ମନୋରଞ୍ଜନ
ଓଡ଼ିଶା
ଏସିଆ କପ୍: ଭାରତର ଧୂଆଁଦାର ବ୍ୟାଟିଂ, ପାକିସ୍ତାନକୁ ୩୫୭ ରନର ଟାର୍ଗେଟ ଦେଲା ଟିମ୍ ଇଣ୍ଡିଆ
କଲମ୍ବୋ: ଭାରତ-ପାକିସ୍ତାନ ହାଇଭୋଲଟେଜ ଲଢ଼େଇରେ ଗତକାଲି (ସୋମବାର) ବର୍ଷା ସାଜିଥିଲା ବାଧକ । ଶ୍ରୀଲଙ୍କାର ଆର ପ୍ରେମାଦାସା ଷ୍ଟାଡିୟମରେ ହଠାତ୍ ବର୍ଷା ମାଡ଼ି ଆସିବାରୁ ଗତକାଲି ମ୍ୟାଚ୍କୁ ଅଧାରୁ ସ୍ଥଗିତ ରଖାଯାଇଥିଲା। ଗତକାଲିର ଅବଶିଷ୍ଚ ମ୍ୟାଚ ଆଜି ଅର୍ଥାତ ରିଜର୍ଭ ଡେ’ ରେ ଖେଳାଯାଇଛି। ଭାରତ ୫୦ ଓଭରରେ ୨ ୱିକେଟ ହରାଇ ୩୫୬ ରନ କରିଛି। ଏହି ମ୍ୟାଚକୁ ଜିତିବାକୁ ହେଲେ ପାକିସ୍ତାନକୁ ୩୫୭ ରନର ଆବଶ୍ୟକତା ରହିଛି। ଟସ ଜିତି ପାକିସ୍ତାନ ଭାରତକୁ ବ୍ୟାଟିଂ […]
କଲମ୍ବୋ: ଭାରତ-ପାକିସ୍ତାନ ହାଇଭୋଲଟେଜ ଲଢ଼େଇରେ ଗତକାଲି (ସୋମବାର) ବର୍ଷା ସାଜିଥିଲା ବାଧକ । ଶ୍ରୀଲଙ୍କାର ଆର ପ୍ରେମାଦାସା ଷ୍ଟାଡିୟମରେ ହଠାତ୍ ବର୍ଷା ମାଡ଼ି ଆସିବାରୁ ଗତକାଲି ମ୍ୟାଚ୍କୁ ଅଧାରୁ ସ୍ଥଗିତ ରଖାଯାଇଥିଲା। ଗତକାଲିର ଅବଶିଷ୍ଚ ମ୍ୟାଚ ଆଜି ଅର୍ଥାତ ରିଜର୍ଭ ଡେ’ ରେ ଖେଳାଯାଇଛି। ଭାରତ ୫୦ ଓଭରରେ ୨ ୱିକେଟ ହରାଇ ୩୫୬ ରନ କରିଛି। ଏହି ମ୍ୟାଚକୁ ଜିତିବାକୁ ହେଲେ ପାକିସ୍ତାନକୁ ୩୫୭ ରନର ଆବଶ୍ୟକତା ରହିଛି।
ଆହୁରି ପଢ଼ନ୍ତୁ: ବିସିସିଆଇର ଅନିଶ୍ଚିତତା ମଧ୍ୟରେ ରୋହିତ ଶର୍ମାଙ୍କୁ ସମର୍ଥନ: ବିଶ୍ୱକପ୍ ପାଇଁ 'ଅମୂଲ୍ୟ ସମ୍ପଦ' କହିଲେ ଜଣ୍ଟି ରୋଡ୍ସ, କୋହଲିଙ୍କୁ ମଧ୍ୟ ପ୍ରଶଂସା
ଟସ ଜିତି ପାକିସ୍ତାନ ଭାରତକୁ ବ୍ୟାଟିଂ ଆମନ୍ତ୍ରଣ ଦେଇଥିଲା । ଭାରତ ପକ୍ଷରୁ ରୋହିତ ଶର୍ମା ୪୯ ବଲରେ ୫୬ ରନ କରି ଆଉଟ ହୋଇଥିବା ବେଳେ ଶୁଭମନ୍ ଗିଲ ୫୨ ବଲରେ ୫୮ ରନ କରି ଆଉଟ ହୋଇଥିଲେ। ପରେ ପାରିକୁ ଲୋକେଶ ରାହୁଲ ଓ ବିରାଟ କୋହଲି ସମ୍ଭାଳିଥିଲେ। ଉଭୟ ଶତକୀୟ ଇଂନିସ ଖେଳିଥିଲେ। ରାହୁଲ ୧୦୬ ବଲରେ ୧୧୧ ରନ କରି ଅପରାଜିତ ଥିବାବେଳେ ବିରାଟ ୯୪ ବଲରେ ୧୨୨ ରନ କରି ଅପରାଜିତ ରହିଛନ୍ତି।
ଆହୁରି ପଢ଼ନ୍ତୁ: ଦକ୍ଷିଣ ଆଫ୍ରିକାରେ ଭାରତର କମାଲ: ନିଜ ଓଜନଠାରୁ ତିନି ଗୁଣା ଅଧିକ ଭାର ଉଠାଇ ରୌପ୍ୟ ଜିତିଲେ ପାୱାରଲିଫ୍ଟର କିୟା ବାନାର୍ଜୀ
ସହିପରି, ପାକିସ୍ତାନ ପକ୍ଷରୁ ଶାହିନ ଆଫ୍ରିଦି ଓ ଶଦାବ ଖାନ୍ ଗୋଟିଏ ଲେଖାଏଁ ୱିକେଟ ନେଇଛନ୍ତି।






