ଏସିଆ କପ୍‌ : ପାକିସ୍ତାନକୁ ୧୮୨ ରନ୍‌ର ଟାର୍ଗେଟ ଦେଲା ଟିମ୍‌ ଇଣ୍ଡିଆ

The Sakala Picture
Published On

ଦୁବାଇ: ସୁପରସଣ୍ଡେରେ ଆଜି ଏସିଆ କପର ସୁପର-୪ ପର୍ଯ୍ୟାୟରେ ଦୁଇ ପାରମ୍ପରିକ ପ୍ରତିଦ୍ୱନ୍ଦ୍ୱି ଭାରତ- ପାକିସ୍ତାନ ମୁହାଁମୁହିଁ ହୋଇଛନ୍ତି।  ଏହି ମୁକାବିଲାରେ ଟସ୍ ଜିତି ପାକିସ୍ତାନ ବୋଲିଂ ନିଷ୍ପତ୍ତି ନେଇଥିଲା। ଯାହା ଫଳରେ ଭାରତ ପ୍ରଥମେ ବ୍ୟାଟିଂ କରିଥିଲା। ୨୦ ଓଭର ଖେଳି ଭାରତୀୟ ଟିମ୍ ୭ ୱିକେଟ ହରାଇ ୧୮୧ ରନ୍ କରିଛି। ଆଜିର ମ୍ୟାଚରେ ଭାରତକୁ ହରାଇବାକୁ ପାକିସ୍ତାନ ଆକରେ ୧୮୨ ରନ୍‌ର ବଜିୟ ଲକ୍ଷ୍ୟ ରହିଛି। ଭାରତ ପକ୍ଷରୁ ବିରାଟ କୋହଲି ୬୦ […]

ଦୁବାଇ: ସୁପରସଣ୍ଡେରେ ଆଜି ଏସିଆ କପର ସୁପର-୪ ପର୍ଯ୍ୟାୟରେ ଦୁଇ ପାରମ୍ପରିକ ପ୍ରତିଦ୍ୱନ୍ଦ୍ୱି ଭାରତ- ପାକିସ୍ତାନ ମୁହାଁମୁହିଁ ହୋଇଛନ୍ତି।  ଏହି ମୁକାବିଲାରେ ଟସ୍ ଜିତି ପାକିସ୍ତାନ ବୋଲିଂ ନିଷ୍ପତ୍ତି ନେଇଥିଲା। ଯାହା ଫଳରେ ଭାରତ ପ୍ରଥମେ ବ୍ୟାଟିଂ କରିଥିଲା। ୨୦ ଓଭର ଖେଳି ଭାରତୀୟ ଟିମ୍ ୭ ୱିକେଟ ହରାଇ ୧୮୧ ରନ୍ କରିଛି। ଆଜିର ମ୍ୟାଚରେ ଭାରତକୁ ହରାଇବାକୁ ପାକିସ୍ତାନ ଆକରେ ୧୮୨ ରନ୍‌ର ବଜିୟ ଲକ୍ଷ୍ୟ ରହିଛି। ଭାରତ ପକ୍ଷରୁ ବିରାଟ କୋହଲି ୬୦ ରନର ଦାୟିତ୍ଵପୂର୍ଣ୍ଣ ଇନିଂସ ଖେଳିଛନ୍ତି। ଦୁଇ ଓପନର ରୋହିତ ଶର୍ମା ଏବଂ କେଏଲ ରାହୁଲ ୨୮ ରନ ଲେଖାଏଁ କରିଛନ୍ତି।

ଆହୁରି ପଢ଼ନ୍ତୁ: ଦକ୍ଷିଣ ଆଫ୍ରିକାରେ ଭାରତର କମାଲ: ନିଜ ଓଜନଠାରୁ ତିନି ଗୁଣା ଅଧିକ ଭାର ଉଠାଇ ରୌପ୍ୟ ଜିତିଲେ ପାୱାରଲିଫ୍ଟର କିୟା ବାନାର୍ଜୀ

ଆଜି ପାକିସ୍ତାନ ଟିମର ଅଧିନାୟକ ବାବର ଆଜମ୍ ଟସ୍ ଜିତିଥିଲେ । ଏହାପରେ ସେ ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲେ । ପାକିସ୍ତାନ ପକ୍ଷରୁ ବ୍ୟାଟିଂ ଆମନ୍ତ୍ରଣ ପାଇଁ ଭାରତ ପ୍ରଥମେ ବ୍ୟାଟିଂ କରି ଭଲ ଆରମ୍ଭ କରିଥିଲା। ଭାରତକୁ ଦୁଇ ଓପନର ଅଧିନାୟକ ରୋହିତ ଶର୍ମା ଏବଂ ଉପ-ଅଧିନାୟକ ଲୋକେଶ ରାହୁଲ ଦମଦାର ଆରମ୍ଭ କରିଥିଲେ। ଦୁଇ ଓପନର ବ୍ୟାଟସମ୍ୟାନ ବିସ୍ଫୋରକ ବ୍ୟାଟିଂ କରି ୫.୧ ଓଭରରେ ୫୪ ରନ ଯୋଡିଥିଲେ। ରୋହିତ ଶର୍ମା ୧୬ ବଲ୍‌ରୁ ୩ ଚୌକା ଏବଂ ୨ ଛକା ସହ ୨୮ ରନ କରି ଆଉଟ୍ ହୋଇଥିଲେ।

ଆହୁରି ପଢ଼ନ୍ତୁ: ବୟସ ଜାଲିଆତି ପାଇଁ ଫସିଲେ ରୋହିତ ଯାଦବ: ଅଷ୍ଟ୍ରେଲିଆ ସିରିଜ୍ ପୂର୍ବରୁ ଅଣ୍ଡର-୧୯ ଦଳରେ ବଡ଼ ପରିବର୍ତ୍ତନ କଲା ବିସିସିଆଇ

ରୋହିତଙ୍କ ପରେ ଭଲ ଫର୍ମରେ ନଜର ଆସୁଥିବା ଉପ-ଅଧିନାୟକ ଲୋକେଶ ରାହୁଲ ଅଧିକ ସମୟ ରହି ନପାରି ଆଉଟ ହୋଇଯାଇଥିଲେ। ସେ ୨୦ ବଲ୍‌ରୁ ୧ ଚୌକା ଏବଂ ୨ ଛକା ସହାୟତାରେ ୨୮ ରନ କରିଥିଲେ। ଏହାପରେ କୋହଲି ଏବଂ ସୂର୍ଯ୍ୟକୁମାର ଯାଦବ ଭଲ ରନ୍‌ କରିବା ସହ ତୃତୀୟ ଓ୍ଵିକେଟ୍‌ରେ ୩୧ ରନ ଭାଗିଦାରୀ କରିଥିଲେ। ଗୋଟିଏ ପଟେ କୋହଲି ଦାୟିିତ୍ବ ସମ୍ପନ୍ନ ବ୍ୟାଟିଂ କରୁଥିବା ବେଳେ ଅନ୍ୟପଟେ ଭାରତ ନିୟମିତ ବ୍ୟବଧାନରେ ଓ୍ଵିକେଟ୍ ହରାଇଥିଲା। ସୂର୍ଯ୍ୟକୁମାର,ଋଷଭ ପନ୍ତ ଜଲଦି ଆଉଟ ହୋଇଯାଇଥିଲେ। ତେବେ ହାର୍ଦ୍ଦିକ ପାଣ୍ଡ୍ୟା ଖାତା ଖୋଲିବା ପୂର୍ବରୁ ଆଉଟ୍ ହେବା ଭାରତକୁ ବହୁତ ବଡ ଝଟକା ଲାଗିଥିଲା।

ଆହୁରି ପଢ଼ନ୍ତୁ: ଏସୀୟ କ୍ରୀଡ଼ା ୨୦୨୬: ଥମିଲା ହୋଟେଲ ବିବାଦ, ଆୟୋଜକଙ୍କ ବ୍ୟବସ୍ଥାରେ ରହିବେ ଭାରତୀୟ କ୍ରିକେଟର

ବିରାଟ କୋହଲି ଏସିଆ କପରେ କ୍ରମାଗତ ଦ୍ଵିତୀୟ ଅର୍ଦ୍ଧଶତକ ହାସଲ କରିଥିଲେ। ଦୀପକ ହୁଡ୍ଡା ୧୬ ରନ କରିଥିଲେ। ବିରାଟ କୋହଲି ଶେଷ ଓଭରରେ ପାଭିଲିୟନ ଫେରିଥିଲେ। ସେ ୪୪ ବଲରୁ ୪ ଚୌକା ଏବଂ ୧ ଛକା ସହ ୬୦ ରନ କରିଥିଲେ। ନିର୍ଦ୍ଧାରିତ ଓଭରରେ ଭାରତ ୭ ଓ୍ଵିକେଟ୍ ହରାଇ ୧୮୧ ରନ କରିଛି।ପାକିସ୍ତାନ ପକ୍ଷରୁ ଶାଦବ ଖାନ ୩୧ ରନ ଦେଇ ୨ଟି ସଫଳତା ପାଇଛନ୍ତି। ନସୀମ ଶାହ, ମହମ୍ମଦ ହସନେନ, ହାରିସ ରାଉଫ ଏବଂ ମହମ୍ମଦ ନଓ୍ଵାଜ ପ୍ରତ୍ୟେକ ଗୋଟିଏ ଲେଖାଏଁ ଓ୍ଵିକେଟ୍ ନେଇଛନ୍ତି।

 

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର