ଭାରତ – ଶ୍ରୀଲଙ୍କା ଦ୍ବିତୀୟ ଟି-୨୦: ଭାରତକୁ ୨୦୭ ରନର ଟାର୍ଗେଟ ଦେଲା ଶ୍ରୀଲଙ୍କା

The Sakala Picture
Published On

ପୁଣେ: ଆଜି ଘରୋଇ ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଦ୍ୱିତୀୟ ଟି-ଟ୍ୱେଣ୍ଟି ଖେଳାଯାଉଛି। ଭାରତ ପ୍ରଥମ ମ୍ୟାଚ୍‌ ଜିତି ୧-୦ରେ ଆଗୁଆ ରହିଛି । ବିଜୟ ସହ ସିରିଜ କବ୍‌ଜା କରିବାକୁ ଯୁବ ଦଳ ଯୋଜନା କରିଛି । ଅନ୍ୟପଟରେ ଶ୍ରୀଲଙ୍କା ପାଇଁ ଏହି ମ୍ୟାଚ୍‌ ‘କର ବା ମର’ ପରିସ୍ଥିତି ସୃଷ୍ଟି କରିଛି । ଆଜିର ମ୍ୟାଚ୍‌ରେ ଟସ୍ ଜିତି ଭାରତ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛି। ଫଳରେ ଶ୍ରୀଲଙ୍କା ପ୍ରଥମେ ବ୍ଯାଟିଂ କରି ୬ […]

ପୁଣେ: ଆଜି ଘରୋଇ ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଦ୍ୱିତୀୟ ଟି-ଟ୍ୱେଣ୍ଟି ଖେଳାଯାଉଛି। ଭାରତ ପ୍ରଥମ ମ୍ୟାଚ୍‌ ଜିତି ୧-୦ରେ ଆଗୁଆ ରହିଛି । ବିଜୟ ସହ ସିରିଜ କବ୍‌ଜା କରିବାକୁ ଯୁବ ଦଳ ଯୋଜନା କରିଛି । ଅନ୍ୟପଟରେ ଶ୍ରୀଲଙ୍କା ପାଇଁ ଏହି ମ୍ୟାଚ୍‌ ‘କର ବା ମର’ ପରିସ୍ଥିତି ସୃଷ୍ଟି କରିଛି । ଆଜିର ମ୍ୟାଚ୍‌ରେ ଟସ୍ ଜିତି ଭାରତ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛି। ଫଳରେ ଶ୍ରୀଲଙ୍କା ପ୍ରଥମେ ବ୍ଯାଟିଂ କରି ୬ ୱିକେଟ ହରାଇ ୨୦୬ ରନ କରିଛି। ଏହ ମ୍ୟାଚକୁ ଜିତିବାକୁ ହେଲେ ଭାରତକୁ ୨୦୭ ରନର ଆବଶ୍ୟକତା ରହିଛି।

ଆହୁରି ପଢ଼ନ୍ତୁ: ବିସିସିଆଇର ଅନିଶ୍ଚିତତା ମଧ୍ୟରେ ରୋହିତ ଶର୍ମାଙ୍କୁ ସମର୍ଥନ: ବିଶ୍ୱକପ୍ ପାଇଁ 'ଅମୂଲ୍ୟ ସମ୍ପଦ' କହିଲେ ଜଣ୍ଟି ରୋଡ୍ସ, କୋହଲିଙ୍କୁ ମଧ୍ୟ ପ୍ରଶଂସା

ଶ୍ରୀଲଙ୍କା ପକ୍ଷରୁ ପାଥୁମ ନିଶଙ୍କା ୩୫ ବଲରେ ୩୩ ରନ କରି ଆଉଟ ହୋଇଥିଲେ। କୁଶଲ ମେଣ୍ଡିସ ୩୧ ବଲରେ ୫୨ ରନ କରି ଆଉଟ ହୋଇଥିଲେ। ଭାନୁକା ରାଜାପାକ୍ସା ୩ ବଲରେ ୨ ରନ କରି ଆଉଟ ହୋଇଥିବା ବେଳେ ଚରିଥ ଆଶାଲଙ୍କା ୧୯ ବଲରେ ୩୭ ରନ କରି ଆଉଟ ହୋଇଥିଲେ। ଧନଞ୍ଜୟ ଡି ସିଲଭା ୬ ବଲରେ ୩ ରନ କରି ଆଉଟ ହୋଇଥିଲେ। ୱାନିଣ୍ଡୁ ହସରଙ୍ଗା କୌଣସି ରନ ନ କରି ଆଉଟ ହୋଇଥିଲେ। ଡାସୁନ ଶଣକା  ଓ ଚାମିକା କରୁଣାରତ୍ନେ ପାରିକୁ ସମ୍ଭାଳିଥିଲେ। ଅଧିନାୟ ଡାସୁନ ଶଣକା ବିସ୍ଫୋରକ ବ୍ୟାଟିଂ କରି ୨୧ ବଲରେ ୫୬ ରନ କରିଥିଲେ। ଚାମିକା କରୁଣାରତ୍ନେ ୧୦ ବଲରେ ୧୧ ରନ କରି ଅପରାଜିତ ରହିଥିଲେ।

ଆହୁରି ପଢ଼ନ୍ତୁ: ଦକ୍ଷିଣ ଆଫ୍ରିକାରେ ଭାରତର କମାଲ: ନିଜ ଓଜନଠାରୁ ତିନି ଗୁଣା ଅଧିକ ଭାର ଉଠାଇ ରୌପ୍ୟ ଜିତିଲେ ପାୱାରଲିଫ୍ଟର କିୟା ବାନାର୍ଜୀ

ଭାରତ ପକ୍ଷରୁ ଉମ୍ରାନ ମଲିକ ସର୍ବାଧିକ ୩ ୱିକେଟ ନେଇଥିବା ବେଳେ ଅକ୍ଷର ପଟେଲ ୨ଟି ଓ ୟୁଝବେନ୍ଦ୍ର ଚହଲ  ଗୋଟିଏ ୱିକେଟ ନେଇଥିଲେ।

ଆହୁରି ପଢ଼ନ୍ତୁ: ଏସୀୟ କ୍ରୀଡ଼ା ୨୦୨୬: ଥମିଲା ହୋଟେଲ ବିବାଦ, ଆୟୋଜକଙ୍କ ବ୍ୟବସ୍ଥାରେ ରହିବେ ଭାରତୀୟ କ୍ରିକେଟର

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର