ମନୋରଞ୍ଜନ
ଓଡ଼ିଶା
ୱାଇଏସ୍ଆର୍ କଂଗ୍ରେସ ଦଳରେ ଯୋଗ ଦେଲେ ପୂର୍ବତନ ଭାରତୀୟ କ୍ରିକେଟର ଅମ୍ବାତି ରାୟୁଡୁ
ନୂଆଦିଲ୍ଲୀ: ପୂର୍ବତନ ଭାରତୀୟ କ୍ରିକେଟର ଅମ୍ବାତି ରାୟୁଡୁ ରାଜନୀତିକ କ୍ୟାରିୟର ଆରମ୍ଭ କରିଛନ୍ତି। ସେ ଆନ୍ଧ୍ରପ୍ରଦେଶ ରାଜନୀତିରେ ପ୍ରବେଶ କରିଛନ୍ତି। ୩୭ ବର୍ଷୀୟ ଅମ୍ବାତି ରାୟୁଡୁ ଜଗନ୍ ମୋହନ ରେଡ୍ଡୀଙ୍କ ପାର୍ଟିରେ ଯୋଗ ଦେଇଛନ୍ତି। ସେ ୱାଇଏସ୍ଆର କଂଗ୍ରେସରେ ଦଳର ସଭାପତି ଜଗନ୍ ମୋହନ ରେଡ୍ଡୀଙ୍କ ଉପସ୍ଥିତିରେ ଏହି ଦଳରେ ଯୋଗ ଦେଇଥିଲେ। ସୂଚନାଯୋଗ୍ୟ ଯେ, ଚେନ୍ନାଇ ସୁପର କିଙ୍ଗ୍ସ ପାଇଁ ମେ ୨୯ ରେ ରାୟୁଡୁ ତାଙ୍କର ଶେଷ କ୍ରିକେଟ୍ ମ୍ୟାଚ୍ ଖେଳିଥିଲେ। ଅମ୍ବାତି ରାୟୁଡୁ ଭାରତ […]
ନୂଆଦିଲ୍ଲୀ: ପୂର୍ବତନ ଭାରତୀୟ କ୍ରିକେଟର ଅମ୍ବାତି ରାୟୁଡୁ ରାଜନୀତିକ କ୍ୟାରିୟର ଆରମ୍ଭ କରିଛନ୍ତି। ସେ ଆନ୍ଧ୍ରପ୍ରଦେଶ ରାଜନୀତିରେ ପ୍ରବେଶ କରିଛନ୍ତି। ୩୭ ବର୍ଷୀୟ ଅମ୍ବାତି ରାୟୁଡୁ ଜଗନ୍ ମୋହନ ରେଡ୍ଡୀଙ୍କ ପାର୍ଟିରେ ଯୋଗ ଦେଇଛନ୍ତି। ସେ ୱାଇଏସ୍ଆର କଂଗ୍ରେସରେ ଦଳର ସଭାପତି ଜଗନ୍ ମୋହନ ରେଡ୍ଡୀଙ୍କ ଉପସ୍ଥିତିରେ ଏହି ଦଳରେ ଯୋଗ ଦେଇଥିଲେ।
ଆହୁରି ପଢ଼ନ୍ତୁ: ବିସିସିଆଇର ଅନିଶ୍ଚିତତା ମଧ୍ୟରେ ରୋହିତ ଶର୍ମାଙ୍କୁ ସମର୍ଥନ: ବିଶ୍ୱକପ୍ ପାଇଁ 'ଅମୂଲ୍ୟ ସମ୍ପଦ' କହିଲେ ଜଣ୍ଟି ରୋଡ୍ସ, କୋହଲିଙ୍କୁ ମଧ୍ୟ ପ୍ରଶଂସା
ସୂଚନାଯୋଗ୍ୟ ଯେ, ଚେନ୍ନାଇ ସୁପର କିଙ୍ଗ୍ସ ପାଇଁ ମେ ୨୯ ରେ ରାୟୁଡୁ ତାଙ୍କର ଶେଷ କ୍ରିକେଟ୍ ମ୍ୟାଚ୍ ଖେଳିଥିଲେ। ଅମ୍ବାତି ରାୟୁଡୁ ଭାରତ ପାଇଁ ୫୫ଟି ଦିନିକିଆ ମ୍ୟାଚ୍ ଖେଳିଥିଲେ। ଏହି ଅବଧି ମଧ୍ୟରେ ସେ ୧୬୯୪ ରନ୍ ସ୍କୋର କରିଥିଲେ। ରାୟୁଡୁ ଦିନିକିଆରେ ୩ ଶତକ ସହ ୧୦ଟି ଅର୍ଦ୍ଧଶତକ ହାସଲ କରିଥିଲେ ।
ଆହୁରି ପଢ଼ନ୍ତୁ: ବୟସ ଜାଲିଆତି ପାଇଁ ଫସିଲେ ରୋହିତ ଯାଦବ: ଅଷ୍ଟ୍ରେଲିଆ ସିରିଜ୍ ପୂର୍ବରୁ ଅଣ୍ଡର-୧୯ ଦଳରେ ବଡ଼ ପରିବର୍ତ୍ତନ କଲା ବିସିସିଆଇ






