ଧାବିକା ଦୂତୀ ଚାନ୍ଦଙ୍କୁ ବଡ ଝଟକା; ଡୋପ୍ ଟେଷ୍ଟରେ ବିଫଳ ପରେ ୪ ବର୍ଷ ପାଇଁ ବାସନ୍ଦ

The Sakala Picture
Published On

ଭୁବନେଶ୍ବର: ଭାରତର ଦ୍ରୁତତମ ଧାବିକା ଦୂତୀ ଚାନ୍ଦଙ୍କୁ ଲାଗିଛି ବଡ ଝଟକା । ଡୋପ ଟେଷ୍ଟରେ ବିଫଳ ହେବା ପରେ ୪ ବର୍ଷ ପାଇଁ ବାସନ୍ଦ ହୋଇଛନ୍ତି ଦୂତୀ ଚାନ୍ଦ । ତେଣୁ ସେ ଜାନୁଆରୀ ୨୦୨୭ ପର୍ଯ୍ୟନ୍ତ କୌଣସି ରାଜ୍ୟ, ଜାତୀୟ କିମ୍ବା ଅନ୍ତର୍ଜାତୀୟ ପ୍ରତିଯୋଗିତାରେ ଭାଗ ନେଇ ପାରିବେ ନାହିଁ । ଚଳିତ ବର୍ଷ ଜାନୁଆରି ୩ ତାରିଖରୁ ପିଛିଲା ଭାବେ ଏହି ବାସନ୍ଦ ଲାଗୁ ହୋଇଛି । ଜାନୁୟାରୀ ୩ ତାରିଖରୁ ଦୂତୀ […]

ଭୁବନେଶ୍ବର: ଭାରତର ଦ୍ରୁତତମ ଧାବିକା ଦୂତୀ ଚାନ୍ଦଙ୍କୁ ଲାଗିଛି ବଡ ଝଟକା । ଡୋପ ଟେଷ୍ଟରେ ବିଫଳ ହେବା ପରେ ୪ ବର୍ଷ ପାଇଁ ବାସନ୍ଦ ହୋଇଛନ୍ତି ଦୂତୀ ଚାନ୍ଦ । ତେଣୁ ସେ ଜାନୁଆରୀ ୨୦୨୭ ପର୍ଯ୍ୟନ୍ତ କୌଣସି ରାଜ୍ୟ, ଜାତୀୟ କିମ୍ବା ଅନ୍ତର୍ଜାତୀୟ ପ୍ରତିଯୋଗିତାରେ ଭାଗ ନେଇ ପାରିବେ ନାହିଁ । ଚଳିତ ବର୍ଷ ଜାନୁଆରି ୩ ତାରିଖରୁ ପିଛିଲା ଭାବେ ଏହି ବାସନ୍ଦ ଲାଗୁ ହୋଇଛି । ଜାନୁୟାରୀ ୩ ତାରିଖରୁ ଦୂତୀ ଯେଉଁ ଇଭେଣ୍ଟଗୁଡିକରେ ଅଂଶ ଗ୍ରହଣ କରିଥିବେ, ତାହାର ପ୍ରଦର୍ଶନଗୁଡିକୁ ଅଯୋଗ୍ୟ ଘୋଷଣା କରାଯିବ । ଏ ନେଇ ଆଣ୍ଟି ଡୋପିଂ ଡିସିପ୍ଲିନାରି ପ୍ୟାନେଲ୍ ଅଧ୍ୟକ୍ଷ ଚୈତନ୍ୟ ମହାଜନ ସୂଚନା ଦେଇଛନ୍ତି। ତଥାପି ଏହି ଦଣ୍ଡ ବିରୋଧରେ ଆଣ୍ଟି ଡୋପିଂ ଅପିଲ୍ ପ୍ୟାନେଲ୍ ଆଗରେ ନିଜର ପକ୍ଷ ରଖିବାକୁ ଦୂତୀଙ୍କୁ ୨୧ ଦିନ ସମୟ ଦିଆଯାଇଛି।

ଆହୁରି ପଢ଼ନ୍ତୁ: ଆଜି ପବିତ୍ର ଜନ୍ମାଷ୍ଟମୀ: ପ୍ରଭୁ ଶ୍ରୀକୃଷ୍ଣଙ୍କ ଦିବ୍ୟ ଧରାବତରଣ, ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି

ଶୁଣାଣି ସମୟରେ ଯଦିଓ ଦୂତି ନିଷିଦ୍ଧ ଔଷଧ ସେବନକୁ ସ୍ବୀକାର କରିଥିଲେ କିନ୍ତୁ ନିଜକୁ ନିର୍ଦ୍ଦୋଷ ପ୍ରମାଣିତ କରିପାରିନଥିଲେ।ତାଙ୍କ ଫିଜିଓଥେରାପିଷ୍ଟଙ୍କ ପରାମର୍ଶକ୍ରମେ ଔଷଧ ସେବନ କରିଥିଲା ବେଳେ ତାହାର ଲେଭଲ୍ କୁ ଯାଞ୍ଚ କରିନଥିଲେ। ଏଥିସହିତ ତାହାକୁ ୱାଡା ଜାରି କରିଥିବା ନିଷିଦ୍ଧ ଔଷଧ ତାଲିକା ସହ ନମିଳାଇ ସେବନ କରିଥିବା ପ୍ୟାନେଲ୍ ଜାଣିବାକୁ ପାଇଥିଲା। ଏହାଫଳରେ ଦୂତି ଜାତୀୟ ଆଣ୍ଟି ଡୋପିଂ ଏଜେନ୍ସି – ନାଡା ର ଧାରା ୨.୧ ଓ ୨.୨ କୁ ଉଲଂଘନ କରିଥିବା ସ୍ପଷ୍ଟ ହୋଇଥିଲା ।

ଆହୁରି ପଢ଼ନ୍ତୁ: ଓଡ଼ିଶାରୁ ଏଫ୍‌ସିଆଇ ଚାଉଳ ନ ଉଠାଇବା ପ୍ରସଙ୍ଗ: ସରକାରଙ୍କ ଅପାରଗତା ପାଇଁ ଯୋଗାଣ ବ୍ୟବସ୍ଥା ଫେଲ୍‌ ମାରିଛି କହିଲା ବିଜେଡି

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର