୩୪ ବର୍ଷରେ ପାଦ ଥାପିଲେ ବିରାଟ କୋହଲି

The Sakala Picture
Published On

ନୂଆଦିଲ୍ଲୀ : ପୂର୍ବତନ ଭାରତୀୟ ଅଧିନାୟକ ବିରାଟ କୋହଲି ଆଜି ତାଙ୍କର ୩୪ତମ ଜନ୍ମଦିନ ପାଳନ କରୁଛନ୍ତି। ବିରାଟଙ୍କ ଜନ୍ମଦିନ ପାଇଁ ସବୁଆଡ଼ୁ ଛୁଟୁଛି ଶୁଭେଚ୍ଛାର ସୁଅ । ୧୯୮୮ ମସିହା ନଭେମ୍ବର ୫ତାରିଖରେ ଦିଲ୍ଲୀରେ ଜନ୍ମଗ୍ରହଣ କରିଥିଲେ କୋହଲି । ୨୦୦୮ରେ ଶ୍ରୀଲଙ୍କା ବିପକ୍ଷ ଦିନିକିଆ ମ୍ୟାଚରେ ଡେବ୍ୟୁ କରିଥିଲେ ବିରାଟ । ଏହାପରେ ସେ ଆଉ କେବେ ପଛକୁ ଫେରିନଥିଲେ । ଆଜି ବିଶ୍ବ କ୍ରିକେଟରେ ସବୁଠୁ ସଫଳ ଓ ଅନ୍ୟତମ କ୍ରିକେଟର ଭାବେ […]

ନୂଆଦିଲ୍ଲୀ : ପୂର୍ବତନ ଭାରତୀୟ ଅଧିନାୟକ ବିରାଟ କୋହଲି ଆଜି ତାଙ୍କର ୩୪ତମ ଜନ୍ମଦିନ ପାଳନ କରୁଛନ୍ତି। ବିରାଟଙ୍କ ଜନ୍ମଦିନ ପାଇଁ ସବୁଆଡ଼ୁ ଛୁଟୁଛି ଶୁଭେଚ୍ଛାର ସୁଅ । ୧୯୮୮ ମସିହା ନଭେମ୍ବର ୫ତାରିଖରେ ଦିଲ୍ଲୀରେ ଜନ୍ମଗ୍ରହଣ କରିଥିଲେ କୋହଲି । ୨୦୦୮ରେ ଶ୍ରୀଲଙ୍କା ବିପକ୍ଷ ଦିନିକିଆ ମ୍ୟାଚରେ ଡେବ୍ୟୁ କରିଥିଲେ ବିରାଟ । ଏହାପରେ ସେ ଆଉ କେବେ ପଛକୁ ଫେରିନଥିଲେ ।

ଆହୁରି ପଢ଼ନ୍ତୁ: ଆଜି ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଜନ୍ମ ଜୟନ୍ତୀ, ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କଲେ ନବୀନ

ଆଜି ବିଶ୍ବ କ୍ରିକେଟରେ ସବୁଠୁ ସଫଳ ଓ ଅନ୍ୟତମ କ୍ରିକେଟର ଭାବେ ନିଜର ପରିଚୟ ସୃଷ୍ଟି କରିଛନ୍ତି ବିରାଟ । ୨୦୧୦ ମସିହା ଜୁନ ୧୨ ତାରିଖରେ ଜିମ୍ବାଓ୍ବେ ବିପକ୍ଷ ଟି ଟ୍ବେଣ୍ଟିରେ ଡେବ୍ୟୁ କରିଥିଲେ ଏବଂ ୨୦୧୧ ଜୁନ ୨୦ରେ ସେ ଓ୍ବେଷ୍ଟ ଇଣ୍ଡିଜ ବିପକ୍ଷ ଟେଷ୍ଟ ମ୍ୟାଚରେ ଡେବ୍ୟୁ କରିଥିଲେ । ଏହାରି ଭିତରେ ୧୦୨ଟି ଟେଷ୍ଟ, ୨୬୨ ଟି ଦିନିକିଆ ଓ ୧୧୩ଟି ଟି ଟ୍ବେଣ୍ଟି ମ୍ୟାଚ ଖେଳିସାରିଛନ୍ତି । ଦିନିକିଆରେ ୨୬୨ଟି ମ୍ୟାଚରୁ ୧୨ ହଜାର ୩୪୪ ରନ କରିଛନ୍ତି ।

ଆହୁରି ପଢ଼ନ୍ତୁ: ଓଡ଼ିଶାରେ ହୋଲି ବେଳେ ବଡ଼ ଅଘଟଣ: ଗାଧୋଇବା ବେଳେ ପାଣିରେ ବୁଡ଼ି ୯ ମୃତ, ଜଣେ ନିଖୋଜ

ଯେଉଁଥିରେ ୪୩ଟି ଶତକ ରହିଛି । ଏହାସହ ଟେଷ୍ଟରେ ୧୦୨ଟି ମ୍ୟାଚରେ ୮ହଜାର ୭୪ରନ କରିଥିବା ବେଳେ ସେଥିରେ ୨୭ଟି ଶତକ ରହିଛି । ଟି-ଟେଣ୍ଟିରେ ମଧ୍ୟ ବିରାଟ ୩ହଜାର ୯୩୨ ରନ କରିଛନ୍ତି । ଆଇପିଏଲରେ ମଧ୍ୟ ବିରାଟଙ୍କ ଚମତ୍କାର ରେକର୍ଡ ରହିଛି । ଅନେକ ମ୍ୟାଚରେ କୋହଲି ଭାରତର ନେତୃତ୍ବ ନେଇ ବିଜୟର ସ୍ବାଦ ଚଖାଇଛନ୍ତି । ଭାରତୀୟ ସଫଳ ଅଧିନାୟକତ୍ବ ତାଲିକାରେ ବିରାଟଙ୍କ ନାଁ ରହିଛି ।

ଆହୁରି ପଢ଼ନ୍ତୁ: ଦୁବାଇ ଆନ୍ତର୍ଜାତୀୟ ବିମାନବନ୍ଦର ଉପରେ ଇରାନର ଡ୍ରୋନ୍ ଆକ୍ରମଣ

05 Nov 2022 By The Sakala

୩୪ ବର୍ଷରେ ପାଦ ଥାପିଲେ ବିରାଟ କୋହଲି

ନୂଆଦିଲ୍ଲୀ : ପୂର୍ବତନ ଭାରତୀୟ ଅଧିନାୟକ ବିରାଟ କୋହଲି ଆଜି ତାଙ୍କର ୩୪ତମ ଜନ୍ମଦିନ ପାଳନ କରୁଛନ୍ତି। ବିରାଟଙ୍କ ଜନ୍ମଦିନ ପାଇଁ ସବୁଆଡ଼ୁ ଛୁଟୁଛି ଶୁଭେଚ୍ଛାର ସୁଅ । ୧୯୮୮ ମସିହା ନଭେମ୍ବର ୫ତାରିଖରେ ଦିଲ୍ଲୀରେ ଜନ୍ମଗ୍ରହଣ କରିଥିଲେ କୋହଲି । ୨୦୦୮ରେ ଶ୍ରୀଲଙ୍କା ବିପକ୍ଷ ଦିନିକିଆ ମ୍ୟାଚରେ ଡେବ୍ୟୁ କରିଥିଲେ ବିରାଟ । ଏହାପରେ ସେ ଆଉ କେବେ ପଛକୁ ଫେରିନଥିଲେ ।

ଆଜି ବିଶ୍ବ କ୍ରିକେଟରେ ସବୁଠୁ ସଫଳ ଓ ଅନ୍ୟତମ କ୍ରିକେଟର ଭାବେ ନିଜର ପରିଚୟ ସୃଷ୍ଟି କରିଛନ୍ତି ବିରାଟ । ୨୦୧୦ ମସିହା ଜୁନ ୧୨ ତାରିଖରେ ଜିମ୍ବାଓ୍ବେ ବିପକ୍ଷ ଟି ଟ୍ବେଣ୍ଟିରେ ଡେବ୍ୟୁ କରିଥିଲେ ଏବଂ ୨୦୧୧ ଜୁନ ୨୦ରେ ସେ ଓ୍ବେଷ୍ଟ ଇଣ୍ଡିଜ ବିପକ୍ଷ ଟେଷ୍ଟ ମ୍ୟାଚରେ ଡେବ୍ୟୁ କରିଥିଲେ । ଏହାରି ଭିତରେ ୧୦୨ଟି ଟେଷ୍ଟ, ୨୬୨ ଟି ଦିନିକିଆ ଓ ୧୧୩ଟି ଟି ଟ୍ବେଣ୍ଟି ମ୍ୟାଚ ଖେଳିସାରିଛନ୍ତି । ଦିନିକିଆରେ ୨୬୨ଟି ମ୍ୟାଚରୁ ୧୨ ହଜାର ୩୪୪ ରନ କରିଛନ୍ତି ।

ଯେଉଁଥିରେ ୪୩ଟି ଶତକ ରହିଛି । ଏହାସହ ଟେଷ୍ଟରେ ୧୦୨ଟି ମ୍ୟାଚରେ ୮ହଜାର ୭୪ରନ କରିଥିବା ବେଳେ ସେଥିରେ ୨୭ଟି ଶତକ ରହିଛି । ଟି-ଟେଣ୍ଟିରେ ମଧ୍ୟ ବିରାଟ ୩ହଜାର ୯୩୨ ରନ କରିଛନ୍ତି । ଆଇପିଏଲରେ ମଧ୍ୟ ବିରାଟଙ୍କ ଚମତ୍କାର ରେକର୍ଡ ରହିଛି । ଅନେକ ମ୍ୟାଚରେ କୋହଲି ଭାରତର ନେତୃତ୍ବ ନେଇ ବିଜୟର ସ୍ବାଦ ଚଖାଇଛନ୍ତି । ଭାରତୀୟ ସଫଳ ଅଧିନାୟକତ୍ବ ତାଲିକାରେ ବିରାଟଙ୍କ ନାଁ ରହିଛି ।

https://www.thesakala.in/sports/virat-kohli-set-foot-at-the-age-of-34/article-16305
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର