ଆଇପିଏଲ୍‌ ୨୦୨୪: ବେଙ୍ଗାଲୁରୁକୁ ୧୮୨ ରନର ଟାର୍ଗେଟ ଦେଲା ଲକ୍ଷ୍ନୌ ସୁପର ଜ୍ୟାଣ୍ଟସ୍

The Sakala Picture
Published On

ବେଙ୍ଗାଲୁରୁ: ଆଇପିଏଲ୍‌ ୨୦୨୪ର ୧୫ତମ ମ୍ୟାଚ୍‌ରେ ମଙ୍ଗଳବାର ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆରସିବି) ଏବଂ ଲକ୍ଷ୍ନୌ ସୁପର ଜ୍ୟାଣ୍ଟସ୍ (ଏଲଏସଜି) ମୁହାଁମୁହିଁ ହୋଇଛନ୍ତି। ବେଙ୍ଗାଲୁରୁ ଏମ୍ ଚିନ୍ନାସ୍ବାମୀ ‌ଷ୍ଟାହିୟମରେ ଖେଳାଯାଉଥିବା ଏହି ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଅଧିନାୟକ ଫାପ୍ ଡି ଫ୍ଲାସିସ୍ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା। ଲକ୍ଷ୍ନୌ ସୁପର ଜ୍ୟାଣ୍ଟସ୍ ଅଧିନାୟକ କେଏଲ ରାହୁଲଙ୍କ ନେତୃତ୍ବରେ ବ୍ୟାଟିଂ କରିବାକୁ ପଡ଼ିଆକୁ ଓହ୍ଲାଇଥିଲା। ଲକ୍ଷ୍ନୌ ସୁପର ଜ୍ୟାଣ୍ଟସ୍ ନିର୍ଦ୍ଧାରିତ ଓଭରରେ ୫ ୱିକେଟ […]

ବେଙ୍ଗାଲୁରୁ: ଆଇପିଏଲ୍‌ ୨୦୨୪ର ୧୫ତମ ମ୍ୟାଚ୍‌ରେ ମଙ୍ଗଳବାର ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆରସିବି) ଏବଂ ଲକ୍ଷ୍ନୌ ସୁପର ଜ୍ୟାଣ୍ଟସ୍ (ଏଲଏସଜି) ମୁହାଁମୁହିଁ ହୋଇଛନ୍ତି। ବେଙ୍ଗାଲୁରୁ ଏମ୍ ଚିନ୍ନାସ୍ବାମୀ ‌ଷ୍ଟାହିୟମରେ ଖେଳାଯାଉଥିବା ଏହି ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଅଧିନାୟକ ଫାପ୍ ଡି ଫ୍ଲାସିସ୍ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା। ଲକ୍ଷ୍ନୌ ସୁପର ଜ୍ୟାଣ୍ଟସ୍ ଅଧିନାୟକ କେଏଲ ରାହୁଲଙ୍କ ନେତୃତ୍ବରେ ବ୍ୟାଟିଂ କରିବାକୁ ପଡ଼ିଆକୁ ଓହ୍ଲାଇଥିଲା। ଲକ୍ଷ୍ନୌ ସୁପର ଜ୍ୟାଣ୍ଟସ୍ ନିର୍ଦ୍ଧାରିତ ଓଭରରେ ୫ ୱିକେଟ ହରାଇ ୧୮୧ ରନ କରିଛି। ଏହି ମ୍ୟାଚକୁ ଜିତିବାକୁ ହେଲେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁକୁ ୧୮୨ ରନର ଆବଶ୍ୟକତା ରହିଛି।

ଆହୁରି ପଢ଼ନ୍ତୁ: ଦକ୍ଷିଣ ଆଫ୍ରିକାରେ ଭାରତର କମାଲ: ନିଜ ଓଜନଠାରୁ ତିନି ଗୁଣା ଅଧିକ ଭାର ଉଠାଇ ରୌପ୍ୟ ଜିତିଲେ ପାୱାରଲିଫ୍ଟର କିୟା ବାନାର୍ଜୀ

ଲକ୍ଷ୍ନୌ ସୁପର ଜ୍ୟାଣ୍ଟସ୍ ପକ୍ଷରୁ କ୍ବିଟନ ଡି କକ୍ ୫୬ ବଲରେ ୮୧ ରନ କରି ଆଉଟ ହୋଇଥିଲେ। କେଏଲ ରାହୁଲ ୧୪ ବଲରେ ୨୦ ରନ କରି ଆଉଟ ହୋଇଥିଲେ। ଦେବୁଦତ ପାଦିକଲ ୧୧ ବଲରେ ୬ ରନ କରି ଆଉଟ ହୋଇଥିଲେ। ମାର୍କସ ଷ୍ଟଇନିସ ୧୫ ବଲରେ ୨୪ ରନ କରି ଆଉଟ ହୋଇଥିଲେ। ଆୟୁବ ବଦୋନି ୩ ବଲରେ କୌଣସି ରନ ନ କରି ଆଉଟ ହୋଇଥିଲେ।ନିକୋଲସ ପୁରନ ୨୧ ବଲରେ ୪୦ ରନ କରି ଅପରାଜିତ ରହିଥିଲେ।

ଆହୁରି ପଢ଼ନ୍ତୁ: ବୟସ ଜାଲିଆତି ପାଇଁ ଫସିଲେ ରୋହିତ ଯାଦବ: ଅଷ୍ଟ୍ରେଲିଆ ସିରିଜ୍ ପୂର୍ବରୁ ଅଣ୍ଡର-୧୯ ଦଳରେ ବଡ଼ ପରିବର୍ତ୍ତନ କଲା ବିସିସିଆଇ

ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ପକ୍ଷରୁ ଗ୍ଲେନ୍ ମ୍ୟାକ୍ସୱେଲ ୨ଟି ୱିକେଟ ନେଇଥିଲେ। ରିସ୍ ଟପଲେ, ୟଶ ଦୟାଲ ଓ ମହମ୍ମଦ ସିରାଜ ଗୋଟିଏ ଲେଖାଏଁ ୱିକେଟ ନେଇଥିଲେ।

ଆହୁରି ପଢ଼ନ୍ତୁ: ଏସୀୟ କ୍ରୀଡ଼ା ୨୦୨୬: ଥମିଲା ହୋଟେଲ ବିବାଦ, ଆୟୋଜକଙ୍କ ବ୍ୟବସ୍ଥାରେ ରହିବେ ଭାରତୀୟ କ୍ରିକେଟର

 

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର