ଆଇପିଏଲ ୨୦୨୨ କ୍ୱାଲିଫାୟର-୧ : ଗୁଜରାଟ୍‌କୁ ୧୮୯ ରନ୍‌ର ବିଜୟ ଲକ୍ଷ୍ୟ ଦେଲା ରାଜସ୍ଥାନ

The Sakala Picture
Published On

କୋଲକାତା : ନବାଗତ ଗୁଜରାଟ ଟାଇଟାନ୍ସ ଏବଂ ୨୦୦୮ ଚାମ୍ପିଅନ୍‍ ରାଜସ୍ଥାନ ରୟାଲ୍ସ ମଧ୍ୟରେ ଚଳିତ ଇଣ୍ଡିଆନ୍‍ ପ୍ରିମିୟର ଲିଗ୍‍ (ଆଇପିଏଲ୍‍)ର ପ୍ରଥମ କ୍ୱାଲିଫାୟର ସ୍ଥାନୀୟ ଇଡେନ ଗାର୍ଡେନ୍ସରେ ଖେଳାଯାଉଛି। ଆଜିର ମ୍ୟାଚ୍‌ରେ ଗୁଜରାଟ ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟା ଟସ୍‌ ଜିତି ପ୍ରଥମେ ବୋଲିଂ ନିଷ୍ପତ୍ତି ନେଇଥିଲେ । ଯାହା ଫଳରେ ସଞ୍ଜୁ ସାମସନଙ୍କ ରାଜସ୍ଥାନ ରୟାଲ୍ସ ପ୍ରଥମେ ବ୍ୟାଟିଂ କରିଥିଲା। ରାଜସ୍ଥାନ ପ୍ରଥମେ ବ୍ୟାଟିଂ କରି ନିର୍ଦ୍ଧାରିତ ୨୦ ଓଭରର ଖେଳ ଖେଳି ୪ ୱିକେଟ […]

କୋଲକାତା : ନବାଗତ ଗୁଜରାଟ ଟାଇଟାନ୍ସ ଏବଂ ୨୦୦୮ ଚାମ୍ପିଅନ୍‍ ରାଜସ୍ଥାନ ରୟାଲ୍ସ ମଧ୍ୟରେ ଚଳିତ ଇଣ୍ଡିଆନ୍‍ ପ୍ରିମିୟର ଲିଗ୍‍ (ଆଇପିଏଲ୍‍)ର ପ୍ରଥମ କ୍ୱାଲିଫାୟର ସ୍ଥାନୀୟ ଇଡେନ ଗାର୍ଡେନ୍ସରେ ଖେଳାଯାଉଛି। ଆଜିର ମ୍ୟାଚ୍‌ରେ ଗୁଜରାଟ ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟା ଟସ୍‌ ଜିତି ପ୍ରଥମେ ବୋଲିଂ ନିଷ୍ପତ୍ତି ନେଇଥିଲେ । ଯାହା ଫଳରେ ସଞ୍ଜୁ ସାମସନଙ୍କ ରାଜସ୍ଥାନ ରୟାଲ୍ସ ପ୍ରଥମେ ବ୍ୟାଟିଂ କରିଥିଲା। ରାଜସ୍ଥାନ ପ୍ରଥମେ ବ୍ୟାଟିଂ କରି ନିର୍ଦ୍ଧାରିତ ୨୦ ଓଭରର ଖେଳ ଖେଳି ୪ ୱିକେଟ ବିନିମୟରେ ୧୮୮ ରନ୍‌ ସଂଗ୍ରହ କରିଛି।

ଆହୁରି ପଢ଼ନ୍ତୁ: ଦକ୍ଷିଣ ଆଫ୍ରିକାରେ ଭାରତର କମାଲ: ନିଜ ଓଜନଠାରୁ ତିନି ଗୁଣା ଅଧିକ ଭାର ଉଠାଇ ରୌପ୍ୟ ଜିତିଲେ ପାୱାରଲିଫ୍ଟର କିୟା ବାନାର୍ଜୀ

ରାଜସ୍ଥାନ ରୟାଲ୍ସ ପକ୍ଷରୁ ପୁଣି ଦମଦାର ବ୍ୟାଟିଂ କରିଛନ୍ତି ନିର୍ଭରଯୋଗ୍ୟ ବ୍ୟାଟର ଜସ ବଟଲର। ସେ ମାତ୍ର ୫୬ ବଲ ଖେଳି ୮୯ ରନ କରିଥିଲେ । ନିଜର ଏହି ଇନିଂସରେ ସେ ୨ଟି ଛକା ଓ ୧୨ଟି ଚୌକା ମାରିଥିଲେ । ଅଧିନାୟକ ସଞ୍ଜୁ ସାମସନ ୪୭ ରନ କରିଥିଲେ । ସେହିପରି ଦେବୀଦତ୍ତ ପଡ଼ିକଲ୍ଲ ୨୮ ରନ କରିଥିଲେ । ତେବେ ସିମରନ ହେଟମେୟର ଓ ରିୟାନ ପରାଗ ମାତ୍ର ୪ ରନ ଲେଖାଏଁ କରିଥିଲେ । ଗୁଜୁରାଟ ପକ୍ଷରୁ ମହମ୍ମଦ ସମି, ସାଇ କିଶୋର, ହାର୍ଦିକ ପାଣ୍ଡ୍ୟା ଓ ୟଶ ଦୟାଲ ଗୋଟିଏ ଲେଖାଏଁ ଓ୍ବିକେଟ ନେଇଥିଲେ ।

ଆହୁରି ପଢ଼ନ୍ତୁ: ଏସୀୟ କ୍ରୀଡ଼ା ୨୦୨୬: ଥମିଲା ହୋଟେଲ ବିବାଦ, ଆୟୋଜକଙ୍କ ବ୍ୟବସ୍ଥାରେ ରହିବେ ଭାରତୀୟ କ୍ରିକେଟର

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର