ହକି ବିଶ୍ବକପ୍ ୨୦୨୩: ଆଜି କଳିଙ୍ଗରେ ହେବ ସେମିଫାଇନାଲ ଟକ୍କର

The Sakala Picture
Published On

ଭୁବନେଶ୍ୱର: ହକି ବିଶ୍ୱକପ ପାଇଁ ଆଜି ସେମି ଟକ୍କର । କମ୍ପିବ କଳିଙ୍ଗ । ଫାଇନାଲ ଟିକେଟ ପାଇଁ ଟର୍ଫକୁ ଓହ୍ଲାଇବେ ୪ଟି ଟିମ୍ । ଆଜି କଳିଙ୍ଗ ଷ୍ଟାଡିୟମରେ ଖେଳାଯିବାକୁ ଥିବା ପ୍ରଥମ ସେମିଫାଇନାଲରେ ଅଷ୍ଟ୍ରେଲିଆକୁ ଭେଟିବ ଜର୍ମାନୀ । ସାଢେ ୪ଟାରୁ କଳିଙ୍ଗରେ ହେବ ମୁକାବିଲା । ଅଷ୍ଟ୍ରେଲିଆ ଏବେ ବିଶ୍ୱର ଏକ ନମ୍ବର ରାଙ୍କିଙ୍ଗ ଟିମ୍ । ଚଳିତ ବିଶ୍ୱକପରେ ଦଳ ଅପରାଜେୟ ରହିଛି । ସେହିପରି, ସନ୍ଧ୍ୟା ୭ଟାରେ ଦ୍ୱିତୀୟ ସେମିଫାଇନାଲରେ […]

ଭୁବନେଶ୍ୱର: ହକି ବିଶ୍ୱକପ ପାଇଁ ଆଜି ସେମି ଟକ୍କର । କମ୍ପିବ କଳିଙ୍ଗ । ଫାଇନାଲ ଟିକେଟ ପାଇଁ ଟର୍ଫକୁ ଓହ୍ଲାଇବେ ୪ଟି ଟିମ୍ । ଆଜି କଳିଙ୍ଗ ଷ୍ଟାଡିୟମରେ ଖେଳାଯିବାକୁ ଥିବା ପ୍ରଥମ ସେମିଫାଇନାଲରେ ଅଷ୍ଟ୍ରେଲିଆକୁ ଭେଟିବ ଜର୍ମାନୀ । ସାଢେ ୪ଟାରୁ କଳିଙ୍ଗରେ ହେବ ମୁକାବିଲା । ଅଷ୍ଟ୍ରେଲିଆ ଏବେ ବିଶ୍ୱର ଏକ ନମ୍ବର ରାଙ୍କିଙ୍ଗ ଟିମ୍ । ଚଳିତ ବିଶ୍ୱକପରେ ଦଳ ଅପରାଜେୟ ରହିଛି ।

ଆହୁରି ପଢ଼ନ୍ତୁ: ଏସୀୟ ପାରା ଗେମ୍ସ: ମହିଳା ୪୦୦ ମିଟର T47 ରେ ଅଞ୍ଜନାବେନଙ୍କୁ ସ୍ୱର୍ଣ୍ଣ ଏବଂ ଓଡ଼ିଶାର ଜୟନ୍ତୀ ବେହେରାଙ୍କୁ ରୌପ୍ୟ

ସେହିପରି, ସନ୍ଧ୍ୟା ୭ଟାରେ ଦ୍ୱିତୀୟ ସେମିଫାଇନାଲରେ ବେଲଜିୟମ ଓ ନେଦାରଲାଣ୍ଡ୍ସ ମଧ୍ୟରେ ହେବ ଟକ୍କର । ବିଶ୍ବର ୪ଟି ଶ୍ରେଷ୍ଠ ଟିମ୍ ସେମିଫାଇନାଲରେ ପ୍ରବେଶ କରିଛନ୍ତି । ଯେଉଁ ଟିମ୍ ଶ୍ରେଷ୍ଠ ପ୍ରଦର୍ଶନ କରିବ ସେହି ଟିମ୍ ଫାଇନାଲକୁ ଯିବ ବୋଲି କହିଛନ୍ତି ହକି ଇଣ୍ଡିଆ ସଭାପତି ଦିଲ୍ଲୀପ ତିର୍କୀ । ଚଳିତ ବିଶ୍ବକପର ପ୍ରଦର୍ଶନ ଆଧାରରେ ଅଷ୍ଟ୍ରେଲିଆ ଓ ନେଦାରଲାଣ୍ଡ୍ସ ଭଲ ପ୍ରଦର୍ଶନ କରୁଥିବା ବେଳେ ଏହି ଦୁଇଟି ଟିମ୍ ଫାଇନାଲ ଯିବାର ସମ୍ଭାବନା ଅଧିକ ବୋଲି ଦିଲ୍ଲୀପ ତିର୍କୀ କହିଛନ୍ତି ।

ଆହୁରି ପଢ଼ନ୍ତୁ: ୨୨୬ ରନ୍‌ର ବିଶାଳ ଲକ୍ଷ୍ୟ ହାସଲ କରି ଇତିହାସ ରଚିଲା ଭାରତ, ସଞ୍ଜୁ ସାମସନ୍‌ଙ୍କ ଧୂଆଁଧାର ବ୍ୟାଟିଂ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର