ବିଶ୍ୱକପ ପୁରସ୍କାର ରାଶି ଘୋଷଣା କଲା ଆଇସିସି : ଜାଣନ୍ତୁ ଚାମ୍ପିୟନ୍ ଟିମ୍କୁ ମିଳିବ କେତେ କୋଟି ଟଙ୍କା…..
ନୂଆଦିଲ୍ଲୀ : ଅକ୍ଟୋବର ୫ରୁ ଭାରତରେ ଖେଳାଯିବ ବିଶ୍ୱକପ ୨୦୨୩। ବିଶ୍ବକପ୍ ନେଇ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ରହିଥିବା ବେଳେ ଆଜି ଆନ୍ତର୍ଜାତୀୟ କ୍ରିକେଟ୍ ପରିଷଦ (ଆଇସିସି) ବିଶ୍ବକପ୍ର ପୁରସ୍କାର ରାଶି ଘୋଷଣା କରିଛି। ଆଇସିସି ଟୁର୍ନାମେଣ୍ଟ ପାଇଁ ମୋଟ୍ ୧୦ ମିଲିୟନ ଆମେରିକୀୟ ଡଲାର ପୁରସ୍କାର ରାଶି ଘୋଷଣା କରିଛି। ଯାହାର ମୂଲ୍ୟ ଭାରତୀୟ ମୁଦ୍ରାରେ ୮୨.୯୩ କୋଟି ଟଙ୍କା।ଅକ୍ଟୋବର ୫ରେ ଡିଫେଣ୍ଡିଂ ଚାମ୍ପିଅନ୍ ଇଂଲଣ୍ଡ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ପ୍ରଥମ ମ୍ୟାଚ୍ ଖେଳାଯିବ। […]
ନୂଆଦିଲ୍ଲୀ : ଅକ୍ଟୋବର ୫ରୁ ଭାରତରେ ଖେଳାଯିବ ବିଶ୍ୱକପ ୨୦୨୩। ବିଶ୍ବକପ୍ ନେଇ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ରହିଥିବା ବେଳେ ଆଜି ଆନ୍ତର୍ଜାତୀୟ କ୍ରିକେଟ୍ ପରିଷଦ (ଆଇସିସି) ବିଶ୍ବକପ୍ର ପୁରସ୍କାର ରାଶି ଘୋଷଣା କରିଛି। ଆଇସିସି ଟୁର୍ନାମେଣ୍ଟ ପାଇଁ ମୋଟ୍ ୧୦ ମିଲିୟନ ଆମେରିକୀୟ ଡଲାର ପୁରସ୍କାର ରାଶି ଘୋଷଣା କରିଛି। ଯାହାର ମୂଲ୍ୟ ଭାରତୀୟ ମୁଦ୍ରାରେ ୮୨.୯୩ କୋଟି ଟଙ୍କା।ଅକ୍ଟୋବର ୫ରେ ଡିଫେଣ୍ଡିଂ ଚାମ୍ପିଅନ୍ ଇଂଲଣ୍ଡ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ପ୍ରଥମ ମ୍ୟାଚ୍ ଖେଳାଯିବ। ନଭେମ୍ବର ୧୯ରେ ଟୁର୍ନାମେଣ୍ଟର ଫାଇନାଲ ଅନୁଷ୍ଠିତ ହେବ। ଅହମ୍ମଦାବାଦର ନରେନ୍ଦ୍ର ମୋଦୀ ଷ୍ଟାଡିୟମରେ ଉଭୟ ଉଦ୍ଘାଟନ ଏବଂ ଫାଇନାଲ ମ୍ୟାଚ୍ ଖେଳାଯିବ।
ଅକ୍ଟୋବର ୫ରୁ ଆରମ୍ଭ ହେଉଥିବା କ୍ରିକେଟ୍ ମହାକୁମ୍ଭ ପାଇଁ ସାରା ବିଶ୍ୱରେ କ୍ରିକେଟ୍ ପ୍ରେମୀଙ୍କ ମଧ୍ୟରେ ବେଶ୍ ଉତ୍ସାହ ଦେଖିବାକୁ ମିଳୁଛି। ନଭେମ୍ବର ୧୯ ପର୍ଯ୍ୟନ୍ତ ଘରୋଇ ଗ୍ରାଉଣ୍ଡରେ ଖେଳା ଯିବାକୁ ଥିବା ବିଶ୍ୱକପ୍ ପାଇଁ ଅଧିକାଂଶ ଷ୍ଟାଡିୟମ୍ରେ ସିଟ୍ ବୁକ୍ ସରିଗଲାଣି। ସେପଟେ ଆଇସିସି ଘୋଷଣା କରିଥିବା ପୁରସ୍କାର ରାଶିରେ ଚାମ୍ପିୟନ୍ ଟିମ୍କୁ ଚାରି ମିଲିୟନ ଆମେରିକୀୟ ଡଲାର ଅର୍ଥାତ ୩୩.୧୭ କୋଟି ମିଳିବ। ଏଥି ସହିତ ରନର୍ସ ଅପ୍ ଟିମ୍କୁ ଦୁଇ ନିୟୁତ ଆମେରିକୀୟ ଡଲାର ଅର୍ଥାତ ୧୬.୫୯ କୋଟି ଟଙ୍କା ମିଳିବ।
The total prize pool for #CWC23, including the cash prize for the winners, has been announced 💰
ଆହୁରି ପଢ଼ନ୍ତୁ: ଆଜି ମହାନ ଜନନାୟକ, ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୧୧୦ତମ ଜୟନ୍ତୀ, ଭୂମିପୁତ୍ରଙ୍କୁ ମନେ ପକାଉଛି ସାରା ରାଜ୍ୟDetails 👇
— ICC (@ICC) September 22, 2023
ବିଶ୍ବକପ୍ ଖେଳୁଥିବା ସମସ୍ତ ୧୦ଟି ଟିମ୍ ଗ୍ରୁପ୍ ପର୍ଯ୍ୟାୟରେ ଏକ ରାଉଣ୍ଡ-ରବିନ ଫର୍ମାଟରେ ପରସ୍ପରକୁ ଭେଟିବେ। ପଏଣ୍ଟ ଟେବୁଲର ଶ୍ରେଷ୍ଠ ଚାରିଟି ଦଳ ସେମିଫାଇନାଲରେ ପ୍ରବେଶ କରିବେ। ୧୦୧୯ରେ ମଧ୍ୟ ସମାନ ଫର୍ମାଟରେ ଟୁର୍ନାମେଣ୍ଟ ଆୟୋଜିତ ହୋଇଥିଲା। ଚଳିତ ବିଶ୍ବକପ୍ର ଗ୍ରୁପ୍ ପର୍ଯ୍ୟାୟ ମ୍ୟାଚ୍ ଜିତିଲେ ମଧ୍ୟ ପୁରସ୍କାର ରାଶି ଦେବାକୁ ଘୋଷଣା କରାଯାଇଛି। ଟିମ୍ ଗୁଡ଼ିକୁ ପ୍ରତ୍ୟେକ ବିଜୟ ପାଇଁ ୪୦,୦୦୦ ଆମେରିକୀୟ ଡଲାର (୩୩.୧୭ ଲକ୍ଷ ଟଙ୍କା) ମିଳିବ। ଗ୍ରୁପ୍ ପର୍ଯ୍ୟାୟ ଶେଷରେ ଯେଉଁ ଟିମ୍ ନକ୍ଆଉଟ୍ରେ ପହଞ୍ଚିବାରେ ବିଫଳ ହେବେ, ପ୍ରତ୍ୟେକଙ୍କୁ ୧୦୦,୦୦୦ ଡଲାର୍ (୮୨.୯୪ ଲକ୍ଷ) ମିଳିବ।
ବିଶ୍ୱକପରେ ୪୮ଟି ମ୍ୟାଚ୍ ଖେଳାଯିବ
ବିଶ୍ୱକପର ୧୩ ତମ ସଂସ୍କରଣରେ ୧୦ଟି ଦଳ ଟ୍ରଫି ପାଇଁ ପ୍ରତିଦ୍ୱନ୍ଦ୍ୱିତା କରିବେ। ଆୟୋଜକ ଭାରତ ବ୍ୟତୀତ ନ୍ୟୁଜିଲ୍ୟାଣ୍ଡ, ଇଂଲଣ୍ଡ, ବାଂଲାଦେଶ, ପାକିସ୍ଥାନ, ଅଷ୍ଟ୍ରେଲିଆ, ଆଫଗାନିସ୍ତାନ ଏବଂ ଦକ୍ଷିଣ ଆଫ୍ରିକା, ଶ୍ରୀଲଙ୍କା ଏବଂ ନେଦରଲ୍ୟାଣ୍ଡର ଦଳ ଖେଳିବେ। ୧୦ ଟି ଦଳ ମଧ୍ୟରେ ମୋଟ ୪୮ ଟି ମ୍ୟାଚ୍ ଖେଳାଯିବ। ବିଶ୍ୱକପ ଆରମ୍ଭ ପୂର୍ବରୁ ପ୍ରତ୍ୟେକ ପ୍ରସ୍ତୁତି ପାଇଁ ଦୁଇଟି ଅଭ୍ୟାସ ମ୍ୟାଚ୍ ଖେଳିବେ।
ବିଶ୍ୱକପ ପୁରସ୍କାର ରାଶି ଘୋଷଣା କଲା ଆଇସିସି : ଜାଣନ୍ତୁ ଚାମ୍ପିୟନ୍ ଟିମ୍କୁ ମିଳିବ କେତେ କୋଟି ଟଙ୍କା…..
ନୂଆଦିଲ୍ଲୀ : ଅକ୍ଟୋବର ୫ରୁ ଭାରତରେ ଖେଳାଯିବ ବିଶ୍ୱକପ ୨୦୨୩। ବିଶ୍ବକପ୍ ନେଇ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ରହିଥିବା ବେଳେ ଆଜି ଆନ୍ତର୍ଜାତୀୟ କ୍ରିକେଟ୍ ପରିଷଦ (ଆଇସିସି) ବିଶ୍ବକପ୍ର ପୁରସ୍କାର ରାଶି ଘୋଷଣା କରିଛି। ଆଇସିସି ଟୁର୍ନାମେଣ୍ଟ ପାଇଁ ମୋଟ୍ ୧୦ ମିଲିୟନ ଆମେରିକୀୟ ଡଲାର ପୁରସ୍କାର ରାଶି ଘୋଷଣା କରିଛି। ଯାହାର ମୂଲ୍ୟ ଭାରତୀୟ ମୁଦ୍ରାରେ ୮୨.୯୩ କୋଟି ଟଙ୍କା।ଅକ୍ଟୋବର ୫ରେ ଡିଫେଣ୍ଡିଂ ଚାମ୍ପିଅନ୍ ଇଂଲଣ୍ଡ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ପ୍ରଥମ ମ୍ୟାଚ୍ ଖେଳାଯିବ। ନଭେମ୍ବର ୧୯ରେ ଟୁର୍ନାମେଣ୍ଟର ଫାଇନାଲ ଅନୁଷ୍ଠିତ ହେବ। ଅହମ୍ମଦାବାଦର ନରେନ୍ଦ୍ର ମୋଦୀ ଷ୍ଟାଡିୟମରେ ଉଭୟ ଉଦ୍ଘାଟନ ଏବଂ ଫାଇନାଲ ମ୍ୟାଚ୍ ଖେଳାଯିବ।
ଅକ୍ଟୋବର ୫ରୁ ଆରମ୍ଭ ହେଉଥିବା କ୍ରିକେଟ୍ ମହାକୁମ୍ଭ ପାଇଁ ସାରା ବିଶ୍ୱରେ କ୍ରିକେଟ୍ ପ୍ରେମୀଙ୍କ ମଧ୍ୟରେ ବେଶ୍ ଉତ୍ସାହ ଦେଖିବାକୁ ମିଳୁଛି। ନଭେମ୍ବର ୧୯ ପର୍ଯ୍ୟନ୍ତ ଘରୋଇ ଗ୍ରାଉଣ୍ଡରେ ଖେଳା ଯିବାକୁ ଥିବା ବିଶ୍ୱକପ୍ ପାଇଁ ଅଧିକାଂଶ ଷ୍ଟାଡିୟମ୍ରେ ସିଟ୍ ବୁକ୍ ସରିଗଲାଣି। ସେପଟେ ଆଇସିସି ଘୋଷଣା କରିଥିବା ପୁରସ୍କାର ରାଶିରେ ଚାମ୍ପିୟନ୍ ଟିମ୍କୁ ଚାରି ମିଲିୟନ ଆମେରିକୀୟ ଡଲାର ଅର୍ଥାତ ୩୩.୧୭ କୋଟି ମିଳିବ। ଏଥି ସହିତ ରନର୍ସ ଅପ୍ ଟିମ୍କୁ ଦୁଇ ନିୟୁତ ଆମେରିକୀୟ ଡଲାର ଅର୍ଥାତ ୧୬.୫୯ କୋଟି ଟଙ୍କା ମିଳିବ।
The total prize pool for #CWC23, including the cash prize for the winners, has been announced 💰
Details 👇