ଚାମ୍ପିଅନ୍ସ ଟ୍ରଫି: ଭାରତ-ଅଷ୍ଟ୍ରେଲିଆ ସେମି ଟକ୍କର, ଟସ୍‌ ଜିତି ବ୍ୟାଟିଂ ନିଷ୍ପତ୍ତି ନେଲା ଅଷ୍ଟ୍ରେଲିଆ

ଦୁବାଇ: ଆଇସିସି ଚାମ୍ପିଅନ୍ସ ଟ୍ରଫିର ପ୍ରଥମ ସେମିଫାଇନାଲ ମ୍ୟାଚ ଆଜି ଖେଳାଯାଉଛି। ଦୁବାଇରେ ମୁହାଁମୁହିଁ ହେଉଛନ୍ତି ଭାରତ-ଅଷ୍ଟ୍ରେଲିଆ । ଟସ୍ ଜିତି ଅଷ୍ଟ୍ରେଲିଆ ପ୍ରଥମେ ବ୍ୟାଟିଂ ନିଷ୍ପତ୍ତି ନେଇଥିବାବେଳେ ଭାରତ ପ୍ରଥମ ବୋଲିଂ କରିବ। ତେବେ ଆଜିର ମ୍ୟାଚରେ ଭାରତୀୟ ଦଳ କୌଣସି ପରିବର୍ତ୍ତନ କରିନାହିଁ। ଏହି ମ୍ୟାଚ୍‌ ପୂର୍ବରୁ ରୋହିତ ଶର୍ମାଙ୍କ ଭାରତୀୟ ଦଳ ବିଶ୍ୱକପ୍‌ର ପୂର୍ବ ଦୁଇଟି ପରାଜୟ କଥା ଭୁଲି ନାହିଁ। ଏଭଳି ସ୍ଥିତିରେ ଭଲ ଫର୍ମରେ ରହିଛି ଭାରତ। ଦୁବାଇରେ ସ୍ପିନ […]

ଦୁବାଇ: ଆଇସିସି ଚାମ୍ପିଅନ୍ସ ଟ୍ରଫିର ପ୍ରଥମ ସେମିଫାଇନାଲ ମ୍ୟାଚ ଆଜି ଖେଳାଯାଉଛି। ଦୁବାଇରେ ମୁହାଁମୁହିଁ ହେଉଛନ୍ତି ଭାରତ-ଅଷ୍ଟ୍ରେଲିଆ । ଟସ୍ ଜିତି ଅଷ୍ଟ୍ରେଲିଆ ପ୍ରଥମେ ବ୍ୟାଟିଂ ନିଷ୍ପତ୍ତି ନେଇଥିବାବେଳେ ଭାରତ ପ୍ରଥମ ବୋଲିଂ କରିବ। ତେବେ ଆଜିର ମ୍ୟାଚରେ ଭାରତୀୟ ଦଳ କୌଣସି ପରିବର୍ତ୍ତନ କରିନାହିଁ। ଏହି ମ୍ୟାଚ୍‌ ପୂର୍ବରୁ ରୋହିତ ଶର୍ମାଙ୍କ ଭାରତୀୟ ଦଳ ବିଶ୍ୱକପ୍‌ର ପୂର୍ବ ଦୁଇଟି ପରାଜୟ କଥା ଭୁଲି ନାହିଁ। ଏଭଳି ସ୍ଥିତିରେ ଭଲ ଫର୍ମରେ ରହିଛି ଭାରତ। ଦୁବାଇରେ ସ୍ପିନ ଜାଲ ପକାଇ ଭାରତ ୩ଟି ଶକ୍ତିଶାଳୀ ପ୍ରତିଦ୍ୱନ୍ଦ୍ୱୀ ପାକିସ୍ତାନ, ବାଂଲାଦେଶ ଓ ନ୍ୟୁଜିଲାଣ୍ଡକୁ ପରାସ୍ତ କରିଛି। ଅନ୍ୟପକ୍ଷରେ ଅଷ୍ଟ୍ରେଲିଆ ଅଧାରୁ ଅଧିକ ପ୍ରଥମ ପସନ୍ଦର ଖେଳାଳିଙ୍କ ଅନୁପସ୍ଥିତିରେ ଦଳ କେବଳ ଗୋଟିଏ ମ୍ୟାଚ୍‌ ପୂରା ଖେଳିଛି। ଏହି ମ୍ୟାଚ୍‌ରେ ଦଳର ବ୍ୟାଟିଂ ବିସ୍ଫୋରଣ ଘଟାଇ ଇଂଲଣ୍ଡ ଭଳି ଶକ୍ତିଶାଳୀ ଦଳକୁ ୩୫୧ ରନ୍‌ର ଟାର୍ଗେଟକୁ ହାସଲ କରିଛି। ଦଳର ଅନ୍ୟ ଦୁଇଟି ମ୍ୟାଚ୍‌ ବାତିଲ ହୋଇଥିଲାବେଳେ ନବାଗତ ଖେଳାଳିମାନେ ମ୍ୟାଚ୍‌ ପ୍ରାକ୍ଟିସ ପାଇ ନାହାନ୍ତି। ଏସବୁ ସ୍ଥିତିରେ ଭାରତ ଏହି ମ୍ୟାଚ୍‌ ଲାଗି ପୂରା ପ୍ରସ୍ତୁତ ହୋଇଛି। ପ୍ରଥମ ପସନ୍ଦର ଖେଳାଳିଙ୍କ ଅନୁପସ୍ଥିତି ଓ ମ୍ୟାଚ୍‌ ପ୍ରାକ୍ଟିସ୍‌ ଅଭାବରେ ଅଷ୍ଟ୍ରେଲିଆ ଏହି ମ୍ୟାଚ୍‌ ଖେଳିବ। ଏହି ସମୟରେ ଭାରତ ଏହି ମୁକାବିଲାକୁ ଜିତି ପୂର୍ବ ପରାଜୟର ପ୍ରତିଶୋଧ ନେବା ଲକ୍ଷ୍ୟରେ ରହିଛି।

ସମ୍ଭାବ୍ୟ ଖେଳାଳି
ଭାରତ : ରୋହିତ ଶର୍ମା (ଅଧିନାୟକ), ଶୁବମାନ ଗିଲ୍‌, ବିରାଟ କୋହଲି, ଶ୍ରେୟସ ଆୟର, ଅକ୍ଷର ପଟେଲ, ଲୋକେଶ ରାହୁଲ, ହାର୍ଦ୍ଦିକ ପାଣ୍ଡ୍ୟା, ରବୀନ୍ଦ୍ର ଜାଡେଜା, କୁଲଦୀପ ଯାଦବ, ମହମ୍ମଦ ସାମି ଓ ବରୁଣ ଚକ୍ରବର୍ତ୍ତୀ।

ଅଷ୍ଟ୍ରେଲିଆ: କୁପର କୋନ୍ନୋଲୀ, ଟ୍ରାଭିସ୍‌ ହେଡ୍‌, ଷ୍ଟିଭେନ ସ୍ମିଥ୍‌ (ଅଧିନାୟକ), ମାର୍ନସ ଲାବୁସେନ୍‌, ଜୋଶ ଇଂଲିଶ, ଆଲେକ୍ସ କାରେ, ଗ୍ଲେନ୍‌ ମ୍ୟାକ୍ସୱେଲ, ବେନ୍‌ ଡ୍ୱାରଶୁଇସ୍‌, ନାଥାନ ଏଲିସ୍‌, ତନଭୀର ସାଙ୍ଘା ଓ ଆଦାମ ଜାମ୍ପା।

About The Author: The Sakala