ଚାମ୍ପିଅନ୍ସ ଟ୍ରଫି ସେମିଫାଇନାଲ : ଅଷ୍ଟ୍ରେଲିଆକୁ ୨୬୪ରେ ଅଲ୍‌ଆଉଟ୍‌ କଲା ଟିମ୍‌ ଇଣ୍ଡିଆ

ଦୁବାଇ: ଆଇସିସି ଚାମ୍ପିଅନ୍ସ ଟ୍ରଫିର ପ୍ରଥମ ସେମିଫାଇନାଲ ମ୍ୟାଚ ଆଜି ଖେଳାଯାଉଛି। ଦୁବାଇ ଅନ୍ତର୍ଜାତୀୟ କ୍ରିକେଟ ଷ୍ଟାଡିୟମ୍‌ରେ ଭାରତ-ଅଷ୍ଟ୍ରେଲିଆ ମଧ୍ୟରେ ଖେଳାଯାଉଥିବା ଏହି ମ୍ୟାଚ୍‌ରେ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରୁଥିବା ଅଷ୍ଟ୍ରେଲିଆ ୨୬୪ରେ ଅଲ୍‌ଆଉଟ୍‌ ହୋଇଛି। ଯାହା ଫଳରେ ଚାମ୍ପିଅନ୍ସ ଟ୍ରଫି ଫାଇନାଲ ମ୍ୟାଚ୍‌ ଖେଳିବାକୁ ହେଲେ ଭାରତକୁ ୨୬୫ ରନ୍‌ କରିବାକୁ ପଡିବ। ଦୁବାଇ ଅନ୍ତର୍ଜାତୀୟ କ୍ରିକେଟ ଷ୍ଟାଡିୟମ୍‌ରେ ଖେଳାଯାଉଥିବା ଏହି ମ୍ୟାଚ୍‌ରେ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରୁଥିଲା ଅଷ୍ଟ୍ରେଲିଆ। ପ୍ରଥମରୁ ଭାରତୀୟ […]

ଦୁବାଇ: ଆଇସିସି ଚାମ୍ପିଅନ୍ସ ଟ୍ରଫିର ପ୍ରଥମ ସେମିଫାଇନାଲ ମ୍ୟାଚ ଆଜି ଖେଳାଯାଉଛି। ଦୁବାଇ ଅନ୍ତର୍ଜାତୀୟ କ୍ରିକେଟ ଷ୍ଟାଡିୟମ୍‌ରେ ଭାରତ-ଅଷ୍ଟ୍ରେଲିଆ ମଧ୍ୟରେ ଖେଳାଯାଉଥିବା ଏହି ମ୍ୟାଚ୍‌ରେ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରୁଥିବା ଅଷ୍ଟ୍ରେଲିଆ ୨୬୪ରେ ଅଲ୍‌ଆଉଟ୍‌ ହୋଇଛି। ଯାହା ଫଳରେ ଚାମ୍ପିଅନ୍ସ ଟ୍ରଫି ଫାଇନାଲ ମ୍ୟାଚ୍‌ ଖେଳିବାକୁ ହେଲେ ଭାରତକୁ ୨୬୫ ରନ୍‌ କରିବାକୁ ପଡିବ।

ଦୁବାଇ ଅନ୍ତର୍ଜାତୀୟ କ୍ରିକେଟ ଷ୍ଟାଡିୟମ୍‌ରେ ଖେଳାଯାଉଥିବା ଏହି ମ୍ୟାଚ୍‌ରେ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରୁଥିଲା ଅଷ୍ଟ୍ରେଲିଆ। ପ୍ରଥମରୁ ଭାରତୀୟ ବୋଲରଙ୍କ ପ୍ରଭାବ ରହିଥିଲେ ମଧ୍ୟ ଅଷ୍ଟ୍ରେଲିଆ ଏକ ଭଲ ସ୍କୋର କରିବାକୁ ସକ୍ଷମ ହୋଇଛି। ଅଷ୍ଟ୍ରେଲିଆକୁ ଆରମ୍ଭରୁ ବଡ଼ ଝଟକା ଦେଇଥିଲେ ଭାରତୀୟ ବୋଲର ମହମ୍ମଦ ସାମି । ସେ କୁପର କନୋଲିଙ୍କୁ ଶୂନ ରନରେ ପାଭିଲିୟନ ପଠାଇଦେଇଥିଲେ । ତେବେ ଟ୍ରାଭିସ ହେଡ ଓ ଷ୍ଟିଭ ସ୍ମିଥଙ୍କ ମଧ୍ୟରେ ଏକ ଭଲ ପାର୍ଟନରସିପ ଦେଖିବାକୁ ମିଳିଥିଲା । ହେଡ୍ ୩୯ ରନ କରିଥିବାବେଳେ ୭୩ ରନ କରିଥିଲେ । ମାର୍ନ ଲାବୁସଚାନ ୨୯ ରନ କରିଥିବାବେଳେ ଆଲେକ୍ସ କେରି ୬୧ ରନ କରିଥିଲେ । ତେବେ ଦଳର ଲୋୟରଅର୍ଡର ବ୍ୟାଟରମାନେ ବିଶେଷ ଯୋଗଦାନ ଦେଇପାରିନଥିଲେ । ଦଳ ୪୯.୩ ଓଭରରେ ୨୬୪ ରନ କରି ଅଲଆଉଟ ହୋଇଯାଇଥିଲା । ଭାରତ ପକ୍ଷରୁ ସାମି ୩ଟି ଓ୍ବିକେଟ ନେଇଥିବାବେଳେ ରବୀନ୍ଦ୍ର ଜାଡେଜା ଓ ବରୁଣ ଚକ୍ରବର୍ତ୍ତୀ ୨ଟି ଲେଖାଏଁ ଓ୍ବିକେଟ ନେଇଥିଲେ । ଏଥି ସହିତ ହାର୍ଦ୍ଦିକ ପାଣ୍ଡ୍ୟା ଓ ଅକ୍ଷର ପଟେଲ ଗୋଟିଏ ଲେଖାଏଁ ଓ୍ବିକେଟ ନେଇଥିଲେ।

About The Author: The Sakala