ନୂଆଦିଲ୍ଲୀ: ଅଷ୍ଟ୍ରେଲିଆର ପର୍ଥରେ ଖେଳା ଯାଉଥିବା ବର୍ଡର-ଗାଭାସ୍କର ଟ୍ରଫିରେ କମାଲ୍ କରିଛନ୍ତି ବୋଲର୍। ୧୦୪ରେ ଘରୋଇ ଦଳକୁ ଅଲ୍ ଆଉଟ୍ କରିଛି ଟିମ୍ ଇଣ୍ଡିଆ। ଗତକାଲି ଆରମ୍ଭ ହୋଇଥିବା ଅଷ୍ଟ୍ରେଲିଆ ବିପକ୍ଷ ପ୍ରଥମ ଟେଷ୍ଟରେ ଟସ୍ ଜିତି ବ୍ୟାଟିଂ ନିଷ୍ପତ୍ତି ନେଇଥିଲା ଭାରତ। ମାତ୍ର ୧୫୦ ରନ୍ କରି ଅଲ୍ ଆଉଟ୍ ହୋଇ ଯାଇଥିଲା ଟିମ୍ ଇଣ୍ଡିଆ। ଏହାପରେ ମାତ୍ର ୧୦୪ ରନରେ ଅଲ୍ ଆଉଟ୍ ହୋଇ ଯାଇଛନ୍ତି କଙ୍ଗାରୁ ବାହିନୀ। ଫଳରେ ଭରତ ୪୬ ରନ୍ ଆଗରେ ରହିଛି। ଗତକାଲି ଷ୍ଟମ୍ପ୍ ଅପସାରଣ ପୂର୍ବରୁ ଅଷ୍ଟ୍ରେଲିଆ ୭ ୱିକେଟ ହରାଇ ୬୭ ରନ୍ କରିଥିଲା। ଆଜି ଦ୍ୱିତୀୟ ଦିନ ଖେଳରେ ଅବଶିଷ୍ଟ ୱିକେଟ୍ ହରାଇ ୩୭ ରନ୍ କରିଛି।
ଭାରତ ପକ୍ଷରୁ ଯଶପ୍ରୀତ ବୁମରା ସର୍ବାଧିକ ୫ଟି ୱିକେଟ୍ ନେଇ ଥିବାବେଳେ ହର୍ଷିତ ରାଣା ୩ଟି ଏବଂ ମହମ୍ମଦ ସିରାଜ ୨ଟି ଲେଖାଏଁ ୱିକେଟ ନେଇଛନ୍ତି।