଣ୍ଡର-୧୯ ଦଳରେ ବଡ଼ ପରିବର୍ତ୍ତନ କଲା ବିସିସିଆଇ

ଏଥିସହ ରାଜ୍ୟଗୋଷ୍ଠୀ କ୍ରୀଡାରେ ଭାତର  ପଦକ ସଂଖ୍ଯା ୬କୁ ବୃଦ୍ଧି ପାଇଛି। ଏହି ସମସ୍ତ ୬ଟି ମେଡାଲ ଭାରୋତ୍ତଳନରେ ହିଁ ମିଳିଛି । ଅଚିନ୍ତା ଶୂଳିଙ୍କ ପୂର୍ବରୁ ମୀରାବାଇ ଚାନୁ ଏବଂ ଜେରେମି ଲାଲରିନୁଂଗା ଭାରୋତ୍ତୋଳନରେ ଦେଶ ପାଇ ସ୍ୱର୍ଣ୍ଣ ଜିତିଛନ୍ତି । ସଂକେତ ମହାଦେବ ସରଗର ଏବଂ ବିନ୍ଦିଆଦେବୀ ରାଣୀ ରୌପ୍ୟ ପଦକ ଜିତିଛନ୍ତି । ଗୁରୁରାଜ ପୂଜାରୀ ବ୍ରୋଞ୍ଚ ପଦକ ହାସଲ କରିଛନ୍ତି । ଭାରତକୁ ଚଳିତ ବର୍ଷ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ୩ଟି ସ୍ୱର୍ଣ୍ଣ, ୨ଟି ରୌପ୍ୟ ଏବଂ ଗୋଟିଏ ବ୍ରୋଞ୍ଚ ପଦକ ମିଳିଛି ।

ଆହୁରି ପଢ଼ନ୍ତୁ: ଆଇପିଏଲ୍ ୨୦୨୭ରେ ଖେଳିବେ କି ଏମ୍.ଏସ୍ ଧୋନି? ପୂର୍ବତନ ସାଥୀ ଖେଳାଳି କଲେ ବଡ଼ ଖୁଲାସା

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର