ଏସିଆ କପ୍ ସୁପର-୪’ର ଶେଷ ମୁକାବିଲା, ଆଜି ମୁହାଁମୁହିଁ ହେବେ ଭାରତ-ବାଂଲାଦେଶ

The Sakala Picture
Published On

କଲମ୍ବୋ: ଆଜି ଏସିଆ କପ୍‌‌ ସୁପର-୪’ର ଶେଷ ମୁକାବିଲା ଭାରତ ଓ ବାଂଲାଦେଶ ମଧ୍ୟରେ ଖେଳାଯିବ। ଏହି ପ୍ରତିଯୋଗିତାରେ ପ୍ରତ୍ୟେକ ଦଳ ୩ଟି ଲେଖାଏଁ ସୁପର-୪ ମ୍ୟାଚ୍‌‌ ଖେଳିବେ। ଏହା ମଧ୍ୟରୁ ଭାରତ ୨ଟି ମ୍ୟାଚ୍‌‌ ଖେଳି ୨ଟିଯାକରେ ବିଜୟୀ ହୋଇ ଫାଇନାଲରେ ପ୍ରବେଶ କରିସାରିଛି। ଅନ୍ୟପକ୍ଷରେ ବାଂଲାଦେଶ ୨ଟି ଯାକ ମ୍ୟାଚ୍‌‌ରେ ପରାଜିତ ହୋଇ ପ୍ରତିଯୋଗିତାରୁ ବାଦ୍‌‌ ପଡ଼ିଛି। ଏଭଳି ସ୍ଥିତିରେ ଏହି ମ୍ୟାଚ୍‌‌ର ଫଳାଫଳ ଉପରେ କିଛି ଗୁରୁତ୍ୱ ନାହିଁ। କିନ୍ତୁ ଭାରତୀୟ ଖେଳାଳିଙ୍କ […]

କଲମ୍ବୋ: ଆଜି ଏସିଆ କପ୍‌‌ ସୁପର-୪’ର ଶେଷ ମୁକାବିଲା ଭାରତ ଓ ବାଂଲାଦେଶ ମଧ୍ୟରେ ଖେଳାଯିବ। ଏହି ପ୍ରତିଯୋଗିତାରେ ପ୍ରତ୍ୟେକ ଦଳ ୩ଟି ଲେଖାଏଁ ସୁପର-୪ ମ୍ୟାଚ୍‌‌ ଖେଳିବେ। ଏହା ମଧ୍ୟରୁ ଭାରତ ୨ଟି ମ୍ୟାଚ୍‌‌ ଖେଳି ୨ଟିଯାକରେ ବିଜୟୀ ହୋଇ ଫାଇନାଲରେ ପ୍ରବେଶ କରିସାରିଛି। ଅନ୍ୟପକ୍ଷରେ ବାଂଲାଦେଶ ୨ଟି ଯାକ ମ୍ୟାଚ୍‌‌ରେ ପରାଜିତ ହୋଇ ପ୍ରତିଯୋଗିତାରୁ ବାଦ୍‌‌ ପଡ଼ିଛି। ଏଭଳି ସ୍ଥିତିରେ ଏହି ମ୍ୟାଚ୍‌‌ର ଫଳାଫଳ ଉପରେ କିଛି ଗୁରୁତ୍ୱ ନାହିଁ। କିନ୍ତୁ ଭାରତୀୟ ଖେଳାଳିଙ୍କ ଲାଗି ବେଶ ଗୁରୁତ୍ୱ ବହନ କରୁଛି। କଲମ୍ବୋର ରଣସିଂହ ପ୍ରେମଦାସା ଷ୍ଟାଡିୟମ୍‌‌ରେ ଖେଳାଯାଇଥିବା ଶେଷ ଦୁଇଟି ମ୍ୟାଚ୍‌‌ରେ ସ୍ପିନରଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ ରହିଛି।

ଆହୁରି ପଢ଼ନ୍ତୁ: ବିସିସିଆଇର ଅନିଶ୍ଚିତତା ମଧ୍ୟରେ ରୋହିତ ଶର୍ମାଙ୍କୁ ସମର୍ଥନ: ବିଶ୍ୱକପ୍ ପାଇଁ 'ଅମୂଲ୍ୟ ସମ୍ପଦ' କହିଲେ ଜଣ୍ଟି ରୋଡ୍ସ, କୋହଲିଙ୍କୁ ମଧ୍ୟ ପ୍ରଶଂସା

