ବିଶ୍ବକପ ୨୦୨୩: ସେମି ପାଇଁ ଆଜି ଶ୍ରୀଲଙ୍କା ସହ ଲଢ଼ିବ ନ୍ୟୁଜିଲାଣ୍ଡ

The Sakala Picture
Published On

ବେଙ୍ଗାଲୁରୁ: ସେମି ଆଶା ପକ୍କା କରିବାକୁ ଆଜି ଶ୍ରୀଲଙ୍କା ସହ ଲଢିବ ନ୍ୟୁଜିଲାଣ୍ଡ । ସେମିର ୪ର୍ଥ ଦଳ ଦୌଡ଼ରେ ଏବେ ରହିଛନ୍ତି ନ୍ୟୁଜିଲାଣ୍ଡ ଓ ପାକିସ୍ତାନ । ନ୍ୟୁଜିଲାଣ୍ଡ ଓ ପାକିସ୍ତାନ ଯଦି ନିଜ ନିଜର ଶେଷ ମ୍ୟାଚ ଜିତନ୍ତି ତେବେ ନେଟ୍ ରନରେଟ ଅନୁସାରେ ୪ର୍ଥ ଦଳ ନିର୍ଦ୍ଧାରଣ ହେବ । ବର୍ତ୍ତମାନର ରନରେଟ ଅନୁସାରେ ନ୍ୟୁଜିଲାଣ୍ଡ ପାକିସ୍ତାନଠାରୁ ଆଗୁଆ ରହିଛି । ବେଙ୍ଗାଲୁରୁର ଚିନ୍ନାସ୍ବାମୀ ଷ୍ଟାଡିୟମଠାରେ ନ୍ୟୁଜିଲାଣ୍ଡ ନିଜର ଶେଷ ଲିଗ୍ ମ୍ୟାଚ […]

ବେଙ୍ଗାଲୁରୁ: ସେମି ଆଶା ପକ୍କା କରିବାକୁ ଆଜି ଶ୍ରୀଲଙ୍କା ସହ ଲଢିବ ନ୍ୟୁଜିଲାଣ୍ଡ । ସେମିର ୪ର୍ଥ ଦଳ ଦୌଡ଼ରେ ଏବେ ରହିଛନ୍ତି ନ୍ୟୁଜିଲାଣ୍ଡ ଓ ପାକିସ୍ତାନ । ନ୍ୟୁଜିଲାଣ୍ଡ ଓ ପାକିସ୍ତାନ ଯଦି ନିଜ ନିଜର ଶେଷ ମ୍ୟାଚ ଜିତନ୍ତି ତେବେ ନେଟ୍ ରନରେଟ ଅନୁସାରେ ୪ର୍ଥ ଦଳ ନିର୍ଦ୍ଧାରଣ ହେବ । ବର୍ତ୍ତମାନର ରନରେଟ ଅନୁସାରେ ନ୍ୟୁଜିଲାଣ୍ଡ ପାକିସ୍ତାନଠାରୁ ଆଗୁଆ ରହିଛି । ବେଙ୍ଗାଲୁରୁର ଚିନ୍ନାସ୍ବାମୀ ଷ୍ଟାଡିୟମଠାରେ ନ୍ୟୁଜିଲାଣ୍ଡ ନିଜର ଶେଷ ଲିଗ୍ ମ୍ୟାଚ ଶ୍ରୀଲଙ୍କା ବିପକ୍ଷରେ ଖେଳିବ ।

ଆହୁରି ପଢ଼ନ୍ତୁ: କୋଟି କୋଟି ଟଙ୍କା ଟିକସ ଫାଙ୍କିବା ଅଭିଯୋଗରେ ରାଜ୍ୟର ୬ ରେସ୍ତୋରାଁରେ IT ଚଢ଼ାଉ

ଆଫଗାନିସ୍ତାନକୁ ଅଷ୍ଟ୍ରେଲିଆ ପରାଜିତ କରିବା ପାକିସ୍ତାନ ଓ ନ୍ୟୁଜିଲାଣ୍ଡ ପାଇଁ ଖୁସି ଖବର ଆଣିଛି । ଉଭୟ ଟିମର ସେମିଫାଇନାଲ ଟିକେଟ ହାତେଇବା ଆଶା ଆହୁରି ଉଜ୍ଜିବୀତ ହୋଇଛି । ଆଜି ନ୍ୟୁଜିଲାଣ୍ଡ ବିଜୟୀ ହେଲେ ସେମିଫାଇନାଲ ରେସରେ ସବୁଠୁ ଆଗରେ ରହିବ ।

ଆହୁରି ପଢ଼ନ୍ତୁ: କମ୍‌‌ ପଇସାରେ ହାଲୁକା ନିଶା: କଫ୍‌‌ ସିରପ୍‌‌ ମାୟାରେ ଟୁଇନସିଟିର ଯୁବପିଢ଼ି

ମାତ୍ର ନ୍ୟୁଜିଲାଣ୍ଡ ଶ୍ରୀଲଙ୍କା ନିକଟରୁ ପରାଜିତ ହେଲେ ପାକିସ୍ତାନ ଶେଷ ମ୍ୟାଚରେ ଇଂଲଣ୍ଡକୁ ହରାଇ ସେମିଫାଇନାଲରେ ପହଞ୍ଚିପାରିବ । କିନ୍ତୁ ନ୍ୟୁଜିଲାଣ୍ଡ ଓ ଶ୍ରୀଲଙ୍କା ମ୍ୟାଚରେ ବର୍ଷା ସମ୍ଭାବନା ରହିଛି, ଯଦି ବର୍ଷା ହୁଏ ତେବେ ନ୍ୟୁଜିଲାଣ୍ଡକୁ ଏକ ପଏଣ୍ଟ ମିଳିବ । ଯାହା ପାକିସ୍ତାନ ଓ ଆଫଗାନିସ୍ତାନର ସେମିଫାଇନାଲ ସମ୍ଭାବନାକୁ ଆହୁରି ବଳ ଯୋଗାଇବ ।

ଆହୁରି ପଢ଼ନ୍ତୁ: ମହଙ୍ଗା ହେଲା ରୋଷେଇ ଗ୍ୟାସ୍: ଘରୋଇ ସିଲିଣ୍ଡର ପିଛା ବଢିଲା ୬୦ ଟଙ୍କା, କମର୍ସିଆଲ୍ ୧୧୫ଟଙ୍କା ବୃଦ୍ଧି

୧୦ ତାରିଖରେ ଦକ୍ଷିଣ ଆଫ୍ରିକା ବିପକ୍ଷରେ ଆଫଗାନିସ୍ତାନ ମୈଦାନକୁ ଓହ୍ଲାଇବାକୁ ଥିବାବେଳେ ୧୧ ତାରିଖରେ ଇଂଲଣ୍ଡ ବିପକ୍ଷରେ ଖେଳିବ ପାକିସ୍ତାନ । ତେବେ ଆଜି ଶ୍ରୀଲଙ୍କା ବିପକ୍ଷରେ ବୃହତ ବିଜୟ ହାସଲ କରି ପାକିସ୍ତାନ ଓ ଆଫଗାନିସ୍ତାନର ସେମିଫାଇନାଲ ଆଶା ଧୂଳିସାତ କରିବାକୁ ଆଶା ରଖିଛି ନ୍ୟୁଜିଲାଣ୍ଡ ।

09 Nov 2023 By The Sakala

ବିଶ୍ବକପ ୨୦୨୩: ସେମି ପାଇଁ ଆଜି ଶ୍ରୀଲଙ୍କା ସହ ଲଢ଼ିବ ନ୍ୟୁଜିଲାଣ୍ଡ

ବେଙ୍ଗାଲୁରୁ: ସେମି ଆଶା ପକ୍କା କରିବାକୁ ଆଜି ଶ୍ରୀଲଙ୍କା ସହ ଲଢିବ ନ୍ୟୁଜିଲାଣ୍ଡ । ସେମିର ୪ର୍ଥ ଦଳ ଦୌଡ଼ରେ ଏବେ ରହିଛନ୍ତି ନ୍ୟୁଜିଲାଣ୍ଡ ଓ ପାକିସ୍ତାନ । ନ୍ୟୁଜିଲାଣ୍ଡ ଓ ପାକିସ୍ତାନ ଯଦି ନିଜ ନିଜର ଶେଷ ମ୍ୟାଚ ଜିତନ୍ତି ତେବେ ନେଟ୍ ରନରେଟ ଅନୁସାରେ ୪ର୍ଥ ଦଳ ନିର୍ଦ୍ଧାରଣ ହେବ । ବର୍ତ୍ତମାନର ରନରେଟ ଅନୁସାରେ ନ୍ୟୁଜିଲାଣ୍ଡ ପାକିସ୍ତାନଠାରୁ ଆଗୁଆ ରହିଛି । ବେଙ୍ଗାଲୁରୁର ଚିନ୍ନାସ୍ବାମୀ ଷ୍ଟାଡିୟମଠାରେ ନ୍ୟୁଜିଲାଣ୍ଡ ନିଜର ଶେଷ ଲିଗ୍ ମ୍ୟାଚ ଶ୍ରୀଲଙ୍କା ବିପକ୍ଷରେ ଖେଳିବ ।

ଆଫଗାନିସ୍ତାନକୁ ଅଷ୍ଟ୍ରେଲିଆ ପରାଜିତ କରିବା ପାକିସ୍ତାନ ଓ ନ୍ୟୁଜିଲାଣ୍ଡ ପାଇଁ ଖୁସି ଖବର ଆଣିଛି । ଉଭୟ ଟିମର ସେମିଫାଇନାଲ ଟିକେଟ ହାତେଇବା ଆଶା ଆହୁରି ଉଜ୍ଜିବୀତ ହୋଇଛି । ଆଜି ନ୍ୟୁଜିଲାଣ୍ଡ ବିଜୟୀ ହେଲେ ସେମିଫାଇନାଲ ରେସରେ ସବୁଠୁ ଆଗରେ ରହିବ ।

ମାତ୍ର ନ୍ୟୁଜିଲାଣ୍ଡ ଶ୍ରୀଲଙ୍କା ନିକଟରୁ ପରାଜିତ ହେଲେ ପାକିସ୍ତାନ ଶେଷ ମ୍ୟାଚରେ ଇଂଲଣ୍ଡକୁ ହରାଇ ସେମିଫାଇନାଲରେ ପହଞ୍ଚିପାରିବ । କିନ୍ତୁ ନ୍ୟୁଜିଲାଣ୍ଡ ଓ ଶ୍ରୀଲଙ୍କା ମ୍ୟାଚରେ ବର୍ଷା ସମ୍ଭାବନା ରହିଛି, ଯଦି ବର୍ଷା ହୁଏ ତେବେ ନ୍ୟୁଜିଲାଣ୍ଡକୁ ଏକ ପଏଣ୍ଟ ମିଳିବ । ଯାହା ପାକିସ୍ତାନ ଓ ଆଫଗାନିସ୍ତାନର ସେମିଫାଇନାଲ ସମ୍ଭାବନାକୁ ଆହୁରି ବଳ ଯୋଗାଇବ ।

୧୦ ତାରିଖରେ ଦକ୍ଷିଣ ଆଫ୍ରିକା ବିପକ୍ଷରେ ଆଫଗାନିସ୍ତାନ ମୈଦାନକୁ ଓହ୍ଲାଇବାକୁ ଥିବାବେଳେ ୧୧ ତାରିଖରେ ଇଂଲଣ୍ଡ ବିପକ୍ଷରେ ଖେଳିବ ପାକିସ୍ତାନ । ତେବେ ଆଜି ଶ୍ରୀଲଙ୍କା ବିପକ୍ଷରେ ବୃହତ ବିଜୟ ହାସଲ କରି ପାକିସ୍ତାନ ଓ ଆଫଗାନିସ୍ତାନର ସେମିଫାଇନାଲ ଆଶା ଧୂଳିସାତ କରିବାକୁ ଆଶା ରଖିଛି ନ୍ୟୁଜିଲାଣ୍ଡ ।

https://www.thesakala.in/sports/new-zealand-vs-sri-lanka-icc-cricket-world-cup-2023/article-27146
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର