ଭାରତ-ଇଂଲଣ୍ଡ ପ୍ରଥମ ଟି-୨୦ : ଟସ୍ ହାରି ବ୍ୟାଟିଂ କରୁଛି ଭାରତ

ଅହମଦାବାଦ : ମୋଟେରାର ନରେନ୍ଦ୍ର ମୋଦୀ ଷ୍ଟାଡିୟମରେ ଆଜିଠୁ ଆରମ୍ଭ ହୋଇଛି ଭାରତ-ଇଂଲଣ୍ଡ ଟି-୨୦ ସିରିଜ୍‌ର ପ୍ରଥମ ମ୍ୟାଚ। ଏଥିରେ ଇଂଲଣ୍ଡ ଦଳ ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛି । ଏହି ମ୍ୟାଚରେ ଭାରତର ତାରକା ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କୁ ବିଶ୍ରାମ ଦିଆଯାଇଛି । ତେବେ ଅନ୍ୟତମ ତାରକା ବ୍ୟାଟ୍ସମ୍ୟାନ ଶିଖର ଧଓ୍ବନ ଦଳକୁ ଫେରିଛନ୍ତି । ଶିଖର ଧୱନଙ୍କ ସହ ଲୋକେଶ ରାହୁଲ୍ ଓପନ୍ କରିବେ। Here are the playing […]

ଅହମଦାବାଦ : ମୋଟେରାର ନରେନ୍ଦ୍ର ମୋଦୀ ଷ୍ଟାଡିୟମରେ ଆଜିଠୁ ଆରମ୍ଭ ହୋଇଛି ଭାରତ-ଇଂଲଣ୍ଡ ଟି-୨୦ ସିରିଜ୍‌ର ପ୍ରଥମ ମ୍ୟାଚ। ଏଥିରେ ଇଂଲଣ୍ଡ ଦଳ ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛି । ଏହି ମ୍ୟାଚରେ ଭାରତର ତାରକା ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କୁ ବିଶ୍ରାମ ଦିଆଯାଇଛି । ତେବେ ଅନ୍ୟତମ ତାରକା ବ୍ୟାଟ୍ସମ୍ୟାନ ଶିଖର ଧଓ୍ବନ ଦଳକୁ ଫେରିଛନ୍ତି । ଶିଖର ଧୱନଙ୍କ ସହ ଲୋକେଶ ରାହୁଲ୍ ଓପନ୍ କରିବେ।


ସେହିପରି ମିଡଲ୍ ଅର୍ଡରରେ ବିରାଟ୍ କୋହଲି, ଶ୍ରେୟସ ଆୟର୍, ହାର୍ଦ୍ଦିକ ପାଣ୍ଡ୍ୟା ଓ ଋଷଭ ପନ୍ତ ରହିଛନ୍ତି। ଦଳରେ ତିନିଜଣ ସ୍ପିନରଙ୍କୁ ସ୍ଥାନ ମିଳିଛି। ୱାଶିଂଟନ୍ ସୁନ୍ଦର, ୟୁଜବେନ୍ଦ୍ର ଚହଲ୍ ଓ ଅକ୍ଷର ପଟେଲ ଚୂଡ଼ାନ୍ତ ଏକାଦଶରେ ସାମିଲ୍‌ ହୋଇଛନ୍ତି। ସେହିପରି ପେସ୍ ବିଭାଗରେ ଭୁବନେଶ୍ୱର କୁମାର ଓ ଶାର୍ଦ୍ଦୁଲ ଠାକୁର ରହିଛନ୍ତି। ଇଂଲଣ୍ଡ ଦଳରେ ଜୋଫ୍ରା ଆର୍ଚର୍, ମାର୍କ ଉଡ୍ ଓ କ୍ରିସ୍ ଜୋର୍ଡାନ୍ ଭଳି ପେସ୍ ବୋଲରଙ୍କୁ ସାମିଲ୍‌ କରାଯାଇଛି।

About The Author: The Sakala