ଏପରିକି ପ୍ରଥମ ମ୍ୟାଚ୍‌‌ରେ ପାକିସ୍ତାନ ବିପକ୍ଷରେ ୨ ୱିକେଟରେ ୩୫୬ ରନ୍‌‌ କରିଥିବା ଭାରତ ଏହାର ପରଦିନ ଖେଳାଯାଇଥିବା ଶ୍ରୀଲଙ୍କା ବିପକ୍ଷ ମ୍ୟାଚ୍‌‌ରେ ବ୍ୟାଟରମାନେ ସଂଘର୍ଷ କରିଥିଲେ। ରୋହିତ ଶର୍ମା ଓ ଶୁବମାନ ଗିଲ ପ୍ରଥମ ୱିକେଟ ଯୋଡିରୁ ୮୦ ରନ୍‌‌ ଉଠାଇ ନଥିଲେ ଭାରତକୁ ଏହି ମ୍ୟାଚ୍‌‌ ଜିତିବା କଷ୍ଟକର ହୋଇପଡ଼ିଥାନ୍ତା। ଯୁବ ଅଲରାଉଣ୍ଡର ଦୁନିଥ ୱେଲାଲାଗେଙ୍କୁ ଅଟକାଇବା ଭାରତ ଲାଗି କଷ୍ଟକର ହୋଇଥିଲା। ବ୍ୟାଟିଂ ହେଉ ଅବା ବୋଲିଂ, ଉଭୟ ବିଭାଗରେ ୱେଲାଲାଗେ ଦମ୍‌‌ ଦେଖାଇ ଖେଳିଥିଲେ। ଏଣୁ ଶେଷ ଲିଗ୍‌‌ ମ୍ୟାଚ୍‌‌ରେ ଭାରତ ଯେପରି ବାଂଲାଦେଶ ସ୍ପିନରଙ୍କୁ ଠିକ୍‌‌ ଭାବେ ଖେଳିପାରିବ, ତାହା ଉପରେ ନିଶ୍ଚିତ ଗୁରୁତ୍ୱ ଦେବ। ଏଭଳି ସମୟରେ ଆହତ ଯୋଗଁ ଦୀର୍ଘ ଦିନ ଖେଳିପାରି ନଥିବା ଖେଳାଳିମାନେ ମଧ୍ୟ ଭଲ ଭାବେ ମ୍ୟାଚ୍‌‌ ପ୍ରାକ୍ଟିସ୍‌‌ ପାଇପାରିବେ। ପିଚ୍‌‌ ଯଦି ଏଭଳି ରହେ ତେବେ ଭାରତୀୟ ଦଳରେ ପରିବର୍ତ୍ତନ ହେବାର ସମ୍ଭାବନା କମ୍‌‌।

ଆହୁରି ପଢ଼ନ୍ତୁ: ଦକ୍ଷିଣ ଆଫ୍ରିକାରେ ଭାରତର କମାଲ: ନିଜ ଓଜନଠାରୁ ତିନି ଗୁଣା ଅଧିକ ଭାର ଉଠାଇ ରୌପ୍ୟ ଜିତିଲେ ପାୱାରଲିଫ୍ଟର କିୟା ବାନାର୍ଜୀ

ଅନ୍ୟପକ୍ଷରେ ୪ଟି ମ୍ୟାଚ୍‌‌ରୁ କେବଳ ଆଫଗାନିସ୍ତାନକୁ ହରାଇଥିବା ବାଂଲାଦେଶ ନିକଟରେ କ୍ୱାଲିଟି ବୋଲିଂ ଖେଳିବାର ଅସୁବିଧା ରହିଛି। ଭାରତ ବିପକ୍ଷରେ ସେମାନେ ଏହି ଅସୁବିଧାକୁ ଦୂର କରିବେ ବୋଲି ଆଶା ରଖିିଛି। ସାକିବ-ଅଲ-ହସନ ଏଯାଏ ତାଙ୍କ ଦକ୍ଷତା ଅନୁଯାୟୀ ଖେଳିନାହାନ୍ତି। ଏଣୁ ସାକିବଙ୍କ ଲାଗି ମଧ୍ୟ ଏହି ମ୍ୟାଚ୍‌‌ ବେଶ୍‌‌ ଗୁରୁତ୍ୱପୂର୍ଣ୍ଣ। ଦଳର ଅନ୍ୟତମ ବରିଷ୍ଠ ଖେଳାଳି ମୁସ୍‌‌ଫିକର ରହିମ ମଧ୍ୟ ଏହି ମ୍ୟାଚ୍‌‌ରେ ଖେଳିବେ ନାହିଁ। ଏହା ସତ୍ତ୍ବେ ସାନ୍ତ୍ୱନାମୂଳକ ବିଜୟ ସହ ବାଂଲାଦେଶ ବିଶ୍ୱକପ୍‌‌ ଖେଳିବାକୁ ଆଶା ରଖିଛି।

ଆହୁରି ପଢ଼ନ୍ତୁ: ବୟସ ଜାଲିଆତି ପାଇଁ ଫସିଲେ ରୋହିତ ଯାଦବ: ଅଷ୍ଟ୍ରେଲିଆ ସିରିଜ୍ ପୂର୍ବରୁ ଅଣ୍ଡର-୧୯ ଦଳରେ ବଡ଼ ପରିବର୍ତ୍ତନ କଲା ବିସିସିଆଇ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର