ଭାରତ-ଅଷ୍ଟ୍ରେଲିଆ ୨ୟ ଦିନିକିଆ: ୧୦ ଓ୍ଵିକେଟରେ ଜିତି ସିରିଜ୍ ୧-୧ରେ ବରାବର କଲା ଅଷ୍ଟ୍ରେଲିଆ

The Sakala Picture
Published On

ବିଶାଖାପାଟଣା: ଆନ୍ଧ୍ରପ୍ରଦେଶର ବିଶାଖାପାଟଣାସ୍ଥିତ ଡ. ୱାଇଏସ୍‌ ରାଜଶେଖର ରେଡ୍ଡୀ ଷ୍ଟାଡିୟମ୍‌ରେ ରବିବାର ଭାରତ-ଅଷ୍ଟ୍ରେଲିଆ ଦିନିକିଆ ସିରିଜର ୨ୟ ମ୍ୟାଚ ଅନୁଷ୍ଠିତ ହୋଇଥିଲା । ଟସ ଜିତି ଅଷ୍ଟ୍ରେଲିଆର ବୋଲିଂ ନିଷ୍ପତ୍ତି ନେଇଥିଲା । ଭାରତ ପ୍ରଥମେ ବ୍ୟାଟିଂ କରି ୨୬ ଓଭରରେ ସମସ୍ତ ୱିକେଟ ହରାଇ ୧୧୭ ରନ କରିବାକୁ ସକ୍ଷମ ହୋଇଥିଲା। ଏହାର ଜବାବରେ ଅଷ୍ଟ୍ରେଲିଆର ଗୋଟିଏ ବି ୱିକେଟ ନ ହରାଇ ସହଜରେ ଆଜିର ମ୍ୟାଚକୁ ଜିତି ନେଇଛି। ଅଷ୍ଟ୍ରେଲିଆ ୧୧ ଓଭରରେ ୧୨୧ […]

ବିଶାଖାପାଟଣା: ଆନ୍ଧ୍ରପ୍ରଦେଶର ବିଶାଖାପାଟଣାସ୍ଥିତ ଡ. ୱାଇଏସ୍‌ ରାଜଶେଖର ରେଡ୍ଡୀ ଷ୍ଟାଡିୟମ୍‌ରେ ରବିବାର ଭାରତ-ଅଷ୍ଟ୍ରେଲିଆ ଦିନିକିଆ ସିରିଜର ୨ୟ ମ୍ୟାଚ ଅନୁଷ୍ଠିତ ହୋଇଥିଲା । ଟସ ଜିତି ଅଷ୍ଟ୍ରେଲିଆର ବୋଲିଂ ନିଷ୍ପତ୍ତି ନେଇଥିଲା । ଭାରତ ପ୍ରଥମେ ବ୍ୟାଟିଂ କରି ୨୬ ଓଭରରେ ସମସ୍ତ ୱିକେଟ ହରାଇ ୧୧୭ ରନ କରିବାକୁ ସକ୍ଷମ ହୋଇଥିଲା। ଏହାର ଜବାବରେ ଅଷ୍ଟ୍ରେଲିଆର ଗୋଟିଏ ବି ୱିକେଟ ନ ହରାଇ ସହଜରେ ଆଜିର ମ୍ୟାଚକୁ ଜିତି ନେଇଛି। ଅଷ୍ଟ୍ରେଲିଆ ୧୧ ଓଭରରେ ୧୨୧ ରନ କରି ଏହି ମ୍ୟାଚକୁ ଜିତି ନେଇଛି। ଫଳରେ ଏହି ବିଜୟ ସହ ତିନି ମ୍ୟାଚ୍ ବିଶିଷ୍ଟ ଦିନିକିଆ ଶୃଙ୍ଖଳାକୁ ୧-୧ ବରାବର ସ୍ଥିତିକୁ ଆଣିଛି ଅଷ୍ଟ୍ରେଲିଆ। ମାର୍ଚ୍ଚ ୨୨ରେ ଚେନ୍ନାଇରେ ଖେଳାଯିବ ନିର୍ଣ୍ଣାୟକ ଶେଷ ଦିନିକିଆ।

ଆହୁରି ପଢ଼ନ୍ତୁ: ବିସିସିଆଇର ବଡ଼ ନିଷ୍ପତ୍ତି: ପ୍ରଜ୍ଞାନ ଓଝା ହେଲେ ନୂଆ ମୁଖ୍ୟ ଚୟନକର୍ତ୍ତା

ଅଷ୍ଟ୍ରେଲିଆ ପକ୍ଷରୁ ଟ୍ରାଭିସ୍‌ ହେଡ୍‌ ୩୦ ବଲରେ ୫୧ ରନ କରି ଅପରାଜିତ ଥିବା ବେଳେ ମିଚେଲ୍‌ ମାର୍ସ ୩୬ ବଲରେ ୬୬ ରନ କରି ଅପରାଜିତ ରହିଥିଲେ।

ଆହୁରି ପଢ଼ନ୍ତୁ: ଏସୀୟ ପାରା ଗେମ୍ସ: ମହିଳା ୪୦୦ ମିଟର T47 ରେ ଅଞ୍ଜନାବେନଙ୍କୁ ସ୍ୱର୍ଣ୍ଣ ଏବଂ ଓଡ଼ିଶାର ଜୟନ୍ତୀ ବେହେରାଙ୍କୁ ରୌପ୍ୟ

 

ଆହୁରି ପଢ଼ନ୍ତୁ: ୨୨୬ ରନ୍‌ର ବିଶାଳ ଲକ୍ଷ୍ୟ ହାସଲ କରି ଇତିହାସ ରଚିଲା ଭାରତ, ସଞ୍ଜୁ ସାମସନ୍‌ଙ୍କ ଧୂଆଁଧାର ବ୍ୟାଟିଂ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର