ଶୁଭମନ ଗିଲଙ୍କ ଅଧିନାୟକତ୍ୱରେ ୱେଷ୍ଟଇଣ୍ଡିଜ୍ ବିପକ୍ଷରେ ଭାରତର ପ୍ରଥମ ଟେଷ୍ଟ ସିରିଜ ବିଜୟ

Deviprasad Mohanty Picture
Published On

ନୂଆଦିଲ୍ଲୀ: ଦିଲ୍ଲୀର ଅରୁଣ ଜେଟଲି ଷ୍ଟାଡିୟମରେ ଖେଳାଯାଇଥିବା ଦ୍ୱିତୀୟ ଟେଷ୍ଟରେ ୱେଷ୍ଟଇଣ୍ଡିଜ୍ ବିପକ୍ଷରେ ସାତ ୱିକେଟ ବିନିମୟରେ ବିଜୟୀ ହୋଇଛି ଭାରତ।  ଚତୁର୍ଥ ଦିନରେ ଦ୍ୱିତୀୟ ଇନିଂସ ଶେଷ ହେବା ପରେ ୧୨୧ ରନର ଲକ୍ଷ୍ୟ ଧାର୍ଯ୍ୟ କରାଯାଇଥିଲା। ଭାରତ ପଞ୍ଚମ ଦିନ ମଙ୍ଗଳବାରରେ ଏହାକୁ ସହଜରେ ହାସଲ କରିଛି। କେଏଲ ରାହୁଲଙ୍କ ଅର୍ଦ୍ଧଶତକ ବଳରେ ଭାରତ ଶେଷ ଦିନରେ ବିଜୟୀ ହୋଇଛି। ତେବେ, ଶୁଭମନ ଗିଲଙ୍କ ଅଧିନାୟକତ୍ୱରେ ଏହା ଭାରତର ପ୍ରଥମ ଟେଷ୍ଟ ସିରିଜ ବିଜୟ।

ଆହୁରି ପଢ଼ନ୍ତୁ: ଭିଜିଲାନ୍ସ ଜାଲରେ ଛତା ଜଳସମ୍ପଦ ବିଭାଗ ସହକାରୀ ଯନ୍ତ୍ରୀ, ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ୭ଟି ସ୍ଥାନରେ ଚଢ଼ାଉ

କୂଳଦୀପ ମ୍ୟାଚ୍‌ରେ ୮ ୱିକେଟ୍‌ ହାତେଇଥିବା ବେଳେ ଯଶସ୍ବୀ ପ୍ରଥମ ଇନିଂସରେ ୧୭୫ ରନ୍‌ କରି ଦଳକୁ ଆଗେଇ ନେଇଥିଲେ। ଦିଲ୍ଲୀ ଟେଷ୍ଟ ମ୍ୟାଚ୍‌ରେ ୱେଷ୍ଟଇଣ୍ଡିଜ୍ ଦ୍ୱିତୀୟ ଇନିଂସରେ ୩୯୦ ରନ୍ କରିଥିଲା। ଟିମ୍ ଇଣ୍ଡିଆ ୫୧୮/୫ ସ୍କୋରରେ ପ୍ରଥମ ଇନିଂସ ଘୋଷଣା କରିଥିଲା। ଯେତେବେଳେ କି ୱେଷ୍ଟଇଣ୍ଡିଜ୍ ତାର ପ୍ରଥମ ଇନିଂସରେ ୨୪୮ ରନ କରିଥିଲା। ପ୍ରଥମ ଇନିଂସ ଆଧାରରେ ଭାରତ ୨୭୦ ରନ୍‌ ଆଗୁଆ ଥିଲା। 

ଆହୁରି ପଢ଼ନ୍ତୁ: ଆସନ୍ତାକାଲି ଠାରୁ ରାଜ୍ୟରେ ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ବଢ଼ିପାରେ ଦିନ ତାପମାତ୍ରା

ଅହମ୍ମଦାବାଦରେ ଖେଳାଯାଇଥିବା ସିରିଜର ପ୍ରଥମ ଟେଷ୍ଟରେ ଭାରତୀୟ ଦଳ ଏକ ଇନିଂସ ଏବଂ ୧୪୦ ରନରେ ଏକ ଦମଦାର ବିଜୟ ହାସଲ କରିଥିଲା। ଏହା ୱେଷ୍ଟଇଣ୍ଡିଜ୍ ବିପକ୍ଷରେ ଭାରତର କ୍ରମାଗତ ଦଶମ ଟେଷ୍ଟ ସିରିଜ ବିଜୟ। ଶେଷ ଥର ପାଇଁ ୱେଷ୍ଟଇଣ୍ଡିଜ୍ ୨୦୨୧ ମସିହାରେ ଭାରତକୁ ପାଞ୍ଚ ମ୍ୟାଚ୍ ବିଶିଷ୍ଟ ଟେଷ୍ଟ ସିରିଜରେ ପରାସ୍ତ କରିଥିଲା (୨-୧)। 

ଆହୁରି ପଢ଼ନ୍ତୁ: ଭାରତ ଟି-୨୦ ବିଶ୍ୱକପ ଚମ୍ପିଅନ୍: ଫାଇନାଲରେ ନ୍ୟୁଜିଲାଣ୍ଡକୁ ୯୬ ରନ୍‌ରେ ହରାଇ ଟାଇଟଲ ହାତେଇଲା ଟିମ୍ ଇଣ୍ଡିଆ

14 Oct 2025 By Deviprasad Mohanty

ଶୁଭମନ ଗିଲଙ୍କ ଅଧିନାୟକତ୍ୱରେ ୱେଷ୍ଟଇଣ୍ଡିଜ୍ ବିପକ୍ଷରେ ଭାରତର ପ୍ରଥମ ଟେଷ୍ଟ ସିରିଜ ବିଜୟ

ନୂଆଦିଲ୍ଲୀ: ଦିଲ୍ଲୀର ଅରୁଣ ଜେଟଲି ଷ୍ଟାଡିୟମରେ ଖେଳାଯାଇଥିବା ଦ୍ୱିତୀୟ ଟେଷ୍ଟରେ ୱେଷ୍ଟଇଣ୍ଡିଜ୍ ବିପକ୍ଷରେ ସାତ ୱିକେଟ ବିନିମୟରେ ବିଜୟୀ ହୋଇଛି ଭାରତ।  ଚତୁର୍ଥ ଦିନରେ ଦ୍ୱିତୀୟ ଇନିଂସ ଶେଷ ହେବା ପରେ ୧୨୧ ରନର ଲକ୍ଷ୍ୟ ଧାର୍ଯ୍ୟ କରାଯାଇଥିଲା। ଭାରତ ପଞ୍ଚମ ଦିନ ମଙ୍ଗଳବାରରେ ଏହାକୁ ସହଜରେ ହାସଲ କରିଛି। କେଏଲ ରାହୁଲଙ୍କ ଅର୍ଦ୍ଧଶତକ ବଳରେ ଭାରତ ଶେଷ ଦିନରେ ବିଜୟୀ ହୋଇଛି। ତେବେ, ଶୁଭମନ ଗିଲଙ୍କ ଅଧିନାୟକତ୍ୱରେ ଏହା ଭାରତର ପ୍ରଥମ ଟେଷ୍ଟ ସିରିଜ ବିଜୟ।

କୂଳଦୀପ ମ୍ୟାଚ୍‌ରେ ୮ ୱିକେଟ୍‌ ହାତେଇଥିବା ବେଳେ ଯଶସ୍ବୀ ପ୍ରଥମ ଇନିଂସରେ ୧୭୫ ରନ୍‌ କରି ଦଳକୁ ଆଗେଇ ନେଇଥିଲେ। ଦିଲ୍ଲୀ ଟେଷ୍ଟ ମ୍ୟାଚ୍‌ରେ ୱେଷ୍ଟଇଣ୍ଡିଜ୍ ଦ୍ୱିତୀୟ ଇନିଂସରେ ୩୯୦ ରନ୍ କରିଥିଲା। ଟିମ୍ ଇଣ୍ଡିଆ ୫୧୮/୫ ସ୍କୋରରେ ପ୍ରଥମ ଇନିଂସ ଘୋଷଣା କରିଥିଲା। ଯେତେବେଳେ କି ୱେଷ୍ଟଇଣ୍ଡିଜ୍ ତାର ପ୍ରଥମ ଇନିଂସରେ ୨୪୮ ରନ କରିଥିଲା। ପ୍ରଥମ ଇନିଂସ ଆଧାରରେ ଭାରତ ୨୭୦ ରନ୍‌ ଆଗୁଆ ଥିଲା। 

ଅହମ୍ମଦାବାଦରେ ଖେଳାଯାଇଥିବା ସିରିଜର ପ୍ରଥମ ଟେଷ୍ଟରେ ଭାରତୀୟ ଦଳ ଏକ ଇନିଂସ ଏବଂ ୧୪୦ ରନରେ ଏକ ଦମଦାର ବିଜୟ ହାସଲ କରିଥିଲା। ଏହା ୱେଷ୍ଟଇଣ୍ଡିଜ୍ ବିପକ୍ଷରେ ଭାରତର କ୍ରମାଗତ ଦଶମ ଟେଷ୍ଟ ସିରିଜ ବିଜୟ। ଶେଷ ଥର ପାଇଁ ୱେଷ୍ଟଇଣ୍ଡିଜ୍ ୨୦୨୧ ମସିହାରେ ଭାରତକୁ ପାଞ୍ଚ ମ୍ୟାଚ୍ ବିଶିଷ୍ଟ ଟେଷ୍ଟ ସିରିଜରେ ପରାସ୍ତ କରିଥିଲା (୨-୧)। 

https://www.thesakala.in/sports/ind-vs-wi-test-india-to-series-sweep/article-42691
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର