ଡ୍ର ରହିଲା ଭାରତ-ଅଷ୍ଟ୍ରେଲିଆ ୪ର୍ଥ ଟେଷ୍ଟ, ୨-୧ରେ ସିରିଜ କବଜା କଲା ଟିମ୍ ଇଣ୍ଡିଆ

The Sakala Picture
Published On

ଅହମ୍ମଦାବାଦ: ନରେନ୍ଦ୍ର ମୋଦୀ ଷ୍ଟାଡିୟମରେ ଖେଳାଯାଇଥିବା ବର୍ଡର ଗାଭାସ୍କର ଟ୍ରଫିର ଚତୁର୍ଥ ତଥା ନିର୍ଣ୍ଣାୟକ ମ୍ୟାଚ୍ ଡ୍ର ହୋଇଛି। ଏଥିସହ ଚାରି ମ୍ୟାଚ୍ ବିଶିଷ୍ଟ ଟେଷ୍ଟ ଶୃଙ୍ଖଳାକୁ ଭାରତ ୨-୧ରେ ଜିତି ନେଇଛି। ଦ୍ଵିତୀୟ ଇନିଂସରେ ଅଷ୍ଟ୍ରେଲିଆ ୨ ଓ୍ଵିକେଟ୍ ହରାଇ ୧୭୫ ରନ କରିବା ସହ ପଞ୍ଚମ ଦିନର ଖେଳ ଶେଷ ହୋଇଛି। ଚତୁର୍ଥ ଟେଷ୍ଟ ଡ୍ର ହେବା ସହ ଭାରତ ବିଶ୍ଵ ଟେଷ୍ଟ ଚାମ୍ପିଅନସିପର ଫାଇନାଲ୍‌ରେ କ୍ରମାଗତ ଦ୍ଵିତୀୟ ଥର ପ୍ରବେଶ କରିଛି। ମ୍ୟାଚ୍‌ରେ […]

ଅହମ୍ମଦାବାଦ: ନରେନ୍ଦ୍ର ମୋଦୀ ଷ୍ଟାଡିୟମରେ ଖେଳାଯାଇଥିବା ବର୍ଡର ଗାଭାସ୍କର ଟ୍ରଫିର ଚତୁର୍ଥ ତଥା ନିର୍ଣ୍ଣାୟକ ମ୍ୟାଚ୍ ଡ୍ର ହୋଇଛି। ଏଥିସହ ଚାରି ମ୍ୟାଚ୍ ବିଶିଷ୍ଟ ଟେଷ୍ଟ ଶୃଙ୍ଖଳାକୁ ଭାରତ ୨-୧ରେ ଜିତି ନେଇଛି। ଦ୍ଵିତୀୟ ଇନିଂସରେ ଅଷ୍ଟ୍ରେଲିଆ ୨ ଓ୍ଵିକେଟ୍ ହରାଇ ୧୭୫ ରନ କରିବା ସହ ପଞ୍ଚମ ଦିନର ଖେଳ ଶେଷ ହୋଇଛି। ଚତୁର୍ଥ ଟେଷ୍ଟ ଡ୍ର ହେବା ସହ ଭାରତ ବିଶ୍ଵ ଟେଷ୍ଟ ଚାମ୍ପିଅନସିପର ଫାଇନାଲ୍‌ରେ କ୍ରମାଗତ ଦ୍ଵିତୀୟ ଥର ପ୍ରବେଶ କରିଛି।

ଆହୁରି ପଢ଼ନ୍ତୁ: ବିସିସିଆଇର ଅନିଶ୍ଚିତତା ମଧ୍ୟରେ ରୋହିତ ଶର୍ମାଙ୍କୁ ସମର୍ଥନ: ବିଶ୍ୱକପ୍ ପାଇଁ 'ଅମୂଲ୍ୟ ସମ୍ପଦ' କହିଲେ ଜଣ୍ଟି ରୋଡ୍ସ, କୋହଲିଙ୍କୁ ମଧ୍ୟ ପ୍ରଶଂସା

ମ୍ୟାଚ୍‌ରେ ଟସ୍ ଜିତି ଅଷ୍ଟ୍ରେଲିଆ ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲା। ପ୍ରଥମ ଇନିଂସରେ ଭ୍ରମଣକାରୀ ଦଳ ୪୮୦ ରନ କରିଥିଲା। ଉସ୍ମାନ ଖ୍ଵାଜା ୨୧ ଚୌକା ସହ ୧୮୦ ରନ କରିଥିବା ବେଳେ କ୍ୟାମେରୁନ ଗ୍ରୀନ ୧୧୪ ରନର ଶତକୀୟ ଇନିଂସ ଖେଳିଥିଲେ। ଭାରତ ପକ୍ଷରୁ ରବିଚନ୍ଦ୍ରନ ଅଶ୍ଵିନ ୯୧ ରନ ଦେଇ ସର୍ବାଧିକ ୬ ଓ୍ଵିକେଟ୍ ଦଖଲ କରିଥିଲେ। ଜବାବରେ ଭାରତ ନିଜର ପ୍ରଥମ ଇନିଂସରେ ୫୭୧ ରନ କରି ୯୧ ରନର ଅଗ୍ରଣୀ ହାସଲ କରିଥିଲା। ଦଳ ପକ୍ଷରୁ ବିରାଟ କୋହଲି ୧୮୬ ରନର ଦମଦାର ଇନିଂସ ଖେଳିଥିବା ବେଳେ ଶୁଭମନ ଗିଲ୍ ୧୨୮ ରନ କରିଥିଲେ। ଅକ୍ଷର ପଟେଲ୍ ୭୯ ରନ କରିଥିଲେ। ପରେରେ ଅଷ୍ଟ୍ରେଲିଆ ତାର ଦ୍ୱିତୀୟ ଇଂନିସରେ ୨ ୱିକେଟ ହରାଇ ୧୭୫ ରନ କରି ମ୍ୟାଚ ଡ୍ର ରଖିଥିଲେ ।

ଆହୁରି ପଢ଼ନ୍ତୁ: ଦକ୍ଷିଣ ଆଫ୍ରିକାରେ ଭାରତର କମାଲ: ନିଜ ଓଜନଠାରୁ ତିନି ଗୁଣା ଅଧିକ ଭାର ଉଠାଇ ରୌପ୍ୟ ଜିତିଲେ ପାୱାରଲିଫ୍ଟର କିୟା ବାନାର୍ଜୀ

 

ଆହୁରି ପଢ଼ନ୍ତୁ: ଆଇପିଏଲ୍ ୨୦୨୭ରେ ଖେଳିବେ କି ଏମ୍.ଏସ୍ ଧୋନି? ପୂର୍ବତନ ସାଥୀ ଖେଳାଳି କଲେ ବଡ଼ ଖୁଲାସା

 

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର