ଭାରତ-ଅଷ୍ଟ୍ରେଲିଆ ୨ୟ ଦିନିକିଆ: ୧୦ ଓ୍ଵିକେଟରେ ଜିତି ସିରିଜ୍ ୧-୧ରେ ବରାବର କଲା ଅଷ୍ଟ୍ରେଲିଆ

The Sakala Picture
Published On

ବିଶାଖାପାଟଣା: ଆନ୍ଧ୍ରପ୍ରଦେଶର ବିଶାଖାପାଟଣାସ୍ଥିତ ଡ. ୱାଇଏସ୍‌ ରାଜଶେଖର ରେଡ୍ଡୀ ଷ୍ଟାଡିୟମ୍‌ରେ ରବିବାର ଭାରତ-ଅଷ୍ଟ୍ରେଲିଆ ଦିନିକିଆ ସିରିଜର ୨ୟ ମ୍ୟାଚ ଅନୁଷ୍ଠିତ ହୋଇଥିଲା । ଟସ ଜିତି ଅଷ୍ଟ୍ରେଲିଆର ବୋଲିଂ ନିଷ୍ପତ୍ତି ନେଇଥିଲା । ଭାରତ ପ୍ରଥମେ ବ୍ୟାଟିଂ କରି ୨୬ ଓଭରରେ ସମସ୍ତ ୱିକେଟ ହରାଇ ୧୧୭ ରନ କରିବାକୁ ସକ୍ଷମ ହୋଇଥିଲା। ଏହାର ଜବାବରେ ଅଷ୍ଟ୍ରେଲିଆର ଗୋଟିଏ ବି ୱିକେଟ ନ ହରାଇ ସହଜରେ ଆଜିର ମ୍ୟାଚକୁ ଜିତି ନେଇଛି। ଅଷ୍ଟ୍ରେଲିଆ ୧୧ ଓଭରରେ ୧୨୧ […]

ବିଶାଖାପାଟଣା: ଆନ୍ଧ୍ରପ୍ରଦେଶର ବିଶାଖାପାଟଣାସ୍ଥିତ ଡ. ୱାଇଏସ୍‌ ରାଜଶେଖର ରେଡ୍ଡୀ ଷ୍ଟାଡିୟମ୍‌ରେ ରବିବାର ଭାରତ-ଅଷ୍ଟ୍ରେଲିଆ ଦିନିକିଆ ସିରିଜର ୨ୟ ମ୍ୟାଚ ଅନୁଷ୍ଠିତ ହୋଇଥିଲା । ଟସ ଜିତି ଅଷ୍ଟ୍ରେଲିଆର ବୋଲିଂ ନିଷ୍ପତ୍ତି ନେଇଥିଲା । ଭାରତ ପ୍ରଥମେ ବ୍ୟାଟିଂ କରି ୨୬ ଓଭରରେ ସମସ୍ତ ୱିକେଟ ହରାଇ ୧୧୭ ରନ କରିବାକୁ ସକ୍ଷମ ହୋଇଥିଲା। ଏହାର ଜବାବରେ ଅଷ୍ଟ୍ରେଲିଆର ଗୋଟିଏ ବି ୱିକେଟ ନ ହରାଇ ସହଜରେ ଆଜିର ମ୍ୟାଚକୁ ଜିତି ନେଇଛି। ଅଷ୍ଟ୍ରେଲିଆ ୧୧ ଓଭରରେ ୧୨୧ ରନ କରି ଏହି ମ୍ୟାଚକୁ ଜିତି ନେଇଛି। ଫଳରେ ଏହି ବିଜୟ ସହ ତିନି ମ୍ୟାଚ୍ ବିଶିଷ୍ଟ ଦିନିକିଆ ଶୃଙ୍ଖଳାକୁ ୧-୧ ବରାବର ସ୍ଥିତିକୁ ଆଣିଛି ଅଷ୍ଟ୍ରେଲିଆ। ମାର୍ଚ୍ଚ ୨୨ରେ ଚେନ୍ନାଇରେ ଖେଳାଯିବ ନିର୍ଣ୍ଣାୟକ ଶେଷ ଦିନିକିଆ।

ଆହୁରି ପଢ଼ନ୍ତୁ: ବିସିସିଆଇର ଅନିଶ୍ଚିତତା ମଧ୍ୟରେ ରୋହିତ ଶର୍ମାଙ୍କୁ ସମର୍ଥନ: ବିଶ୍ୱକପ୍ ପାଇଁ 'ଅମୂଲ୍ୟ ସମ୍ପଦ' କହିଲେ ଜଣ୍ଟି ରୋଡ୍ସ, କୋହଲିଙ୍କୁ ମଧ୍ୟ ପ୍ରଶଂସା

ଅଷ୍ଟ୍ରେଲିଆ ପକ୍ଷରୁ ଟ୍ରାଭିସ୍‌ ହେଡ୍‌ ୩୦ ବଲରେ ୫୧ ରନ କରି ଅପରାଜିତ ଥିବା ବେଳେ ମିଚେଲ୍‌ ମାର୍ସ ୩୬ ବଲରେ ୬୬ ରନ କରି ଅପରାଜିତ ରହିଥିଲେ।

ଆହୁରି ପଢ଼ନ୍ତୁ: ଦକ୍ଷିଣ ଆଫ୍ରିକାରେ ଭାରତର କମାଲ: ନିଜ ଓଜନଠାରୁ ତିନି ଗୁଣା ଅଧିକ ଭାର ଉଠାଇ ରୌପ୍ୟ ଜିତିଲେ ପାୱାରଲିଫ୍ଟର କିୟା ବାନାର୍ଜୀ

 

ଆହୁରି ପଢ଼ନ୍ତୁ: ଆଇପିଏଲ୍ ୨୦୨୭ରେ ଖେଳିବେ କି ଏମ୍.ଏସ୍ ଧୋନି? ପୂର୍ବତନ ସାଥୀ ଖେଳାଳି କଲେ ବଡ଼ ଖୁଲାସା

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର