ଏସିଆ କପ୍: ଭାରତର ଧୂଆଁଦାର ବ୍ୟାଟିଂ, ପାକିସ୍ତାନକୁ ୩୫୭ ରନର ଟାର୍ଗେଟ ଦେଲା ଟିମ୍ ଇଣ୍ଡିଆ

The Sakala Picture
Published On

କଲମ୍ବୋ: ଭାରତ-ପାକିସ୍ତାନ ହାଇଭୋଲଟେଜ ଲଢ଼େଇରେ ଗତକାଲି (ସୋମବାର) ବର୍ଷା ସାଜିଥିଲା ବାଧକ । ଶ୍ରୀଲଙ୍କାର ଆର ପ୍ରେମାଦାସା ଷ୍ଟାଡିୟମରେ ହଠାତ୍‌ ବର୍ଷା ମାଡ଼ି ଆସିବାରୁ ଗତକାଲି ମ୍ୟାଚ୍‌କୁ ଅଧାରୁ ସ୍ଥଗିତ ରଖାଯାଇଥିଲା। ଗତକାଲିର ଅବଶିଷ୍ଚ ମ୍ୟାଚ ଆଜି ଅର୍ଥାତ ରିଜର୍ଭ ଡେ’ ରେ ଖେଳାଯାଇଛି। ଭାରତ ୫୦ ଓଭରରେ ୨ ୱିକେଟ ହରାଇ ୩୫୬ ରନ କରିଛି। ଏହି ମ୍ୟାଚକୁ ଜିତିବାକୁ ହେଲେ ପାକିସ୍ତାନକୁ ୩୫୭ ରନର ଆବଶ୍ୟକତା ରହିଛି। ଟସ ଜିତି ପାକିସ୍ତାନ ଭାରତକୁ ବ୍ୟାଟିଂ […]

କଲମ୍ବୋ: ଭାରତ-ପାକିସ୍ତାନ ହାଇଭୋଲଟେଜ ଲଢ଼େଇରେ ଗତକାଲି (ସୋମବାର) ବର୍ଷା ସାଜିଥିଲା ବାଧକ । ଶ୍ରୀଲଙ୍କାର ଆର ପ୍ରେମାଦାସା ଷ୍ଟାଡିୟମରେ ହଠାତ୍‌ ବର୍ଷା ମାଡ଼ି ଆସିବାରୁ ଗତକାଲି ମ୍ୟାଚ୍‌କୁ ଅଧାରୁ ସ୍ଥଗିତ ରଖାଯାଇଥିଲା। ଗତକାଲିର ଅବଶିଷ୍ଚ ମ୍ୟାଚ ଆଜି ଅର୍ଥାତ ରିଜର୍ଭ ଡେ’ ରେ ଖେଳାଯାଇଛି। ଭାରତ ୫୦ ଓଭରରେ ୨ ୱିକେଟ ହରାଇ ୩୫୬ ରନ କରିଛି। ଏହି ମ୍ୟାଚକୁ ଜିତିବାକୁ ହେଲେ ପାକିସ୍ତାନକୁ ୩୫୭ ରନର ଆବଶ୍ୟକତା ରହିଛି।

ଆହୁରି ପଢ଼ନ୍ତୁ: ବୟସ ଜାଲିଆତି ପାଇଁ ଫସିଲେ ରୋହିତ ଯାଦବ: ଅଷ୍ଟ୍ରେଲିଆ ସିରିଜ୍ ପୂର୍ବରୁ ଅଣ୍ଡର-୧୯ ଦଳରେ ବଡ଼ ପରିବର୍ତ୍ତନ କଲା ବିସିସିଆଇ

ଟସ ଜିତି ପାକିସ୍ତାନ ଭାରତକୁ ବ୍ୟାଟିଂ ଆମନ୍ତ୍ରଣ ଦେଇଥିଲା । ଭାରତ ପକ୍ଷରୁ ରୋହିତ ଶର୍ମା ୪୯ ବଲରେ ୫୬ ରନ କରି ଆଉଟ ହୋଇଥିବା ବେଳେ ଶୁଭମନ୍ ଗିଲ ୫୨ ବଲରେ ୫୮ ରନ କରି ଆଉଟ ହୋଇଥିଲେ। ପରେ ପାରିକୁ ଲୋକେଶ ରାହୁଲ ଓ ବିରାଟ କୋହଲି ସମ୍ଭାଳିଥିଲେ। ଉଭୟ ଶତକୀୟ ଇଂନିସ ଖେଳିଥିଲେ। ରାହୁଲ ୧୦୬ ବଲରେ ୧୧୧ ରନ କରି ଅପରାଜିତ ଥିବାବେଳେ ବିରାଟ ୯୪ ବଲରେ ୧୨୨ ରନ କରି ଅପରାଜିତ ରହିଛନ୍ତି।

ଆହୁରି ପଢ଼ନ୍ତୁ: ଏସୀୟ କ୍ରୀଡ଼ା ୨୦୨୬: ଥମିଲା ହୋଟେଲ ବିବାଦ, ଆୟୋଜକଙ୍କ ବ୍ୟବସ୍ଥାରେ ରହିବେ ଭାରତୀୟ କ୍ରିକେଟର

ସହିପରି, ପାକିସ୍ତାନ ପକ୍ଷରୁ ଶାହିନ ଆଫ୍ରିଦି ଓ ଶଦାବ ଖାନ୍‌‌ ଗୋଟିଏ ଲେଖାଏଁ ୱିକେଟ ନେଇଛନ୍ତି।

ଆହୁରି ପଢ଼ନ୍ତୁ: ଆଇପିଏଲ୍ ୨୦୨୭ରେ ଖେଳିବେ କି ଏମ୍.ଏସ୍ ଧୋନି? ପୂର୍ବତନ ସାଥୀ ଖେଳାଳି କଲେ ବଡ଼ ଖୁଲାସା

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର