ଭାରତ -ଅଷ୍ଟ୍ରେଲିଆ ପଞ୍ଚମ ଟି-୨୦: ଅଷ୍ଟ୍ରେଲିଆକୁ ୬ ରନରେ ହରାଇବା ସହ ୪ -୧ ରେ ସିରିଜ କବଜା କଲା ଭାରତ
ବେଙ୍ଗାଲୁରୁ: ଭାରତ ଓ ଅଷ୍ଟ୍ରେଲିଆ ମଧ୍ୟରେ ପଞ୍ଚମ ତଥା ଶେଷ ଟି-୨୦ ମ୍ୟାଚ୍ ସ୍ଥାନୀୟ ଚିନ୍ନାସ୍ୱାମୀ ଷ୍ଟାଡିୟମ୍ରେ ଆଜି ଖେଳାଯାଇଥିଲା। ଆଜିର ମ୍ୟାଚର ଟସ ଜିତି ଅଷ୍ଟ୍ରେଲିଆ ବୋଲିଂ ନିଷ୍ପତ୍ତି ନେଇଥିଲା। ଫଳରେ ଭାରତ ବ୍ୟାଟିଂ କରି ୮ ୱିକଟ ହରାଇ ୧୬୦ରନ କରିଥିଲା। ଏହି ମ୍ୟାଚ ଜିତିବାକୁ ହେଲେ ଅଷ୍ଟ୍ରେଲିଆକୁ ୧୬୧ ରନର ଆବଶ୍ୟକତା ରହିଥିଲା। ହେଲେ ଅଷ୍ଟ୍ରେଲିଆ ୮ ୱିକେଟ ହରାଇ ୧୫୪ ରନ କରିଥିଲା । ଫଳରେ ଭାରତ ଆଜିର ମ୍ୟାଚ ୬ […]
ବେଙ୍ଗାଲୁରୁ: ଭାରତ ଓ ଅଷ୍ଟ୍ରେଲିଆ ମଧ୍ୟରେ ପଞ୍ଚମ ତଥା ଶେଷ ଟି-୨୦ ମ୍ୟାଚ୍ ସ୍ଥାନୀୟ ଚିନ୍ନାସ୍ୱାମୀ ଷ୍ଟାଡିୟମ୍ରେ ଆଜି ଖେଳାଯାଇଥିଲା। ଆଜିର ମ୍ୟାଚର ଟସ ଜିତି ଅଷ୍ଟ୍ରେଲିଆ ବୋଲିଂ ନିଷ୍ପତ୍ତି ନେଇଥିଲା। ଫଳରେ ଭାରତ ବ୍ୟାଟିଂ କରି ୮ ୱିକଟ ହରାଇ ୧୬୦ରନ କରିଥିଲା। ଏହି ମ୍ୟାଚ ଜିତିବାକୁ ହେଲେ ଅଷ୍ଟ୍ରେଲିଆକୁ ୧୬୧ ରନର ଆବଶ୍ୟକତା ରହିଥିଲା। ହେଲେ ଅଷ୍ଟ୍ରେଲିଆ ୮ ୱିକେଟ ହରାଇ ୧୫୪ ରନ କରିଥିଲା । ଫଳରେ ଭାରତ ଆଜିର ମ୍ୟାଚ ୬ ରନରେ ଜିତି ନେଇଛି। ଏଥିସହ ୪ -୧ରେ ସିରିଜ କବଜା କରିଛି ଭାରତ ।
ଆହୁରି ପଢ଼ନ୍ତୁ: ବିସିସିଆଇର ଅନିଶ୍ଚିତତା ମଧ୍ୟରେ ରୋହିତ ଶର୍ମାଙ୍କୁ ସମର୍ଥନ: ବିଶ୍ୱକପ୍ ପାଇଁ 'ଅମୂଲ୍ୟ ସମ୍ପଦ' କହିଲେ ଜଣ୍ଟି ରୋଡ୍ସ, କୋହଲିଙ୍କୁ ମଧ୍ୟ ପ୍ରଶଂସା
ଭାରତ ପକ୍ଷରୁ ମୁକେଶ କୁମାର ସର୍ବାଧିକ ୩ଟି ୱିକେଟ ନେଇଥିଲେ। ରବି ବିଷ୍ଣୋଇ ଓ ଅର୍ଶଦୀପ ସିଂ ୨ଟି ଲେଖାଏଁ ୱିକେଟ ନେଇଥିବା ବେଳେ ଅକ୍ଷର ପଟେଲ ଗୋଟିଏ ୱିକେଟ ନେଇଥିଲେ ।
ଆହୁରି ପଢ଼ନ୍ତୁ: ବୟସ ଜାଲିଆତି ପାଇଁ ଫସିଲେ ରୋହିତ ଯାଦବ: ଅଷ୍ଟ୍ରେଲିଆ ସିରିଜ୍ ପୂର୍ବରୁ ଅଣ୍ଡର-୧୯ ଦଳରେ ବଡ଼ ପରିବର୍ତ୍ତନ କଲା ବିସିସିଆଇ






