ଦୁବାଇରେ ଦମ୍‌ ଦେଖାଇଲେ ଭାରତୀୟ ବୋଲର : ୧୪୭ରେ ପାକିସ୍ତାନ ଅଲ୍‌ଆଉଟ୍‌

The Sakala Picture
Published On

ଦୁବାଇ: ବିଶ୍ୱ ତଥା ଏସିଆ କ୍ରିକେଟର ଦୁଇ ପାରମ୍ପରିକ ପ୍ରତିଦ୍ୱନ୍ଦ୍ୱୀ ଭାରତ ଓ ପାକିସ୍ତାନ ମଧ୍ୟରେ ଏସିଆ କପ୍‍ କ୍ରିକେଟରେ ମହା ମୁକାବିଲା  ଖେଳାଯାଉଛି।  ବହୁପ୍ରତୀକ୍ଷିତ ଏହି ମୁକାବିଲାରେ ଟସ୍ ଜିତି ଭାରତ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା। ଯାହା ଫଳରେ ବ୍ୟାଟିଂ କରିବାକୁ ପଡିଆକୁ ଓହ୍ଲାଇଥିଲା ପାକିସ୍ତାନ। କିନ୍ତୁ ଭାରତୀୟ ବୋଲରଙ୍କ ଦମଦାର ବୋଲିଂ ସାମ୍ନା କରିବାରେ ବିଫଳ ହୋଇ ପାକିସ୍ତାନ ବ୍ୟାଟିଂ ଲାଇନଅଫ୍‌ ଭୁସୁଡି ପଡିଛି। ପାକିସ୍ତାନ ୧୪୭ ରନ୍‌ରେ ଅଲ୍‌ଆଉଟ ହୋଇଛି। ପାକିସ୍ତାନ […]

ଦୁବାଇ: ବିଶ୍ୱ ତଥା ଏସିଆ କ୍ରିକେଟର ଦୁଇ ପାରମ୍ପରିକ ପ୍ରତିଦ୍ୱନ୍ଦ୍ୱୀ ଭାରତ ଓ ପାକିସ୍ତାନ ମଧ୍ୟରେ ଏସିଆ କପ୍‍ କ୍ରିକେଟରେ ମହା ମୁକାବିଲା  ଖେଳାଯାଉଛି।  ବହୁପ୍ରତୀକ୍ଷିତ ଏହି ମୁକାବିଲାରେ ଟସ୍ ଜିତି ଭାରତ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା। ଯାହା ଫଳରେ ବ୍ୟାଟିଂ କରିବାକୁ ପଡିଆକୁ ଓହ୍ଲାଇଥିଲା ପାକିସ୍ତାନ। କିନ୍ତୁ ଭାରତୀୟ ବୋଲରଙ୍କ ଦମଦାର ବୋଲିଂ ସାମ୍ନା କରିବାରେ ବିଫଳ ହୋଇ ପାକିସ୍ତାନ ବ୍ୟାଟିଂ ଲାଇନଅଫ୍‌ ଭୁସୁଡି ପଡିଛି। ପାକିସ୍ତାନ ୧୪୭ ରନ୍‌ରେ ଅଲ୍‌ଆଉଟ ହୋଇଛି। ପାକିସ୍ତାନ ଦଳର ନାମୀ ବ୍ୟାଟ୍ସମ୍ୟାନ ବାବର ଆଜମ, ଫକର ଜମାନ ବଡ଼ ସ୍କୋର କରିବାକୁ ବିଫଳ ହୋଇଥିଲେ । ଉଭୟ ମାତ୍ର ୧୦ ରନ ଲେଖାଏଁ କରି ଆଉଟ ହୋଇଥିଲେ । ତେବେ ମହମ୍ମଦ ରିଜଓ୍ବାନ ୪୩ ରନ କରିଥିବାବେଳେ ଇଫତଖାର ୨୮ ରନ କରିଥିଲେ ।

ଆହୁରି ପଢ଼ନ୍ତୁ: ଓଡ଼ିଶାରେ ଏବେ ଅଲୋଡ଼ା, ମାତ୍ର 'ଉତ୍ତରପ୍ରଦେଶ ଏବେ ‘୫-ଟି’ର ଶ୍ରେଷ୍ଠ ମଡେ଼ଲ'

ଭୁବନେଶ୍ବର କୁମାର, ହାର୍ଦ୍ଧିକ ପାଣ୍ଡ୍ୟା ଘାତକ ବୋଲିଂ କରି ପାକିସ୍ତାନକୁ ଝଟକା ଦେବା ସହ ଦୁହେଁ ୭ଟି ୱିକେଟ ନେଇଛନ୍ତି। ଭୁବନେଶ୍ବର କୁମାର ୪ ଓଭର ବୋଲିଂ କରି ୨୬ ରନ୍‌ ଦେଇ ୪ଟି ୱିକେଟ ନେଇଥିବା ବେଳେ ହାର୍ଦ୍ଧିକ ପାଣ୍ଡ୍ୟା ୪ ଓଭରରେ ୨୫ ରନ୍‌  ଦେଇ ୩ ୱିକେଟ ନେଇଛନ୍ତି। ସେହିପରି ଅର୍ଶଦୀପ ସିଂହ ୩.୫ ଓଭର ବୋଲିଂ କରି ୩୩ ରନରେ ୨ଟି ଏବଂ ଅଭେଶ ଖାନ୍‌ ୨ ଓଭରରେ ୧୯ ରନ ଦେଇ ୧ଟି ଓ୍ଵିକେଟ୍ ନେଇଛନ୍ତି।

ଆହୁରି ପଢ଼ନ୍ତୁ: ଟିମ୍ ଇଣ୍ଡିଆ ପାଇଁ ୧୩୧ କୋଟି ଟଙ୍କାର ପୁରସ୍କାର ରାଶି ଘୋଷଣା କଲା ବିସିସିଆଇ

ଆଜିର ମ୍ୟାଚରେ ଭାରତ ଟସ୍‌ ଜିତି ପାକିସ୍ତାନକୁ ବ୍ୟାଟିଂ ପାଇଁ ଆମନ୍ତ୍ରଣ କରିଥିଲା। ପ୍ରଥମେ ବ୍ୟାଟିଂ କରିବାକୁ ଆସିଥିବା ପାକ୍‌ର ଅଧିନାୟକ ବାବର ଆଜମ(୧୦)ଙ୍କୁ ଆଉଟ୍ କରି ଭୁବନେଶ୍ଵର କୁମାର ଭାରତକୁ ବଡ ସଫଳତା ଦେଇଥିଲେ। ଏହା ପରେ ମହମ୍ମଦ ରିଜଓ୍ଵାନ ଏବଂ ଫକର ଜମାନ ଦ୍ଵିତୀୟ ଓ୍ଵିକେଟ୍‌ରେ ୨୭ ରନ ଯୋଡିଥିଲେ। ଦଳୀୟ ସ୍କୋର ୪୨ ରନରେ ଫକର ଜମାନ(୧୦)ଙ୍କୁ ଅଭେଶ ଖାନ ଆଉଟ୍ କରିଥିଲେ। ରିଜଓ୍ଵାନ ଏବଂ ଇଫତିକାର ଅହମ୍ମଦ ଭଲ ବ୍ୟାଟିଂ କରିଥିଲେ। ଦୁଇ ବ୍ୟାଟସମ୍ୟାନ ତୃତୀୟ ଓ୍ଵିକେଟ୍‌ରେ ୪୫ ରନ ଯୋଡିଥିଲେ। ଇଫତିକାରଙ୍କୁ ଆଉଟ୍ କରି ଏହି ଯୋଡି ଭାଙ୍ଗି ଭାରତକୁ ତୃତୀୟ ସଫଳତା ଦେଇଥିଲେ ହାର୍ଦ୍ଦିକ ପାଣ୍ଡ୍ୟା। ଇଫତିକାର ୨୨ ବଲରୁ ୨୮ ରନ କରି ପାଭିଲିୟନ ଫେରିଥିଲେ।

ଆହୁରି ପଢ଼ନ୍ତୁ: OTET ପ୍ରଶ୍ନପତ୍ର ଲିକ ମାମଲା: ପୂର୍ବତନ ବୋର୍ଡ ଉପସଭାପତିଙ୍କ ସମେତ ୮ ଅଭିଯୁକ୍ତଙ୍କୁ ସର୍ତ୍ତମୂଳକ ଜାମିନ୍

ତେବେ ୧୫ତମ ଓଭରରେ ପାକିସ୍ତାନକୁ ଲଗାତର ଦୁଇଟି ଝଟକା ଲାଗିଥିଲା। କ୍ରିଜରେ ଜମି ରହି ଇନିଂସ ସମ୍ଭାଳିଥିବା ମହମ୍ମଦ ରିଜଓ୍ଵାନଙ୍କୁ ଆଉଟ୍ କରି ପାକିସ୍ତାନକୁ ବଡ ଝଟକା ଦେଇଥିଲେ ପାଣ୍ଡ୍ୟା। ରିଜଓ୍ଵାନ ୪୨ ବଲ୍‌ରୁ ୪ ଚୌକା ଏବଂ ୧ ଛକା ସହ ୪୩ ରନ କରିଥିଲେ। ରିଜଓ୍ଵାନଙ୍କ ଆଉଟ୍ ପରେ ନିମ୍ନ କ୍ରମରେ ପାକିସ୍ତାନ ନିୟମିତ ବ୍ୟବଧାନରେ ଓ୍ଵିକେଟ୍ ହରାଇଥିଲା। ପୁଣି ସେହି ଓଭରରେ ଖୁସଦିଲ ଶାହ(୨) ପାଣ୍ଡ୍ୟାଙ୍କ ତୃତୀୟ ଶିକାର ହୋଇଥିଲେ। ଆସିଫ ଅଲ୍ଲୀ(୯) ଭୁବନେଶ୍ଵରଙ୍କ ଶିକାର ହୋଇଥିଲେ। ମହମ୍ମଦ ନଓ୍ଵାଜ(୧)ଙ୍କୁ ଅର୍ଶଦୀପ ପାଭିଲିୟନ ପଠାଇଥିଲେ। ୧୯ ତମ ଓଭରରେ ଭୁବନେଶ୍ଵର କୁମାର ଲଗାତାର ଦୁଇଟି ବଲ୍‌ରେ ଶାଦବ ଖାନ(୧୦) ଏବଂ ନସୀମ ଶାହ(୦)ଙ୍କୁ ଆଉଟ୍ କରି ହ୍ୟାଟ୍ରିକ ସୃଷ୍ଟି କରିଥିଲେ। ଶେଷରେ ପାକିସ୍ତାନ ନିର୍ଦ୍ଧାରିତ ଓଭରରେ ୧୪୭ ରନରେ ଅଲଆଉଟ୍ ହୋଇଛି। ହାରିସ ରଉଫ ୧୩ ରନ କରି ଅପରାଜିତ ଥିଲେ। ଶାହାନଓ୍ଵାଜ ଦହାନି ୬ ବଲରୁ ୧୬ ରନ କରି ଅର୍ଶଦୀପ ସିଂହଙ୍କ ବଲରେ ଆଉଟ୍ ହୋଇଥିଲେ।

28 Aug 2022 By The Sakala

ଦୁବାଇରେ ଦମ୍‌ ଦେଖାଇଲେ ଭାରତୀୟ ବୋଲର : ୧୪୭ରେ ପାକିସ୍ତାନ ଅଲ୍‌ଆଉଟ୍‌

ଦୁବାଇ: ବିଶ୍ୱ ତଥା ଏସିଆ କ୍ରିକେଟର ଦୁଇ ପାରମ୍ପରିକ ପ୍ରତିଦ୍ୱନ୍ଦ୍ୱୀ ଭାରତ ଓ ପାକିସ୍ତାନ ମଧ୍ୟରେ ଏସିଆ କପ୍‍ କ୍ରିକେଟରେ ମହା ମୁକାବିଲା  ଖେଳାଯାଉଛି।  ବହୁପ୍ରତୀକ୍ଷିତ ଏହି ମୁକାବିଲାରେ ଟସ୍ ଜିତି ଭାରତ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା। ଯାହା ଫଳରେ ବ୍ୟାଟିଂ କରିବାକୁ ପଡିଆକୁ ଓହ୍ଲାଇଥିଲା ପାକିସ୍ତାନ। କିନ୍ତୁ ଭାରତୀୟ ବୋଲରଙ୍କ ଦମଦାର ବୋଲିଂ ସାମ୍ନା କରିବାରେ ବିଫଳ ହୋଇ ପାକିସ୍ତାନ ବ୍ୟାଟିଂ ଲାଇନଅଫ୍‌ ଭୁସୁଡି ପଡିଛି। ପାକିସ୍ତାନ ୧୪୭ ରନ୍‌ରେ ଅଲ୍‌ଆଉଟ ହୋଇଛି। ପାକିସ୍ତାନ ଦଳର ନାମୀ ବ୍ୟାଟ୍ସମ୍ୟାନ ବାବର ଆଜମ, ଫକର ଜମାନ ବଡ଼ ସ୍କୋର କରିବାକୁ ବିଫଳ ହୋଇଥିଲେ । ଉଭୟ ମାତ୍ର ୧୦ ରନ ଲେଖାଏଁ କରି ଆଉଟ ହୋଇଥିଲେ । ତେବେ ମହମ୍ମଦ ରିଜଓ୍ବାନ ୪୩ ରନ କରିଥିବାବେଳେ ଇଫତଖାର ୨୮ ରନ କରିଥିଲେ ।

ଭୁବନେଶ୍ବର କୁମାର, ହାର୍ଦ୍ଧିକ ପାଣ୍ଡ୍ୟା ଘାତକ ବୋଲିଂ କରି ପାକିସ୍ତାନକୁ ଝଟକା ଦେବା ସହ ଦୁହେଁ ୭ଟି ୱିକେଟ ନେଇଛନ୍ତି। ଭୁବନେଶ୍ବର କୁମାର ୪ ଓଭର ବୋଲିଂ କରି ୨୬ ରନ୍‌ ଦେଇ ୪ଟି ୱିକେଟ ନେଇଥିବା ବେଳେ ହାର୍ଦ୍ଧିକ ପାଣ୍ଡ୍ୟା ୪ ଓଭରରେ ୨୫ ରନ୍‌  ଦେଇ ୩ ୱିକେଟ ନେଇଛନ୍ତି। ସେହିପରି ଅର୍ଶଦୀପ ସିଂହ ୩.୫ ଓଭର ବୋଲିଂ କରି ୩୩ ରନରେ ୨ଟି ଏବଂ ଅଭେଶ ଖାନ୍‌ ୨ ଓଭରରେ ୧୯ ରନ ଦେଇ ୧ଟି ଓ୍ଵିକେଟ୍ ନେଇଛନ୍ତି।

ଆଜିର ମ୍ୟାଚରେ ଭାରତ ଟସ୍‌ ଜିତି ପାକିସ୍ତାନକୁ ବ୍ୟାଟିଂ ପାଇଁ ଆମନ୍ତ୍ରଣ କରିଥିଲା। ପ୍ରଥମେ ବ୍ୟାଟିଂ କରିବାକୁ ଆସିଥିବା ପାକ୍‌ର ଅଧିନାୟକ ବାବର ଆଜମ(୧୦)ଙ୍କୁ ଆଉଟ୍ କରି ଭୁବନେଶ୍ଵର କୁମାର ଭାରତକୁ ବଡ ସଫଳତା ଦେଇଥିଲେ। ଏହା ପରେ ମହମ୍ମଦ ରିଜଓ୍ଵାନ ଏବଂ ଫକର ଜମାନ ଦ୍ଵିତୀୟ ଓ୍ଵିକେଟ୍‌ରେ ୨୭ ରନ ଯୋଡିଥିଲେ। ଦଳୀୟ ସ୍କୋର ୪୨ ରନରେ ଫକର ଜମାନ(୧୦)ଙ୍କୁ ଅଭେଶ ଖାନ ଆଉଟ୍ କରିଥିଲେ। ରିଜଓ୍ଵାନ ଏବଂ ଇଫତିକାର ଅହମ୍ମଦ ଭଲ ବ୍ୟାଟିଂ କରିଥିଲେ। ଦୁଇ ବ୍ୟାଟସମ୍ୟାନ ତୃତୀୟ ଓ୍ଵିକେଟ୍‌ରେ ୪୫ ରନ ଯୋଡିଥିଲେ। ଇଫତିକାରଙ୍କୁ ଆଉଟ୍ କରି ଏହି ଯୋଡି ଭାଙ୍ଗି ଭାରତକୁ ତୃତୀୟ ସଫଳତା ଦେଇଥିଲେ ହାର୍ଦ୍ଦିକ ପାଣ୍ଡ୍ୟା। ଇଫତିକାର ୨୨ ବଲରୁ ୨୮ ରନ କରି ପାଭିଲିୟନ ଫେରିଥିଲେ।

ତେବେ ୧୫ତମ ଓଭରରେ ପାକିସ୍ତାନକୁ ଲଗାତର ଦୁଇଟି ଝଟକା ଲାଗିଥିଲା। କ୍ରିଜରେ ଜମି ରହି ଇନିଂସ ସମ୍ଭାଳିଥିବା ମହମ୍ମଦ ରିଜଓ୍ଵାନଙ୍କୁ ଆଉଟ୍ କରି ପାକିସ୍ତାନକୁ ବଡ ଝଟକା ଦେଇଥିଲେ ପାଣ୍ଡ୍ୟା। ରିଜଓ୍ଵାନ ୪୨ ବଲ୍‌ରୁ ୪ ଚୌକା ଏବଂ ୧ ଛକା ସହ ୪୩ ରନ କରିଥିଲେ। ରିଜଓ୍ଵାନଙ୍କ ଆଉଟ୍ ପରେ ନିମ୍ନ କ୍ରମରେ ପାକିସ୍ତାନ ନିୟମିତ ବ୍ୟବଧାନରେ ଓ୍ଵିକେଟ୍ ହରାଇଥିଲା। ପୁଣି ସେହି ଓଭରରେ ଖୁସଦିଲ ଶାହ(୨) ପାଣ୍ଡ୍ୟାଙ୍କ ତୃତୀୟ ଶିକାର ହୋଇଥିଲେ। ଆସିଫ ଅଲ୍ଲୀ(୯) ଭୁବନେଶ୍ଵରଙ୍କ ଶିକାର ହୋଇଥିଲେ। ମହମ୍ମଦ ନଓ୍ଵାଜ(୧)ଙ୍କୁ ଅର୍ଶଦୀପ ପାଭିଲିୟନ ପଠାଇଥିଲେ। ୧୯ ତମ ଓଭରରେ ଭୁବନେଶ୍ଵର କୁମାର ଲଗାତାର ଦୁଇଟି ବଲ୍‌ରେ ଶାଦବ ଖାନ(୧୦) ଏବଂ ନସୀମ ଶାହ(୦)ଙ୍କୁ ଆଉଟ୍ କରି ହ୍ୟାଟ୍ରିକ ସୃଷ୍ଟି କରିଥିଲେ। ଶେଷରେ ପାକିସ୍ତାନ ନିର୍ଦ୍ଧାରିତ ଓଭରରେ ୧୪୭ ରନରେ ଅଲଆଉଟ୍ ହୋଇଛି। ହାରିସ ରଉଫ ୧୩ ରନ କରି ଅପରାଜିତ ଥିଲେ। ଶାହାନଓ୍ଵାଜ ଦହାନି ୬ ବଲରୁ ୧୬ ରନ କରି ଅର୍ଶଦୀପ ସିଂହଙ୍କ ବଲରେ ଆଉଟ୍ ହୋଇଥିଲେ।

https://www.thesakala.in/sports/asia-cup-2022-pakistan-allout-on-147-runs/article-14515
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର