ଚାମ୍ପିଅନ୍ସ ଟ୍ରଫି ପାଇଁ ଘୋଷଣା ହେଲା ଭାରତୀୟ ଦଳ : ଫେରିଲେ ଶାମି, ସିରାଜ ଆଉଟ୍

The Sakala Picture
Published On

ନୂଆଦିଲ୍ଲୀ : ଚାମ୍ପିଅନ୍ସ ଟ୍ରଫି ୨୦୨୫ ପାଇଁ  ଭାରତୀୟ ଦଳ ଘୋଷଣା ହୋଇଛି। ଶନିବାର ୧୫ ଜଣିଆ ଭାରତୀୟ ଦଳ ଘୋଷଣା କରିଛି ଭାରତୀୟ କ୍ରିକେଟ୍ ନିୟନ୍ତ୍ରଣ ବୋର୍ଡ (ବିସିସିଆଇ)। ଫେବୃଆରୀ ୧୯ରୁ ଆରମ୍ଭ ହେବାକୁ ଥିବା ଟୁର୍ଣ୍ଣାମେଣ୍ଟରେ ରୋହିତ ଶର୍ମା ଭାରତୀୟ ଦଳର ନେତୃତ୍ୱ ନେବେ। ଭାରତୀୟ କ୍ରିକେଟ୍ ନିୟନ୍ତ୍ରଣ ବୋର୍ଡ (ବିସିସିଆଇ)ର ଚୟନ କମିଟି ଦ୍ୱାରା ଘୋଷିତ ଦଳରେ ଦ୍ରୁତ ବୋଲର ଜସପ୍ରୀତ ବୁମରାହ ଏବଂ ମହମ୍ମଦ ଶାମିଙ୍କୁ ମଧ୍ୟ ସ୍ଥାନ ଦିଆଯାଇଛି। ଭାରତ ଚାମ୍ପିଅନ୍ସ […]

ନୂଆଦିଲ୍ଲୀ : ଚାମ୍ପିଅନ୍ସ ଟ୍ରଫି ୨୦୨୫ ପାଇଁ  ଭାରତୀୟ ଦଳ ଘୋଷଣା ହୋଇଛି। ଶନିବାର ୧୫ ଜଣିଆ ଭାରତୀୟ ଦଳ ଘୋଷଣା କରିଛି ଭାରତୀୟ କ୍ରିକେଟ୍ ନିୟନ୍ତ୍ରଣ ବୋର୍ଡ (ବିସିସିଆଇ)। ଫେବୃଆରୀ ୧୯ରୁ ଆରମ୍ଭ ହେବାକୁ ଥିବା ଟୁର୍ଣ୍ଣାମେଣ୍ଟରେ ରୋହିତ ଶର୍ମା ଭାରତୀୟ ଦଳର ନେତୃତ୍ୱ ନେବେ। ଭାରତୀୟ କ୍ରିକେଟ୍ ନିୟନ୍ତ୍ରଣ ବୋର୍ଡ (ବିସିସିଆଇ)ର ଚୟନ କମିଟି ଦ୍ୱାରା ଘୋଷିତ ଦଳରେ ଦ୍ରୁତ ବୋଲର ଜସପ୍ରୀତ ବୁମରାହ ଏବଂ ମହମ୍ମଦ ଶାମିଙ୍କୁ ମଧ୍ୟ ସ୍ଥାନ ଦିଆଯାଇଛି। ଭାରତ ଚାମ୍ପିଅନ୍ସ ଟ୍ରଫିରେ ତା’ର ସମସ୍ତ ମ୍ୟାଚ୍ ଦୁବାଇରେ ଖେଳିବ।

ଆହୁରି ପଢ଼ନ୍ତୁ: ବୟସ ଜାଲିଆତି ପାଇଁ ଫସିଲେ ରୋହିତ ଯାଦବ: ଅଷ୍ଟ୍ରେଲିଆ ସିରିଜ୍ ପୂର୍ବରୁ ଅଣ୍ଡର-୧୯ ଦଳରେ ବଡ଼ ପରିବର୍ତ୍ତନ କଲା ବିସିସିଆଇ

ଭାରତ-ପାକିସ୍ତାନ ଗୋଟିଏ ଗ୍ରୁପରେ ସାମିଲ

ଆହୁରି ପଢ଼ନ୍ତୁ: ଏସୀୟ କ୍ରୀଡ଼ା ୨୦୨୬: ଥମିଲା ହୋଟେଲ ବିବାଦ, ଆୟୋଜକଙ୍କ ବ୍ୟବସ୍ଥାରେ ରହିବେ ଭାରତୀୟ କ୍ରିକେଟର

ଭାରତ ଏହି ଟୁର୍ଣ୍ଣାମେଣ୍ଟ ପାଇଁ ପାକିସ୍ତାନକୁ ନିଜର ଦଳ ପଠାଇବାକୁ ମନା କରିଦେଇଥିଲା, ଯାହା ପରେ ICC ହାଇବ୍ରିଡ୍ ମଡେଲର ଫର୍ମୁଲା ଗ୍ରହଣ କରିଥିଲା। ଚାମ୍ପିଅନ୍ସ ଟ୍ରଫିରେ ଆଠଟି ଦଳ ଅଂଶଗ୍ରହଣ କରିବେ ଯାହାକୁ ଚାରି ଚାରି ଜଣିଆ ଦୁଇଟି ଗ୍ରୁପରେ ବିଭକ୍ତ କରାଯାଇଛି। ଗ୍ରୁପ୍ ପର୍ଯ୍ୟାୟରେ ୧୨ଟି ମ୍ୟାଚ୍ ହେବ ଏବଂ ତା’ପରେ ସେମିଫାଇନାଲ ଏବଂ ଫାଇନାଲ୍ ମ୍ୟାଚ୍ ଖେଳାଯିବ। ଭାରତ ଏବଂ ପାକିସ୍ତାନ ଗୋଟିଏ ଗ୍ରୁପରେ ଅଛନ୍ତି ଏବଂ ଉଭୟଙ୍କ ମଧ୍ୟରେ ମ୍ୟାଚ୍ ୨୩ ଫେବୃଆରୀରେ ଦୁବାଇରେ ଖେଳାଯିବ। ଭାରତ ଫେବୃଆରୀ ୨୦ ତାରିଖରେ ବାଂଲାଦେଶ ବିପକ୍ଷରେ ତା’ର ଅଭିଯାନ ଆରମ୍ଭ କରିବ। ଏହା ପରେ, ଏହା ପାକିସ୍ତାନକୁ ଭେଟିବ ଏବଂ ତା’ପରେ ମାର୍ଚ୍ଚ ୨ ରେ ନ୍ୟୁଜିଲାଣ୍ଡ ସହିତ ମ୍ୟାଚ ଖେଳିବ। ଚାମ୍ପିଅନ୍ସ ଟ୍ରଫିର ଫାଇନାଲ୍ ମାର୍ଚ୍ଚ ୯ ତାରିଖରେ ଖେଳାଯିବ।

ଆହୁରି ପଢ଼ନ୍ତୁ: ଆଇପିଏଲ୍ ୨୦୨୭ରେ ଖେଳିବେ କି ଏମ୍.ଏସ୍ ଧୋନି? ପୂର୍ବତନ ସାଥୀ ଖେଳାଳି କଲେ ବଡ଼ ଖୁଲାସା

ଚାମ୍ପିଅନ୍ସ ଟ୍ରଫି ପାଇଁ ଭାରତୀୟ ଦଳ

ରୋହିତ ଶର୍ମା (ଅଧିନାୟକ), ଶୁଭମନ ଗିଲ (ଉପ-ଅଧିନାୟକ), ବିରାଟ କୋହଲି, ଶ୍ରେୟସ ଆୟର, କେଏଲ ରାହୁଲ, ହାର୍ଦ୍ଦିକ ପାଣ୍ଡ୍ୟା, ଅକ୍ଷର ପଟେଲ, ୱାଶିଂଟନ ସୁନ୍ଦର, କୁଲଦୀପ ଯାଦବ, ଜସପ୍ରୀତ ବୁମରାହ, ମହମ୍ମଦ ଶାମି, ଅର୍ଶଦୀପ ସିଂହ, ଯଶସ୍ୱୀ ଜୟସୱାଲ, ରିଷଭ ପନ୍ତ ଏବଂ ରବିନ୍ଦ୍ର ଜାଡେଜା ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର