ନେଦରଲାଣ୍ଡସକୁ ୧୬୦ ରନରେ ହରାଇଲା ଭାରତ; ବିଶ୍ୱକପ ଲିଗ୍ ପର୍ଯ୍ୟାୟରେ ଅପରାଜେୟ ଟିମ୍ ଇଣ୍ଡିଆ

The Sakala Picture
Published On

ବାଙ୍ଗାଲୋର: ବିଶ୍ୱକପରେ ଟିମ୍ ଇଣ୍ଡିଆର ବଡ଼ ବିଜୟ । ଚଳିତ ବିଶ୍ବକପର ଲିଗ ପର୍ଯ୍ୟାୟରେ ଅପରାଜେୟ ରହିଛି ଭାରତ । ଶେଷ ଲିଗ୍ ମ୍ୟାଚରେ ନେଦରଲାଣ୍ଡସକୁ ୧୬୦ ରନରେ ପରାସ୍ତ କରିଛି ରୋହିତ ବାହିନୀ । ଭାରତ ପକ୍ଷରୁ ବୁମରା, ଜାଡେଜା, ସିରାଜ ଏବଂ କୁଲଦୀପ ଯାଦବ ୨ଟି ଲେଖାଏଁ ଓ୍ବିକେଟ ଅକ୍ତିଆର କରିଥିଲେ । ସବୁଠାରୁ ବଡ଼ କଥା ହେଉଛି କି କୋହଲି ଏବଂ ରୋହିତଙ୍କୁ ଗୋଟିଏ ଲେଖାଏଁ ଓ୍ବିକେଟ ମଧ୍ୟ ମିଳିଛି । ଭାରତୀୟ […]

ବାଙ୍ଗାଲୋର: ବିଶ୍ୱକପରେ ଟିମ୍ ଇଣ୍ଡିଆର ବଡ଼ ବିଜୟ । ଚଳିତ ବିଶ୍ବକପର ଲିଗ ପର୍ଯ୍ୟାୟରେ ଅପରାଜେୟ ରହିଛି ଭାରତ । ଶେଷ ଲିଗ୍ ମ୍ୟାଚରେ ନେଦରଲାଣ୍ଡସକୁ ୧୬୦ ରନରେ ପରାସ୍ତ କରିଛି ରୋହିତ ବାହିନୀ । ଭାରତ ପକ୍ଷରୁ ବୁମରା, ଜାଡେଜା, ସିରାଜ ଏବଂ କୁଲଦୀପ ଯାଦବ ୨ଟି ଲେଖାଏଁ ଓ୍ବିକେଟ ଅକ୍ତିଆର କରିଥିଲେ । ସବୁଠାରୁ ବଡ଼ କଥା ହେଉଛି କି କୋହଲି ଏବଂ ରୋହିତଙ୍କୁ ଗୋଟିଏ ଲେଖାଏଁ ଓ୍ବିକେଟ ମଧ୍ୟ ମିଳିଛି । ଭାରତୀୟ ଦଳର ୯ ଜଣ ବୋଲର ବୋଲିଂ କରିଥିଲେ । ଶୁଭମନ ଗିଲ ମଧ୍ୟ ବୋଲିଂ କରିଥିବା ନଜର ଆସିଥିଲା । ନେଦରଲାଣ୍ଡସ ଆଗରେ ୪୧୧ ରନର ବିଶାଳ ଲକ୍ଷ୍ୟ ରହିଥିବାବେଳେ ୨୫୦ ରନରେ ଅଲଆଉଟ ହୋଇଛି ଦଳ ।

ଆହୁରି ପଢ଼ନ୍ତୁ: ଆହତ କାରଣରୁ ଆଫଗାନିସ୍ତାନ ଦିନିକିଆରୁ ବାଦ୍ ପଡିଲେ ବିରାଟ କୋହଲି, ପ୍ରତ୍ୟାବର୍ତ୍ତନରେ ଲାଗିଲା ବ୍ରେକ୍

ଚଳିତ ବିଶ୍ବକପ୍‌ରେ ଭାରତ ନିଜର ଶେଷ ଲିଗ୍‌ ମ୍ୟାଚ୍‌ରେ ଟସ୍‌ ଜିଣି ପ୍ରଥମେ ବ୍ୟାଟିଂ ନିଷ୍ପତ୍ତି ନେଇଥିଲା। ଦଳ ପାଇଁ ପାଳି ଆରମ୍ଭ କରିଥିଲେ ଅଧିନାୟକ ରୋହିତ ଶର୍ମା ଓ ଶୁବମନ୍‌ ଗିଲ। ରୋହିତ ୫୪ଟି ବଲ୍‌ ଖେଳି ୮ଟି ଚୌକା ଓ ୨ଟି ଛକା ବଳରେ ୬୧ ରନ୍‌ ସଂଗ୍ରହ କରିଥିଲେ। ସେହିପରି ଯୁବ ବ୍ୟାଟର ଗିଲ୍‌ଙ୍କ ବ୍ୟାଟରୁ ୫୧ ରନ୍‌ ଅମଳ ହୋଇଥିଲା। ଗିଲ୍‌ ୩୨ଟି ବଲ୍‌ ଖେଳି ୩ଟି ଚୌକା ଓ ୪ଟି ଛକା ମାରିଥିଲେ। ଭାରତୀୟ ବ୍ୟାଟର ବିରାଟ କୋହଲି ଆଜି ଦିନିକିଆ କ୍ରିକେଟରେ ୭୧ତମ ଅର୍ଦ୍ଧଶତକ ହାସଲ କରିଛନ୍ତି। ସେ ୫ଟି ଚୌକା ଓ ଗୋଟିଏ ଛକା ବଳରେ ମୋଟ୍‌ ୫୧ ରନ୍‌ ସଂଗ୍ରହ କରି ଆଉଟ୍‌ ହୋଇଥିଲେ।

ଆହୁରି ପଢ଼ନ୍ତୁ: ଖରାପ ଫର୍ମ ପାଇଁ ସୂର୍ଯ୍ୟକୁମାରଙ୍କ ସ୍ଥାନ ସଙ୍କଟରେ: ଅଧିନାୟକ ପଦ ହରାଇପାରନ୍ତି 'ମିଷ୍ଟର ୩୬୦'

12 Nov 2023 By The Sakala

ନେଦରଲାଣ୍ଡସକୁ ୧୬୦ ରନରେ ହରାଇଲା ଭାରତ; ବିଶ୍ୱକପ ଲିଗ୍ ପର୍ଯ୍ୟାୟରେ ଅପରାଜେୟ ଟିମ୍ ଇଣ୍ଡିଆ

ବାଙ୍ଗାଲୋର: ବିଶ୍ୱକପରେ ଟିମ୍ ଇଣ୍ଡିଆର ବଡ଼ ବିଜୟ । ଚଳିତ ବିଶ୍ବକପର ଲିଗ ପର୍ଯ୍ୟାୟରେ ଅପରାଜେୟ ରହିଛି ଭାରତ । ଶେଷ ଲିଗ୍ ମ୍ୟାଚରେ ନେଦରଲାଣ୍ଡସକୁ ୧୬୦ ରନରେ ପରାସ୍ତ କରିଛି ରୋହିତ ବାହିନୀ । ଭାରତ ପକ୍ଷରୁ ବୁମରା, ଜାଡେଜା, ସିରାଜ ଏବଂ କୁଲଦୀପ ଯାଦବ ୨ଟି ଲେଖାଏଁ ଓ୍ବିକେଟ ଅକ୍ତିଆର କରିଥିଲେ । ସବୁଠାରୁ ବଡ଼ କଥା ହେଉଛି କି କୋହଲି ଏବଂ ରୋହିତଙ୍କୁ ଗୋଟିଏ ଲେଖାଏଁ ଓ୍ବିକେଟ ମଧ୍ୟ ମିଳିଛି । ଭାରତୀୟ ଦଳର ୯ ଜଣ ବୋଲର ବୋଲିଂ କରିଥିଲେ । ଶୁଭମନ ଗିଲ ମଧ୍ୟ ବୋଲିଂ କରିଥିବା ନଜର ଆସିଥିଲା । ନେଦରଲାଣ୍ଡସ ଆଗରେ ୪୧୧ ରନର ବିଶାଳ ଲକ୍ଷ୍ୟ ରହିଥିବାବେଳେ ୨୫୦ ରନରେ ଅଲଆଉଟ ହୋଇଛି ଦଳ ।

ଚଳିତ ବିଶ୍ବକପ୍‌ରେ ଭାରତ ନିଜର ଶେଷ ଲିଗ୍‌ ମ୍ୟାଚ୍‌ରେ ଟସ୍‌ ଜିଣି ପ୍ରଥମେ ବ୍ୟାଟିଂ ନିଷ୍ପତ୍ତି ନେଇଥିଲା। ଦଳ ପାଇଁ ପାଳି ଆରମ୍ଭ କରିଥିଲେ ଅଧିନାୟକ ରୋହିତ ଶର୍ମା ଓ ଶୁବମନ୍‌ ଗିଲ। ରୋହିତ ୫୪ଟି ବଲ୍‌ ଖେଳି ୮ଟି ଚୌକା ଓ ୨ଟି ଛକା ବଳରେ ୬୧ ରନ୍‌ ସଂଗ୍ରହ କରିଥିଲେ। ସେହିପରି ଯୁବ ବ୍ୟାଟର ଗିଲ୍‌ଙ୍କ ବ୍ୟାଟରୁ ୫୧ ରନ୍‌ ଅମଳ ହୋଇଥିଲା। ଗିଲ୍‌ ୩୨ଟି ବଲ୍‌ ଖେଳି ୩ଟି ଚୌକା ଓ ୪ଟି ଛକା ମାରିଥିଲେ। ଭାରତୀୟ ବ୍ୟାଟର ବିରାଟ କୋହଲି ଆଜି ଦିନିକିଆ କ୍ରିକେଟରେ ୭୧ତମ ଅର୍ଦ୍ଧଶତକ ହାସଲ କରିଛନ୍ତି। ସେ ୫ଟି ଚୌକା ଓ ଗୋଟିଏ ଛକା ବଳରେ ମୋଟ୍‌ ୫୧ ରନ୍‌ ସଂଗ୍ରହ କରି ଆଉଟ୍‌ ହୋଇଥିଲେ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର