WTC ଫାଇନାଲ ମ୍ୟାଚର ପ୍ରଥମ ଇଂନିସରେ ଭାରତ ୨୧୭ ରନରେ ଅଲଆଉଟ୍

The Sakala Picture
Published On

ସାଉଥାମ୍ପଟନ୍: ଭାରତ ଓ ନ୍ୟୁଜିଲ୍ୟାଣ୍ଡ୍ ମଧ୍ୟରେ ଚାଲିଥିବା ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ ଫାଇନାଲ ମ୍ୟାଚରେ ଭାରତ ପ୍ରଥମ ଇନିଂସରେ ୨୧୭ ରନରେ ଅଲଆଉଟ ହୋଇ ଯାଇଛି । ଭାରତର କୌଣସି ବ୍ୟାଟ୍ସମ୍ୟାନ ସଫଳ ବ୍ୟାଟିଂ କରିପାରିନଥିଲେ । ସେପଟେ ନ୍ୟୁଜିଲାଣ୍ଡ ପକ୍ଷରୁ କାଇଲ ଜାମିନସନଙ୍କ ଘାତକ ବୋଲିଂ ଦେଖିବାକୁ ମିଳିଥିଲା । ଜାମିନସନ ଏକାକୀ ୫ ଓ୍ୱିକେଟ୍ ନେଇ ନ୍ୟୁଜିଲ୍ୟାଣ୍ଡର ଟପ୍ ବୋଲର ବିବେଚିତ ହୋଇଛନ୍ତି। ଏହି ମ୍ୟାଚରେ ଟସ ଜିତି ପ୍ରଥମେ ବୋଲିଂ ନିଷ୍ପତ୍ତି ନେଇଥିଲା […]

ସାଉଥାମ୍ପଟନ୍: ଭାରତ ଓ ନ୍ୟୁଜିଲ୍ୟାଣ୍ଡ୍ ମଧ୍ୟରେ ଚାଲିଥିବା ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ ଫାଇନାଲ ମ୍ୟାଚରେ ଭାରତ ପ୍ରଥମ ଇନିଂସରେ ୨୧୭ ରନରେ ଅଲଆଉଟ ହୋଇ ଯାଇଛି । ଭାରତର କୌଣସି ବ୍ୟାଟ୍ସମ୍ୟାନ ସଫଳ ବ୍ୟାଟିଂ କରିପାରିନଥିଲେ । ସେପଟେ ନ୍ୟୁଜିଲାଣ୍ଡ ପକ୍ଷରୁ କାଇଲ ଜାମିନସନଙ୍କ ଘାତକ ବୋଲିଂ ଦେଖିବାକୁ ମିଳିଥିଲା । ଜାମିନସନ ଏକାକୀ ୫ ଓ୍ୱିକେଟ୍ ନେଇ ନ୍ୟୁଜିଲ୍ୟାଣ୍ଡର ଟପ୍ ବୋଲର ବିବେଚିତ ହୋଇଛନ୍ତି।

ଆହୁରି ପଢ଼ନ୍ତୁ: ଚମକିବ କାଳିଆର ଶ୍ରୀମୁଖ: ଆଜି ଶ୍ରୀମନ୍ଦିରରେ ବନକଲାଗି ନୀତି, ଜାଣନ୍ତୁ କେତେବେଳେ ବନ୍ଦ ରହିବ ଦର୍ଶନ

ଏହି ମ୍ୟାଚରେ ଟସ ଜିତି ପ୍ରଥମେ ବୋଲିଂ ନିଷ୍ପତ୍ତି ନେଇଥିଲା ନ୍ୟୁଜିଲ୍ୟାଣ୍ଡ ଦଳ । ମ୍ୟାଚର ପ୍ରଥମ ଦିବସ ବର୍ଷା ଯୋଗୁଁ ବାତିଲ୍ ହେବା ପରେ ଦ୍ୱିତୀୟ ଦିବସରେ ଖେଳ ଆରମ୍ଭ କରି ଭାରତ ୩ ଓ୍ୱିକେଟ୍ ହରାଇ ୧୪୬ ରନ୍ କରିଥିଲା। ହେଲେ ଆଜି ପିଚ୍ ପେସ୍ ବୋଲରଙ୍କ ପାଇଁ ଅଧିକ ଉପଯୋଗୀ ସାବ୍ୟସ୍ତ ହୋଇଥିଲା। ଫଳରେ ଭାରତ ତା’ର ତୃତୀୟ ଦିବସରେ ୭୧ ରନ୍ ଭିତରେ ବାକି ୭ ଓ୍ୱିକେଟ୍ ହରାଇ ଅଲ୍ ଆଉଟ୍ ହୋଇଛି। ଭାରତ ପକ୍ଷରୁ ଆଜିଙ୍କ୍ୟ ରାହାଣେ ୪୯, ବିରାଟ କୋହଲି ୪୪ ଓ ରୋହିତ ଶର୍ମା ୩୪ ରନ କରିଥିଲେ । ଫଳରେ ଦଳ ୯୨ ଓଭର ୨ଟି ବଲ ଖେଳି ୨୧୭ ରନରେ ଅଲ ଆଉଟ ହୋଇ ଯାଇଛି ।

ଆହୁରି ପଢ଼ନ୍ତୁ: ମଧ୍ୟପ୍ରାଚ୍ୟରେ ଯୁଦ୍ଧର ନିଆଁ: ବ୍ୟାରେଲ ପିଛା ୧୦୦ ଡଲାର ଟପିଲା ଅଶୋଧିତ ତୈଳ ଦର, ଖସିଲା ଟଙ୍କାର ମୂଲ୍ୟ

20 Jun 2021 By The Sakala

WTC ଫାଇନାଲ ମ୍ୟାଚର ପ୍ରଥମ ଇଂନିସରେ ଭାରତ ୨୧୭ ରନରେ ଅଲଆଉଟ୍

ସାଉଥାମ୍ପଟନ୍: ଭାରତ ଓ ନ୍ୟୁଜିଲ୍ୟାଣ୍ଡ୍ ମଧ୍ୟରେ ଚାଲିଥିବା ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ ଫାଇନାଲ ମ୍ୟାଚରେ ଭାରତ ପ୍ରଥମ ଇନିଂସରେ ୨୧୭ ରନରେ ଅଲଆଉଟ ହୋଇ ଯାଇଛି । ଭାରତର କୌଣସି ବ୍ୟାଟ୍ସମ୍ୟାନ ସଫଳ ବ୍ୟାଟିଂ କରିପାରିନଥିଲେ । ସେପଟେ ନ୍ୟୁଜିଲାଣ୍ଡ ପକ୍ଷରୁ କାଇଲ ଜାମିନସନଙ୍କ ଘାତକ ବୋଲିଂ ଦେଖିବାକୁ ମିଳିଥିଲା । ଜାମିନସନ ଏକାକୀ ୫ ଓ୍ୱିକେଟ୍ ନେଇ ନ୍ୟୁଜିଲ୍ୟାଣ୍ଡର ଟପ୍ ବୋଲର ବିବେଚିତ ହୋଇଛନ୍ତି।

ଏହି ମ୍ୟାଚରେ ଟସ ଜିତି ପ୍ରଥମେ ବୋଲିଂ ନିଷ୍ପତ୍ତି ନେଇଥିଲା ନ୍ୟୁଜିଲ୍ୟାଣ୍ଡ ଦଳ । ମ୍ୟାଚର ପ୍ରଥମ ଦିବସ ବର୍ଷା ଯୋଗୁଁ ବାତିଲ୍ ହେବା ପରେ ଦ୍ୱିତୀୟ ଦିବସରେ ଖେଳ ଆରମ୍ଭ କରି ଭାରତ ୩ ଓ୍ୱିକେଟ୍ ହରାଇ ୧୪୬ ରନ୍ କରିଥିଲା। ହେଲେ ଆଜି ପିଚ୍ ପେସ୍ ବୋଲରଙ୍କ ପାଇଁ ଅଧିକ ଉପଯୋଗୀ ସାବ୍ୟସ୍ତ ହୋଇଥିଲା। ଫଳରେ ଭାରତ ତା’ର ତୃତୀୟ ଦିବସରେ ୭୧ ରନ୍ ଭିତରେ ବାକି ୭ ଓ୍ୱିକେଟ୍ ହରାଇ ଅଲ୍ ଆଉଟ୍ ହୋଇଛି। ଭାରତ ପକ୍ଷରୁ ଆଜିଙ୍କ୍ୟ ରାହାଣେ ୪୯, ବିରାଟ କୋହଲି ୪୪ ଓ ରୋହିତ ଶର୍ମା ୩୪ ରନ କରିଥିଲେ । ଫଳରେ ଦଳ ୯୨ ଓଭର ୨ଟି ବଲ ଖେଳି ୨୧୭ ରନରେ ଅଲ ଆଉଟ ହୋଇ ଯାଇଛି ।

https://www.thesakala.in/sports/india-all-out-for-217-in-the-first-innings-of-wtc-final/article-3108
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର